ନାବାଳକଙ୍କୁ ଥାର୍ଡ ଡିଗ୍ରୀ

କଟକ ଅଫିସ,୧୧ା୪: ମୋବାଇଲ ଚୋରି ଅଭିଯୋଗରେ ଜଣେ ନାବାଳକକୁ ୩ଦିନ ଫାଣ୍ଡି ହାଜତରେ ରଖି ଅସହ୍ୟ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ହାଜତ ଭିତରେ ପୋଲିସ ବାବୁ ଥାର୍ଡ ଡିଗ୍ରୀ ପ୍ରୟୋଗ କରିଥିବା ନିଜେ ନାବାଳକ ଜଣକ କ୍ୟାମେରା ସମ୍ମୁଖରେ କହିଛନ୍ତି। ଏପରିକି ଚୋରି ଅଭିଯୋଗ ମାନିବାକୁ ଏକ ପାଇପ ସାହାଯ୍ୟରେ ଖୁବ୍‌ ଜୋର୍‌ରେ ପିଟିଥିବା ସେ କହିଛନ୍ତି। କଟକ ଏସ୍‌ସିବି ମେଡିକାଲ ଫାଣ୍ଡି ପୋଲିସ ବିରୋଧରେ ଏପରି ସଙ୍ଗିନ ଅଭିଯୋଗ ଆସିଛି।

ସୂଚନାଯୋଗ୍ୟ, ମୋବାଇଲ ଚୋରି ଅଭିଯୋଗରେ ୧୨ ବର୍ଷର ଜଣେ ନାବାଳକକୁ ମେଡିକାଲ ଫାଣ୍ଡି ପୋଲିସ ଗତ ଶୁକ୍ରବାର ଧରି ଫାଣ୍ଡିକୁ ଆଣିଥିଲା। ତେବେ ଗତ ୩ ଦିନ ହେଲା ତାକୁ ହାଜତ ଭିତରେ ରଖି ଅକଥନୀୟ ନିର୍ଯାତନା ଦିଆଯାଉଥିବା ଖବର ପାଇ ଚାଇଲ୍ଡ ଲାଇନ ସଦସ୍ୟ ଫାଣ୍ଡିରେ ପହଞ୍ଚିଥିଲେ। ନାବାଳକଙ୍କୁ ହାଜତ ଭିତରେ ରଖିବା ନିୟମ ନ ଥିବା ବେଳେ କେଉଁ ପରିସ୍ଥିତିରେ ରଖାଯାଇଛି ବୋଲି ପ୍ରଶ୍ନ କରିବାରୁ ଫାଣ୍ଡି ଅଧିକାରୀ ନାବାଳକଙ୍କୁ ବାହାରକୁ ଆଣି ଚାଇଲ୍ଡ ଲାଇନକୁ ହସ୍ତାନ୍ତର କରିଥିଲେ। ଅନ୍ୟପକ୍ଷରେ ଫାଣ୍ଡିରେ କର୍ମଚାରୀ ନ ଥିବାରୁ ପିଲାଟିକୁ ଭିତରେ ରଖାଯାଇଥିଲା ବୋଲି ଫାଣ୍ଡି ଅଧିକାରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri