୨୭ରୁ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ

ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ଆସନ୍ତା ୨୭ ଓ ୨୮ ତାରିଖରେ ଭୁବନେଶ୍ୱରଠାରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ଅନୁଷ୍ଠିତ ହେବ। ଏଥିପୂର୍ବରୁ ଏପ୍ରିଲ ୨୩ରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରାକ୍‌ ବୈଠକ କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି କେନ୍ଦ୍ର ସରକାରଙ୍କ ଶିକ୍ଷା, ଦକ୍ଷତାବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଉଚ୍ଚଶିକ୍ଷା ବିଭାଗ ସଚିବ କେ. ସଞ୍ଜୟମୂର୍ତ୍ତି, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ସଚିବ ଅତୁଲ କୁମାର ତିଓ୍ବାରୀ, ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ସଚିବ ସଞ୍ଜୟ କୁମାର ଏହି ସମ୍ମିଳନୀରେ ଉପସ୍ଥିତ ଥିଲେ।
‘କାର୍ଯ୍ୟର ଭବିଷ୍ୟତ’ ବିଷୟବସ୍ତୁ ଉପରେ ଆଧାରିତ ଏକ ସ୍ବତନ୍ତ୍ର ପ୍ରଦର୍ଶନୀ ଆୟୋଜନ କରାଯିବ ଏବଂ ଏହାକୁ ସାଧାରଣ ଜନତାଙ୍କ ପାଇଁ ଏପ୍ରିଲ ୨୩ରୁ ୨୫ ଏବଂ ଏହାପରେ ଏପ୍ରିଲ ୨୭ରୁ ୨୮ ତାରିଖ ପର୍ଯ୍ୟନ୍ତ ଖୋଲାଯିବ। ଏଥିରେ ଜି-୨୦ ରାଷ୍ଟ୍ର ସମୂହର ପ୍ରତିନିଧିମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରୟାସ ଓ ମାର୍ଗଦର୍ଶନରେ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ କାର୍ଯ୍ୟକ୍ରମ, ବିଭିନ୍ନ ବିଷୟବସ୍ତୁ ଚୟନ ଏବଂ ଏସବୁ କାର୍ଯ୍ୟକ୍ରମରେ ଦେଶର ଯୁବକମାନଙ୍କ ଭାଗୀଦାରି ସୁନିଶ୍ଚିତ କରିବା ଲାଗି ପଦକ୍ଷେପ ଗ୍ରହଣ କରାଯାଉଥିବା ଉଚ୍ଚଶିକ୍ଷା ବିଭାଗ ସଚିବ ସଞ୍ଜୟ ମୂର୍ତ୍ତି କହିଛନ୍ତି। ଓଡ଼ିଶା ପରିଦୃଶ୍ୟରେ ‘କାର୍ଯ୍ୟର ଭବିଷ୍ୟତ’ ବିଷୟବସ୍ତୁ ଚୟନ କରାଯାଇଛି ଏବଂ ଏହାକୁ ରାଜ୍ୟର ସବୁ ଜିଲାରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଥିବା ସେ କହିଛନ୍ତି। ଫଳରେ ସମ୍ପୃକ୍ତ ଜିଲାରେ ଭବିଷ୍ୟତର କୌଶଳ ଏବଂ ନିରନ୍ତର ଦକ୍ଷତା ବିକାଶ ତଥା ଉନ୍ନତୀକରଣ ବା ସ୍କିଲିଂ, ରିସ୍କିଲିଂ ଏବଂ ଅପ୍‌-ସ୍କିଲିଂ ପ୍ରକ୍ରିୟାର ଆବଶ୍ୟକତା ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯାଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri