ଜୀବିତ ଭାବି ମଶାଣିରୁ ଉଠାଇ ଆଣିଲେ: ଆଉ ତା’ପରେ ଡାକ୍ତରଖାନାରେ ଘଟିଲା…

ଦେବଗଡ଼,୨୩ା୭(ଶଶାଙ୍କ ଶେଖର ଝାଙ୍କର):ନାବାଳକ ଜୀବିତ ଥିବା ଭାବି ମଶାଣିରୁ ଉଠାଇ ଡାକ୍ତରଖାନାକୁ ଆଣିଲେ ଜ୍ଞାତି ପରିଜନ। ହେଲେ ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ ବୁଡିଦୋ ଗ୍ରାମରେ।
ସୂଚନା ଅନୁଯାୟୀ, ବୁଡିଦୋ ଗ୍ରାମର ମାନଗୋବିନ୍ଦ ବେହେରାଙ୍କ ପୁଅ ହୀରାଚାନ୍ଦ ବେହେରା(୧୫) ମଙ୍ଗଳବାର ପୂର୍ବାହ୍ନରେ ସ୍ଥାନୀୟ ହାଇସ୍କୁଲକୁ ଯିବା ପାଇଁ ଘରୁ ବାହାରୁଥିବାବେଳେ କୌଣସି କାରଣରୁ ହଠାତ୍‌ ତଳେ ପଡି ସଂଜ୍ଞାହୀନ ହୋଇଯାଇଥିଲେ। ଏହାଦେଖି ତାଙ୍କ ମାଆ ନିକଟସ୍ଥ ଧରମପୁର ଗ୍ରାମର ଏକ ଜଳଖିଆ ଦୋକାନରେ କାମ କରୁଥିବା ମାନଗୋବିନ୍ଦଙ୍କୁ ଫୋନ୍‌ ଯୋଗେ ଜଣାଇଥିଲେ। ମାନଗୋବିନ୍ଦ ଜଳଖିଆ ଦୋକାନୀଙ୍କ ଗାଡି ଯୋଗେ ଘରେ ପହଞ୍ଚି ହୀରାଚାନ୍ଦଙ୍କୁ ଚିକିତ୍ସା ନିମନ୍ତେ ଛତାବର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଫଳରେ ମାନଗୋବିନ୍ଦ ନିରାଶ ହୋଇ ପୁଅର ମୃତଦେହ ଘରକୁ ଫେରାଇ ଆଣିଥିଲେ। ହୀରାଚାନ୍ଦଙ୍କ ସହପାଠୀମାନେ ତାଙ୍କ ଘରେ ପହଞ୍ଚି ଅନ୍ତିମ ଦର୍ଶନ କରିବା ପରେ ଜ୍ଞାତି ପରିଜନ ଓ ପଡୋଶୀ ମୃତଦେହ ସତ୍କାର ପାଇଁ ଗ୍ରାମ ମଶାଣିକୁ ନେଇଥିଲେ। ତେବେ ସେମାନଙ୍କ ମଧ୍ୟରୁ କେହିଜଣେ ହୀରାଚାନ୍ଦଙ୍କ ଶରୀରର ବିଭିନ୍ନ ଅଙ୍ଗକୁ ଛୁଇଁବା ସହ ତାଙ୍କର ନାଡି ଚାଲୁଥିବା ଏବଂ ହୃଦ୍‌ ସ୍ପନ୍ଦନ ହେଉଥିବା କହିବାରୁ ସମସ୍ତେ ଚକିତ ହୋଇପଡିଥିଲେ। ହୀରାଚାନ୍ଦ ଜୀବିତ ଥିବା ଭାବି ଆମ୍ବୁଲାନ୍ସରେ ତାଙ୍କୁ ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ ଡା. ଶିବାନୀ ମୋଦି ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଖବର ପ୍ରଚାରିତ ହେବାପରେ ଜନସାଧାରଣଙ୍କ ମଧ୍ୟରେ ଉତ୍ସୁକତା ପ୍ରକାଶ ପାଇବା ସହ ଘଟଣା ସମ୍ପର୍କରେ ଜାଣିବା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ବହୁ ଲୋକ ରୁଣ୍ଡ ହୋଇଥିଲେ। ଖବରପାଇ ପୋଲିସ ସେଠାରେ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ହୀରାଚାନ୍ଦଙ୍କ ମୃତଦେହ ଜବତ କରି ଜିଲା ମୁଖ୍ୟ ଚିକିତ୍ସାଳୟ (ପୁରାତନ)ର ଶବାଗାରରେ ସଂରକ୍ଷିତ ରଖିଛି। ବୁଧବାର ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ପୋଲିସ ସୂଚନା ଦେଇଛି। ଏନେଇ ଡା. ଶିବାନୀ ମୋଦି କହିଛନ୍ତି, ହୀରାଚାନ୍ଦଙ୍କୁ ମୃତ ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିବା। ଦୀର୍ଘ ସମୟ ପୂର୍ବରୁ ତାଙ୍କର ମୃତ୍ୟୁ ଘଟିଥିଲା। ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?