Posted inଖେଳ

ଜୟନ୍ତୀଙ୍କୁ ତୃତୀୟ ସ୍ବର୍ଣ୍ଣ, ସୁଚିତ୍ରା ରୌପ୍ୟ

ଭୁବନେଶ୍ୱର, ୨୧।୩ (କ୍ରୀଡ଼ା ପ୍ରତିନିଧି): ପୁଣେର ବାଲଓ୍ବୋଡ଼ିସ୍ଥିତ ଶ୍ରୀ ଶିବ ଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିୟନଶିପ୍‌ ସୋମବାର ଶେଷ ହୋଇଛି। ଅନ୍ତିମ ଦିବସରେ ପୁଣି ଚମକ ଦେଖାଇଛନ୍ତି ପାରା ଆଥଲେଟ୍‌ ଜୟନ୍ତୀ ବେହେରା। ପୂର୍ବରୁ ୪୦୦ ମିଟର ଓ ୧୦୦ ମିଟରରେ ସ୍ବର୍ଣ୍ଣ ପଦକ ଜିତି ସାରିଥିବା ଜୟନ୍ତି ମହିଳା ଟି୪୭ ବର୍ଗର ୨୦୦ ମିଟର ଇଭେଣ୍ଟରେ ମଧ୍ୟ ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ଏଥିସହ ସେ ଗୋଲ୍ଡେନ ଟ୍ରିପଲ ହାସଲ କରିଛନ୍ତି। ୨୦୦ ମିଟରରେ ଜୟନ୍ତି ୨୭.୩୮ ସେକେଣ୍ଡ ସମୟ ନେଇ ପ୍ରଥମସ୍ଥାନ ଅଧିକାର କରିଥିଲେ। ଆଇଜଣେ ଓଡ଼ିଆ ଝିଅ ସୁଚିତ୍ରା ପରିଡ଼ା ମହିଳା ଜାଭେଲିନ୍‌ ଥ୍ରୋ ଟି୫୫ ବର୍ଗରେ ରୌପ୍ୟ ପଦକ ହାସଲ କରିଛନ୍ତି। ସେ ୧୪.୬୬ ମିଟର ଥ୍ରୋ କରି ଏହି ସଫଳତା ପାଇଛନ୍ତି। ଏଥିସହ ଓଡ଼ିଶା ପ୍ରତିଯୋଗିମାନେ ମୋଟ ୯ ପଦକ ପାଇଁ ଅଭିଯାନ ଶେଷ କରିଛନ୍ତି।
୨୦୧୦ ପରେ ଅର୍ଥାତ୍‌ ଦୀର୍ଘ ୧୩ ବର୍ଷ ବ୍ୟବଧାନରେ ଓଡିଶା ପଦକ ସଂଖ୍ୟା ୯ ଛୁଇଁଛି। ଫଳରେ ଓଡ଼ିଶା ଦଳ ପଦକ ତାଲିକାରେ ୧୦ମସ୍ଥାନ ଅଧିକାର କରିଛି। ପାରାଲିମ୍ପିକ୍ସ ଗୋଲ୍ଡ ମେଡାଲିଷ୍ଟ ପ୍ରମୋଦ ଭଗତ, ପାରା ଆଲିମ୍ପିଆନ ମାର୍କଣ୍ଡ ରେଡ୍ଡୀ, କୋଚ୍‌ ବିଷ୍ଣୁ ପ୍ରସାଦ ମିଶ୍ର, ଓଡ଼ିଶା ପାରା ସ୍ପୋଟର୍‌ସ ସଂଘ କର୍ମକର୍ତ୍ତା ସୁନୀଲ ପ୍ରଧାନ ଓ ବଙ୍କିମ ଚନ୍ଦ୍ର ମହାନ୍ତି ପ୍ରମୁଖ ପ୍ରତିଯୋଗିତା ଅବସରରେ ପୁଣେରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri