Posted inଜାତୀୟ

ଭାରତରୁ ଖ୍ରୀଷ୍ଟିଆନ ଧର୍ମକୁ ଶେଷ କରିବା ନେଇ ଚିନ୍ତା କରିବା ଏକ ବଡ଼ ଭୁଲ: ଆର୍କବିଶପ କ୍ଲେମିସ…

ଥିରୁଭାନନ୍ତପୁରମ,୯।୭ : ମଣିପୁରରେ ଚାଲିଥିବା ହିଂସା ମଧ୍ୟରେ କେରଳ କ୍ୟାଥୋଲିକ ବିଶପ ପରିଷଦର ସଭାପତି କାର୍ଡିନାଲ ମାର୍‌ ବାସିଲିଓସ କ୍ଲେମିସ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ଏଥି ସହିତ ସେ କହିଛନ୍ତି ଭାରତରୁ ଖ୍ରୀଷ୍ଟିଆନ ଧର୍ମକୁ ହଟାଇ ପାରିବେ ବୋଲି କେହି ଭାବିବା ଉଚିତ ନୁହେଁ। ରବିବାର ମଣିପୁର ପ୍ରସଙ୍ଗରେ କଂଗ୍ରେସ ବିଧାୟକଙ୍କ ନେତୃତ୍ୱରେ ଏକ ପ୍ରତିବାଦ ସଭାରେ ସିରୋ-ମାଲକାନାର କ୍ୟାଥୋଲିକ ଚର୍ଚ୍ଚର ଆର୍କବିଶପ କାର୍ଡିନାଲ ମାର୍‌ ବେସେଲିଓସ କ୍ଲେମିସ ଏହା କହିଛନ୍ତି।
ହିଂସା ପ୍ରଭାବିତ ମଣିପୁରରେ ତୁରନ୍ତ ଶାନ୍ତି ଫେରାଇ ଆଣିବା ପାଇଁ କେନ୍ଦ୍ରର ହସ୍ତକ୍ଷେପ ଦାବି କରି ଏହି ପ୍ରସଙ୍ଗରେ ନୀରବତା ଭାଙ୍ଗିବାକୁ କ୍ଲେମିସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିବେଦନ କରିଛନ୍ତି। ସେ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ବର୍ତ୍ତମାନ ଏହି ପ୍ରସଙ୍ଗରେ ନୀରବତା ଭାଙ୍ଗିବା ଉଚିତ। ଭାରତରେ ଗଣତନ୍ତ୍ର ଅକ୍ଷୁର୍ଣ୍ଣ ବୋଲି ବିଶ୍ୱକୁ ଏକ ବାର୍ତ୍ତା ଦେବା ତାଙ୍କ ପାଇଁ ଏହା ହେଉଛି ସର୍ବୋତ୍ତମ ସୁଯୋଗ।

ଆର୍କବିଶପ କ୍ଲେମିସ କହିଛନ୍ତି ଆମର ସମ୍ବିଧାନ ସମସ୍ତଙ୍କୁ ନିଜ ପସନ୍ଦର ଧର୍ମ ଗ୍ରହଣ କରିବାକୁ ଅଧିକାର ଦେଇଛି। ଏହି ଅଧିକାରକୁ କାହିଁକି ଲୁଚା ଯାଉଛି? ମଣିପୁରରେ ଶାନ୍ତି ଫେରାଇ ଆଣିବା ପାଇଁ କେନ୍ଦ୍ର ଏହାର ନିରବତାକୁ ଭାଙ୍ଗିବା ହସ୍ତକ୍ଷେପ କରିବ ଜରୁରୀ।

କ୍ଲେମିସ ପ୍ରଶ୍ନ କରିଛନ୍ତି ମଣିପୁରରେ ୬୫ ଦିନ ଧରି ଦୁଇ ସମ୍ପ୍ରଦାୟ ମଧ୍ୟରେ ଦଙ୍ଗା ଚାଲିଛି, ସର୍ଜିକାଲ ଷ୍ଟ୍ରାଇକ ପାଇଁ ଜଣାଶୁଣା ସରକାର କାହିଁକି ଏହି ଦଙ୍ଗାକୁ ନିୟନ୍ତ୍ରଣ କରିବାରେ ସକ୍ଷମ ନୁହଁନ୍ତି? କେରଳର ଅନ୍ୟ ଖ୍ରୀଷ୍ଟିଆନ ବିଶପ ଏହି ଘଟଣାରେ କେନ୍ଦ୍ରର ହସ୍ତକ୍ଷେପ କରିବାକୁ ଦାବି କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri