Posted inରାଜ୍ୟ

ଥାନାରେ ଥାର୍ଡ ଡିଗ୍ରୀ: ଏସ୍‌ଆଇ ନିଲମ୍ବିତ

ରାଉରକେଲା ଅଫିସ,୧୮।୨:ଥାନା ଭିତରେ ଜଣେ ନାବାଳକଙ୍କୁ ଥାର୍ଡ଼ ଡିଗ୍ରୀ ଦେବା ଘଟଣା ସୁନ୍ଦରଗଡ଼ ଜିଲା ରାଉରକେଲା ଉଦିତନଗର ପୋଲିସ ଏସ୍‌ଆଇ ମାନସ ରଞ୍ଜନ ନାୟକଙ୍କୁ ମହଙ୍ଗା ପଡିଛି। ଏହି ଘଟଣାର ତଦନ୍ତ କରି ରାଉରକେଲା ଏସ୍‌ପି ମୁକେଶ କୁମାର ଭାମୁ ଏସ୍‌ଆଇ ନାୟକଙ୍କୁ ବୁଧବାର ନିଲମ୍ବିତ କରିଛନ୍ତି।
ସୂଚନା ଅନୁସାରେ, ୨୦୨୦ ଡିସେମ୍ବର ୨୬ରେ ଉଦିତନଗର ପୋଲିସ ମୋବାଇଲ ଚୋରି ଅଭିଯୋଗରେ ରାଉରକେଲା ଗୋପବନ୍ଧୁପାଲ୍ଲୀ ଅଞ୍ଚଳର ଜଣେ ନାବାଳକଙ୍କୁ ଅଟକ ରଖି ଘଟଣାର ତଦନ୍ତ କରୁଥିଲା। ତଦନ୍ତ ସମୟରେ ଏସ୍‌ଆଇ ନାୟକ ଉକ୍ତ ନାବାଳକଙ୍କୁ ବିଦ୍ୟୁତ୍‌ କରେଣ୍ଟ ସହ ତାଙ୍କୁ ମାନସିକ ଓ ଶାରିରୀକ ନିର୍ଯାତନା ଦେଇଥିବା ନେଇ ତାଙ୍କ ଜେଜେମା’ ଥାନାରେ ଅଭିଯୋଗ କରିଥିଲେ। ସ୍ଥାନୀୟ ଭାଜପା ନେତ୍ରୀ ପ୍ରମିଳା ଦାଶ ଏ ନେଇ ଶିଶୁମଙ୍ଗଳ କମିଟିକୁ ଅବଗତ କରାଇଥିଲେ। ଜିଲା ଶିଶୁ ସୁରକ୍ଷା ୟୁନିଟ ଓ ଚାଇଲ୍ଡ ଲାଇନ ପକ୍ଷରୁ ଘଟଣାର ତଦନ୍ତ ଚାଲିଥିଲା। ଅନ୍ୟପକ୍ଷେ ଏହି ଘଟଣାର ତଦନ୍ତ କରି ଫେବୃଆରୀ ୧୫ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ରାଜ୍ୟ ମାନବାଧିକାର କମିଶନ ରାଉରକେଲା ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଉଲ୍ଲେଖନୀୟ, ଗୋପବନ୍ଧୁପାଲ୍ଲୀ ଅଞ୍ଚଳର ଉକ୍ତ ନାବାଳକ ଟିମ୍ବର କଲୋନୀ ଅଞ୍ଚଳରେ ଥିବା ବୈଷ୍ଣୋଦେବୀ ମନ୍ଦିର ରାସ୍ତାରେ ଗୋଟିଏ ମୋବାଇଲ ପାଇଥିଲେ। ମୋବାଇଲ କିପ୍ୟାଡ୍‌ ଲକ୍‌ ଥିବାରୁ ସେ ତାକୁ ଖୋଲିବା ପାଇଁ ଅନ୍ୟ ଜଣେ ବ୍ୟକ୍ତିଙ୍କୁ ଦେଇଥିଲେ। ତେବେ ଉକ୍ତ ବ୍ୟକ୍ତି ଜଣକ ମୋବାଇଲକୁ ନାବାଳକଙ୍କ ଠାରୁ ୧୫ ଶହ ଟଙ୍କାରେ କିଣି ନେଇଥିଲେ। ମୋବାଇଲ ଚୋରି ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଉକ୍ତ ନାବାଳକଙ୍କୁ ଅଟକ ରଖି ମାଡ଼ ମାରିଥିଲା। ନାବାଳକଙ୍କ ନିକଟରୁ କୌଣସି ତଥ୍ୟ ନ ମିଳିବାରୁ ଡିସେମ୍ବର ୨୭ରେ ତାଙ୍କୁ ଛାଡ଼ି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri