ଦାରିଙ୍ଗବାଡି ଶୀତ ମହୋତ୍ସବ: ତୃତୀୟ ସଂଧ୍ୟାରେ ହେରି ଓ ପ୍ରିୟମ୍ବଦାଙ୍କ ନୃତ୍ୟ; ହସାଇହସାଇ ବେଦମ କଲେ…

ଦାରିଙ୍ଗବାଡି, ୧୦ା୧ (ଅରୁଣ ସାହୁ )-ଏକାଦଶ ତମ ଦାରିଙ୍ଗବାଡି ଶୀତ ମହୋତ୍ସବର ତୃତୀୟ ଦିବସର ସଂଧ୍ୟାରେ ହେରି ଓ ପ୍ରିୟମ୍ବଦାଙ୍କ ନୃତ୍ୟ ଦର୍ଶକଙ୍କୁ ଅଭିଭୂତ କରିଥିଲା। ଶୀତରେ ଦର୍ଶକମାନେ ଉଭୟନୃତ୍ୟଶିଳ୍ପୀଙ୍କ ନୃତ୍ୟରେ ମସଗୁଲ ହୋଇଥିଲେ। ତୃତୀୟଦିବସ କାର୍ଯ୍ୟକ୍ରମରେ ତହସିଲଦାର ଧୀରଜ ପାତ୍ର ଅଧ୍ୟକ୍ଷତା କରିଥିଲେ। ମୁଖ୍ୟଅତିଥି ଭାବେ ବାଲିଗୁଡା ବିଧାୟକ ଚକ୍ରମଣି କଂହର, ଅନ୍ୟ ତମ ଅତିଥି ରୂପେ ଅତିତିକ୍ତ ଏସପି ରମେନ୍ଦ୍ର ପ୍ରସାଦ, ବାଲିଗୁଡା ଏସ୍‌ଡିପିଓ ଶୁଭମ ଭୋସଲେ, ପ୍ରୋବେଶନର ଆଇପିଏସ ଶ୍ରୀନିବାସଙ୍କ ସହ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ ପ୍ରଧାନ, ଟିକାବାଲି ବ୍ଲକ ଅଧ୍ୟକ୍ଷ ଦିଲୀପ କଂହର, ବିଡ଼ିଓ ପ୍ରୀତିରଞ୍ଜନ ରଥ ଉପସ୍ଥିତ ଥିଲେ। ଦାରିଙ୍ଗବାଡି ଶୀତ ମହୋତ୍ସବ ଏକ ମହୋତ୍ସବ ନୁହେଁ ଏହା ସ୍ଥାନୀୟ ଅଧିବାସୀଙ୍କ ଭାବାବେଗକୁ ପରିପ୍ରକାଶ କରିଥାଏ ବୋଲି ଅତିଥିମାନେ କହିଥିଲେ। ଦାରିଙ୍ଗବାଡିକୁ ସ୍ବତନ୍ତ୍ର ପରିଚୟ ଦେଇଥିବା ଶୀତ ଯୋଗୁ ଏହାକୁ ଓଡିଶାର କାଶ୍ମୀର ବୋଲି ପର୍ଯ୍ୟଟକମାନେ ମନେ କରିଥାନ୍ତି ବୋଲି ସେମାନେ ମତ ରଖିଥିଲେ।

ଦିବସର କାର୍ଯ୍ୟକ୍ରମ ପରେ ସଂଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମ ସ୍ଥାନୀୟବାସୀ ଓ ପର୍ଯ୍ୟଟକଙ୍କ ପାଇଁ ଥିଲା ଆହୁରି ମନୋହର। ଶିବାନନ୍ଦ ବାରିକ ଏବଂ ଶୋଭାଣଙ୍କ ସଂଯୋଜନାରେ ହେରି ଓ ପ୍ରିୟମ୍ବଦାଙ୍କ ଯୋଡି ଓ ସେମାନଙ୍କ ନୃତ୍ୟ ଦର୍ଶକଙ୍କ ମନ ମୋହିଥିଲା। ସେହିପରି ଓଡ଼ିଆ ଚଳଚିତ୍ର ସଂଳାପ ଲେଖକ ତଥା ଛୋଟ ପରଦାର କଳାକାର ବ୍ୟାଙ୍ଗକବି ପ୍ରିୟବ୍ରତ ପଣ୍ଡାଙ୍କ ଦ୍ୱାରା ବ୍ୟାଙ୍ଗକବିତା ଦର୍ଶକଙ୍କୁ ହସାଇ ହସାଇ ବେଦମ କରିଥିଲା।

ବ୍ୟାଙ୍ଗକବି ଜ୍ଞାନ ହୋତା ମଧ୍ୟ ଥିଲେ ଏହି ସନ୍ଧ୍ୟାର ବିଶେଷ ଆକର୍ଷଣ। ତାଙ୍କ ବ୍ୟଙ୍ଗର ପରିବେଷଣ ଶୈଳୀ ଦର୍ଶକଙ୍କୁ ବେଶ୍‌ ହସର ଖୋରାକ ଯୋଗାଇଥିଲା।

ସେହିପରି ବର୍ଷା ସେନଙ୍କ ଓଡିଶୀ, ବ୍ୟାଙ୍ଗକବି ସୁଶାନ୍ତ ମିଶ୍ରଙ୍କ ବ୍ୟଙ୍ଗ କବିତା, ସମ୍ବଲପୁର ସର୍ବେଶ୍ୱର ଭୋଇଙ୍କ ମେଲୋଡି, ଆଲୋକ ବିଷୋୟୀଙ୍କ ପଶୁ ମୁଖ ନୃତ୍ୟ ସହ ସ୍ଥାନୀୟ କଳାକାରଙ୍କ ଦ୍ୱାରା ଚାଙ୍ଗୁ ନୃତ୍ୟ ଶୀତ କାକରରେ ବି ଦର୍ଶକ ଓ ଶ୍ରୋତାଙ୍କୁ ବାନ୍ଧି ରଖିପାରିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri