ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ ପକାଇବା ଘଟଣାକୁ ୨୪ ଘଣ୍ଟା ନପୁରୁଣୁ କେନ୍ଦ୍ରାପଡ଼ା ଜିଲାରେ ଏକ ଥାର୍ଡ ଡିଗ୍ରୀ ଘଟଣା ପଦାକୁ ଆସିଛି। ଜିଲାର ତାଳଚୁଆ ସାମୁଦ୍ରିକ ଥାନାକୁ ଅଭିଯୋଗ କରିବାକୁ ଯାଇଥିବା ଜଣେ ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ମାଡ଼ରେ ଆହତ ମା’ପୁଅ ମଙ୍ଗଳବାର ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେବାପରେ ଥାର୍ଡ ଡିଗ୍ରୀ ସମ୍ପର୍କରେ ଏସ୍‌ଡିପିଓଙ୍କ ନିକଟରେ ଅଭିଯୋଗ କରିଛନ୍ତି।
ଅଭିଯୋଗ ଅନୁସାରେ, ବାଘମାରୀ ପଞ୍ଚାୟତ ଗିରିଆପାହୀ ଗାଁର ପବନ କୁମାର ମଣ୍ଡଳଙ୍କ ସ୍ତ୍ରୀ ଅନ୍ନପୂର୍ଣ୍ଣା ମଣ୍ଡଳ(୫୮) ସୋମବାର ସାରେ ପାରିବାରିକ କଳହକୁ ନେଇ ପୁଅ ଅନନ୍ତ କୁମାର ମଣ୍ଡଳ(୪୦)ଙ୍କ ସହ ଥାନାକୁ ଅଭିଯୋଗ କରିବାକୁ ଯାଇଥିଲେ। ଆଇଆଇସି ସାରାଣୀ ଜେନା ଏତଲା ନ ରଖି ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ ସହ ଚାପୁଡା ମାରିଥିଲେ। ପ୍ରତିବାଦ କରିବାରୁ ମା’ଙ୍କ ସାମ୍ନାରେ ପୁଅ ଅନନ୍ତଙ୍କୁ ଥାନାର ପାଇଖାନା ଭିତରେ ପୂରାଇ ଆଇଆଇସି ଓ ଅନ୍ୟ ଜଣେ କନେଷ୍ଟବଲ ବାଡ଼ିରେ ପିଟିଥିଲେ। ମାଡ଼ ବିଷୟରେ କାହାକୁ କହିଲେ ଜୀବନରୁ ମାରିଦେବା ଓ ମିଛ କେସ୍‌ରେ ଫସାଇ ଜେଲ ପଠାଇଦେବାକୁ ଆଇଆଇସି ଜେନା ଧମକ ଦେଇଥିବା ନେଇ ଅଭିଯୋଗରେ ଉଲ୍ଲେଖ ରହିଛି। ସା ୬ଟାରୁ ରାତି ୧୧ଟା ୪୦ଯାଏ ଥାନାରେ ରଖି ନିର୍ଯାତନା ଦେବା ପରେ ସେମାନଙ୍କୁ ଛାଡ଼ିଥିଲେ ବୋଲି ଅନ୍ନପୂର୍ଣ୍ଣା କହିଛନ୍ତି। ପୋଲିସର ଥାର୍ଡ ଡିଗ୍ରୀ ଭିଡିଓ ଥାନାର ସିସି ଟିଭିରେ ରହିଛି ବୋଲି ଅଭିଯୋଗରେ ଉଲ୍ଲେଖ ରହିଛି। ଏ ସମ୍ପର୍କରେ ଏସ୍‌ଡିପିଓ ସୁକାନ୍ତ କୁମାର ପାତ୍ରଙ୍କୁ ପଚାରିବାରୁ ଅଭିଯୋଗ ମିଳିଛି ଏବଂ ଘଟଣା ସମ୍ପର୍କରେ ଏସ୍‌ପିଙ୍କୁ ଜଣାଇଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି। ଥାନା ଅଧିକାରୀ ସନ୍ଧ୍ୟାରାଣୀ ଜେନା କହିଛନ୍ତି, ଏଭଳି ଅଭିଯୋଗର କୌଣସି ସତ୍ୟାସତ୍ୟ ନାହିଁ। ଥାନାରେ ଥାର୍ଡ ଡିଗ୍ରୀ ଦେବା ଯୁଗ ପଳାଇ ଗଲାଣି। ଥାନା ସାରା ସିସିଟିଭି ଲାଗିଛି। ଏଭଳି ଅଭିଯୋଗ ପଛରେ କିଛି ଷଡ଼ଯନ୍ତ୍ର ଥାଇପାରେ ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri