ବାଲିପାଟଣା ଥାନାରେ ଥାର୍ଡ ଡିଗ୍ରୀ

ଭୁବନେଶ୍ୱର,୨୫୯ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଭରତପୁର ଥାନାରେ ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ସାରା ଦେଶରେ ଓଡ଼ିଶା ପୋଲିସର ଭାବମୂର୍ତ୍ତିକୁ ଲୋକଲୋଚନକୁ ଆଣିଥିବାବେଳେ କମିଶନରେଟ୍‌ ପୋଲିସର ଆଉ ଏକ ଥାନା ନାଁରେ ଥାର୍ଡ ଡିଗ୍ରୀ ଅଭିଯୋଗ ଆସିଛି। ବାଲିପାଟଣା ପୋଲିସ ଜଣେ ବ୍ୟକ୍ତିଙ୍କୁ ଉଠାଇ ନେଇ ଥାନା ଭିତରେ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏନେଇ ପୀଡ଼ିତ ତଥା ନୟାଗଡ଼ ଭାପୁର ଅଞ୍ଚଳର ବିଜୟ କୁମାର ଷଡ଼ଙ୍ଗୀ ମଙ୍ଗଳବାର ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ ଦ୍ୱାରସ୍ଥ ହେବା ପରେ ଘଟଣା ପଦାକୁ ଆସିଛି।
ବିଜୟଙ୍କ ଅଭିଯୋଗ ଅନୁଯାୟୀ, ସେପ୍ଟେମ୍ବର ୧ରେ ଏକ ଘଟଣାକୁ କେନ୍ଦ୍ରକରି ସ୍ଥାନୀୟ ଲୋକମାନେ ବାଲିପାଟଣା ଥାନା ଘେରାଉ କରିବାକୁ ମେଳି ବାନ୍ଧିଥିଲେ। ଏହି ସମୟରେ ବିଜୟ ଗୋରୁହାଟ ପାଖରେ ଉତ୍ତ୍ୟକ୍ତ ଲୋକଙ୍କୁ ଥାନା ଘେରାଉ ନ କରିବାକୁ ବୁଝାଉଥିଲେ। ହଠାତ୍‌ ଏକ ଥାନା ଜିପ୍‌ରେ ୪ରୁ ୫ ଜଣ ପୋଲିସ ଆସି ତାଙ୍କ ବାହୁଙ୍କୁ ଧରି ଘୋଷାରି ଗାଡିକୁ ନେଇଥିଲେ। ନିଜ କାର୍‌ ସହ ଡ୍ରାଇଭର ଅଛନ୍ତି, ଥାନାକୁ ଯାଇପାରିବେ ବୋଲି ବିଜୟ କହିଥିଲେ ମଧ୍ୟ ପୋଲିସ କର୍ମଚାରୀ ତାଙ୍କ କଥା ଶୁଣି ନ ଥିଲେ। ତାଙ୍କୁ ଗାଲିଗୁଲଜ କରିବା ସହ ମାଡ ମାରି ଜିପ୍‌ରେ ଥାନାକୁ ନେଇଯାଇଥିଲେ। ପରେ ତାଙ୍କୁ ଆଇଆଇସିଙ୍କ ଚାମ୍ବରରେ ବସାଇ ଗାଳିଗୁଲଜ ଦିଆଯିବା ସହ ପୁଣି ମାଡ ମରାଯାଇଥିଲା ବୋଲି ବିଜୟ ତାଙ୍କ ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ପୋଲିସର ଏପରି ମାଡ଼ ଓ ନିର୍ଯାତନା ସଂକ୍ରାନ୍ତରେ ବିଜୟ ମୁଖ୍ୟମନ୍ତ୍ରୀ, ଆଇନମନ୍ତ୍ରୀ, ପୋଲିସ ଡିଜି, ପୋଲିସ କମିଶନର, ଡିସିପିଙ୍କୁ ଭେଟି ଅଭିଯୋଗ କରିଥିବା କହିଛନ୍ତି। ତେବେ ଅଭିଯୋଗ ସଂକ୍ରାନ୍ତରେ ଥାନାଧିକାରୀ ସୂର୍ଯ୍ୟାଂଶୁ ଶେଖର ପାଢ଼ୀ କହିଛନ୍ତି, ଏ ନେଇ କିଛି କହିବା ଉଚିତ ହେବ ନାହିଁ। ଏହି ଘଟଣାର ତଦନ୍ତ ହେଲେ ସତ୍ୟତା ଜଣାପଡିଯିବ। ଆମ ପାଖରେ ସବୁ ପ୍ରମାଣ ଅଛି ବୋଲି ସେ କହିଛନ୍ତି। ଜୋନ୍‌-୪ ଏସିପି ମାନସ ଦେଓଙ୍କ କହିବା କଥା, ସେ ଏହି ଘଟଣା ବିଷୟରେ ଜାଣିନାହାନ୍ତି। ଅଭିଯୋଗ ଆସିଲେ ଅନୁସନ୍ଧାନ ନିଜେ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri