ତୃତୀୟ ଦିନରେ ଛାନ୍‌ଭିନ: ନବଙ୍କୁ ବାଜିଥିବା ଗୁଳି ଏ ଯାଏ ମିଳିନି: କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା,୨୦।୩(ଆଶିଷ ରଞ୍ଜନ ଦାଶ): ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ୨ଜଣିଆ ଟିମ୍‌ ଗୁରୁବାର ୩ୟ ଦିବସରେ ଝାରସୁଗୁଡା ମୁଖ୍ୟ ଡାକ୍ତରଖାନା ଏବଂ ନବ ଦାସଙ୍କୁ ହତ୍ୟା କରାଯାଇଥିବା ବ୍ରଜରାଜନଗରସ୍ଥିତ ଗାନ୍ଧୀ ଛକରେ ପହଞ୍ଚତ୍ ଛାନ୍‌ଭିନ କରିଛି।

ପୂର୍ବାହ୍ନ ପ୍ରାୟ ୧୦ଟା ୫୫ ମିନିଟ୍‌ରେ ଗାନ୍ଧୀ ଛକଠାରେ ଟିମ୍‌ ପହଞ୍ଚତ୍ ଥିଲା। ସେଠାରେ ମାତ୍ର ୧୦ ମିନିଟ ରହି ଗୋପାଳ ଦାସଙ୍କ ଭାଇ ହୋଟେଲ କରିଥିବା ଘର ମାଲିକ ଏବଂ ପାର୍ଶ୍ୱବର୍ତ୍ତୀ ଦୋକାନରେ ପଚରାଉଚରା କରିଥିଲା। ପରେ ଝାରସୁଗୁଡ଼ା ମୁଖ୍ୟ ଡାକ୍ତରଖାନାରେ ପହଞ୍ଚି ଥିଲା କ୍ରାଇମବ୍ରାଞ୍ଚ ଟିମ୍‌। ମୁଖ୍ୟ ଡାକ୍ତରଖାନାର ତତ୍କାଳୀନ ସିଡିଏମ୍‌ଓ ଡୋଳାମଣି ପଟେଲଙ୍କୁ ନବ ଦାସ ହତ୍ୟାକାଣ୍ଡ ଦିନର ସମସ୍ତ ତଥ୍ୟ ପଚାରିବା ପରେ ୧୬୧ରେ ତାଙ୍କ ବୟାନ ରେକର୍ଡ କରାଯାଇଥିଲା।

ଏହାପରେ କ୍ରାଇମବ୍ରାଞ୍ଚର ଅତିରିକ୍ତ ଏସ୍‌ପି ବିଜୟ ମଲ୍ଲିକ ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ କହିଥିଲେ ଯେ ନବ ଦାସଙ୍କ ପରିବାରକୁ ଯାହା ପ୍ରଶ୍ନ ପଚାରିଥିଲୁ ସବୁ ପ୍ରଶ୍ନର ସନ୍ତୋଷ ମୂଳକ ଉତ୍ତର ଦେଇଥିଲେ। ସେମାନେ ଆମକୁ ଏହି ଘଟଣାର ତଦନ୍ତ ପାଇଁ ସାହାଯ୍ୟ କରୁଛନ୍ତି। ତତ୍କାଳୀନ ସିଡିଏମ୍‌ଓ ଡୋଳାମଣିଙ୍କୁ ମଧ୍ୟ ଏ ସମ୍ପର୍କରେ ସମସ୍ତ ପ୍ରଶ୍ନ ପଚାରି ୧୬୧ରେ ତାଙ୍କ ବୟାନ ରେକର୍ଡ କରାଯାଇଛି। ଆଗକୁ ନବ ଦାସଙ୍କୁ ଚିକିତ୍ସା କରିଥିବା ଡାକ୍ତରଙ୍କ ମଧ୍ୟ ବୟାନ ରେକର୍ଡ ହେବ ବୋଲି ମଲ୍ଲିକ କହିଥିଲେ।

ଖବରଦାତାଙ୍କ ପ୍ରଶ୍ନର ଉତ୍ତର ଦେଇ ମଲ୍ଲିକ କହିଥିଲେ ଯେ ଝାରସୁଗୁଡ଼ା ବିମାନ ବନ୍ଦରରେ ନବ ଦାସଙ୍କୁ ଏୟାର ଲିଫ୍ଟ କରିବା ସମୟର ସମସ୍ତ ତଥ୍ୟ ମଗାଯାଇଛି, ତାହା ନେଇ ଯିବୁ। ଆମେ ତଦନ୍ତ ପ୍ରକ୍ରିୟାରେ ନୂତନ ପ୍ରମାଣ ଯୋଗାଡ଼ କରିବାକୁ ଏହି ଅତିରିକ୍ତ ତଦନ୍ତ ଚାଲିଛି ଏବଂ ଏହା କେତେ ଦିନ ପର୍ଯ୍ୟନ୍ତ ଚାଲିବ ଆମେ ମଧ୍ୟ ଜାଣି ନାହୁଁ ବୋଲି କହିଥିଲେ। ମଲ୍ଲିକ ଆହୁରି କହିଥିଲେ ଯେ ନବ ଦାସଙ୍କୁ ବାଜିଥିବା ଗୁଳି ଏ ଯାଏ ମିଳିନି।

ସେ ଗୁଳି ନ ପାଇଲେ କହିହେବ ନାହିଁ ଯେ ତାହା ପୋଲିସର ଗୁଳି ନା ଆଉ କାହାର। ତେଣୁ ନବ ଦାସଙ୍କ ହତ୍ୟା ଗୋପାଳ ଦାସଙ୍କ ଗୁଳିରେ ହୋଇଥିଲା ନା ଆଉ କାହା ଗୁଳିରେ। ଇସିଜି ରିପୋର୍ଟ କୋର୍ଟରେ ପୂର୍ବରୁ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଅଧିକାରୀମାନେ ଦେଇ ନ ଥିବା ପ୍ରଶ୍ନର ଉତ୍ତର ରଖି ସେ କହିଥିଲେ ଯେ, ଡକ୍ୟୁମେଣ୍ଟ ଭେରିଫିକେଶନ ହେବା ପରେ ଏହାର ଉତ୍ତର ଦିଆଯିବ। ବର୍ତ୍ତମାନ କୌଣସି ଡକ୍ୟୁମେଣ୍ଟ କିମ୍ବା ସାମଗ୍ରୀ ସିଜ୍‌ କରାଯାଇନାହିଁ, ଦରକାର ପଡିଲେ ସିଜ୍‌ କରିବୁ ବୋଲି ମଲ୍ଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍‌କୁ ନେଇ ହଟିଲା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଦିନକ ପାଇଁ ସ୍ଥଗିତ ରଖାଯିବାର…

BDAର ୩୫ ବର୍ଷରୁ ଊର୍ଦ୍ଧ୍ୱ ଜମି ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ୨୦୦ ହିତାଧିକାରୀଙ୍କୁ ଆଶ୍ୱସ୍ତି, ଦୂର ହେଲା…

ଭୁବନେଶ୍ୱର,୧୦।୯(ରବିନାରାୟଣ ଜେନା): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଠାରୁ ଦୀର୍ଘ ୩୫ ବର୍ଷ ତଳେ ପ୍ଲଟେଡ୍‌ ସ୍କିମରେ ନେଇଥିବା ୨୦୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ରାଜସ୍ବ ପର୍ଷଦ…

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ, ସପ୍ତାହକୁ ଦୁଇଥର…

ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) – ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

ବଙ୍ଗୋପସାଗରରେ ଲଘୁଚାପ: ୧୦ ଜିଲାରେ ଝଡ଼ବର୍ଷା, ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର…

୨୦୦ ବୁଥ୍‌ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri