Posted inଜାତୀୟ

ତୃତୀୟ ସାମ୍ମୁଖ୍ୟ: ସମୟ ଆସିଲେ ନିଷ୍ପତ୍ତି

ନୂଆଦିଲ୍ଲୀ,୧।୫: ଆଗାମୀ ଲୋକ ସଭା ଏବଂ ରାଷ୍ଟ୍ରପତି ନିର୍ବାଚନକୁ ନେଇ ବିଜେଡିର ଯୋଜନା ସମ୍ପର୍କରେ ଦଳ ସଭାପତି ତଥା ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାପିଚୁପି ମତ ରଖିଛନ୍ତି। ପ୍ରସ୍ତାବିତ ତୃତୀୟ ସାମ୍ମୁଖ୍ୟ ନେଇ ପ୍ରଶ୍ନ ହେବାରୁ ନିର୍ବାଚନ ବହୁତ ଡେରି ଅଛି, ସମୟ ଆସିଲେ ଆମେ ଏନେଇ ବିଚାର କରିବୁ ବୋଲି ନବୀନ କହିଥିଲେ। ତେବେ କୌଣସି ରାଜନୈତକ ମେଣ୍ଟ ଗଠନଠାରୁ ତାଙ୍କ ଦଳ ସ୍ବାଧୀନ ରହିବାକୁ ପସନ୍ଦ କରିବ ବୋଲି ସେ ମତ ରଖିଥିଲେ। ସେହିପରି ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀଙ୍କୁ ଚାହିଁ ନିଷ୍ପତ୍ତି ନିଆଯିବ ବୋଲି ବିଜେଡି ସୁପ୍ରିମୋ କହିଛନ୍ତି। କାରଣ ପ୍ରାର୍ଥୀ ହେଉଛନ୍ତି ଅଧିକ ଗୁରୁତ୍ୱପୂର୍ଣ୍ଣ। ୨୦୧୭ ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥୀ ରାମନାଥ କୋବିନ୍ଦଙ୍କୁ ବିଜେଡି ସମର୍ଥନ ଦେଇଥିଲା। ଶାସକ ଏନ୍‌ଡିଏ ପାଖରେ ସଂଖ୍ୟାଗରିଷ୍ଠତା ଲାଗି ୧.୨ ପ୍ରତିଶତ କମ୍‌ ଭୋଟ ରହିଥିବାରୁ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଜିତାଇବାକୁ ହେଲେ ବିଜେଡିର ସମର୍ଥନ ଗୁରୁତ୍ୱପୂର୍ଣ୍ଣ। ପାର୍ଲାମେଣ୍ଟର ଉଭୟ ଗୃହରେ ୨୧ ଏମ୍‌ପିଙ୍କ ସହ ନବୀନଙ୍କ ନିୟନ୍ତ୍ରଣରେ ୩.୨୨ ପ୍ରତିଶତ ଭୋଟ ରହିଥିବାରୁ ଜୁଲାଇରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସହଜରେ ବିଜୟୀ କରାଇପାରିବ ବୋଲି କୁହାଯାଉଛି।
ଭାରତର ରାଷ୍ଟ୍ରପତିଙ୍କୁ ଇଲେକ୍ଟୋରାଲ କଲେଜ ନିର୍ବାଚିତ କରିଥାଏ। ଏଥିରେ ୭୭୬ ଏମ୍‌ପି ଏବଂ ୪,୧୨୦ ବିଧାୟକ ସଦସ୍ୟ ଅଛନ୍ତି। ସରକାର ମେଣ୍ଟ ସହଯୋଗୀ ଦଳ ସମେତ ଓ୍ବାଇଏସ୍‌ଆର୍‌ କଂଗ୍ରେସ ଏବଂ ବିଜେଡି ଭଳି ଦଳଗୁଡ଼ିକର ସମର୍ଥନ ପାଇଁ ଉଦ୍ୟମ ଚଳାଇଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଦଳ ମିଳିତ ପ୍ରାର୍ଥୀ ଦେବା ନେଇ ଚର୍ଚ୍ଚା ହେଉଥିଲାବେଳେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଗୁରୁତ୍ୱପୂର୍ଣ୍ଣ। ମିଳିତ ବିରୋଧୀ ଦଳ ପ୍ରାର୍ଥୀ ଦେବା ନେଇ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ, ଏମ୍‌.କେ. ଷ୍ଟାଲିନ୍‌ଙ୍କ ଡିଏମ୍‌କେ, ଉଦ୍ଧବ ଠାକ୍‌ରେଙ୍କ ଶିବସେନା, କେ. ଚନ୍ଦ୍ରଶେଖର ରାଓଙ୍କ ତେଲଙ୍ଗାନା ରାଷ୍ଟ୍ର ସମିତି ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବା ଆଶା କରାଯାଉଛି। ସେହିପରି ୨୦୨୪ ସାଧାରଣ ନିର୍ବାଚନ ଭାଜପା ବିରୋଧୀ ତୃତୀୟ ସାମ୍ମୁଖ୍ୟ ଗଠନ ଲାଗି ଏହି ନେତାମାନେ ଉଦ୍ୟମ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri