Posted inଖେଳ

ତୃତୀୟ ଦିନିକିଆ ବାତିଲ,୧-୦ରେ ସିରିଜ ହାତେଇଲା ନ୍ୟୁଜିଲାଣ୍ଡ…

ଖ୍ରୀଷ୍ଟଚର୍ଚ୍ଚ,,୩୦।୧୧ : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଓଡିଆଇ ସିରିଜର ତୃତୀୟ ତଥା ଶେଷ ମ୍ୟାଚ ମଧ୍ୟ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ଏହା ସହ ନ୍ୟୁଜିଲାଣ୍ଡ ତିନି ମ୍ୟାଚ ବିଶିଷ୍ଟ ସିରିଜକୁ ୧-୦ରେ ଜିତିଛି। ଖ୍ରୀଷ୍ଟଚର୍ଚ୍ଚରେ ଖେଳାଯାଉଥିବା ଏହି ମ୍ୟାଚରେ ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଭାରତୀୟ ଦଳ ବ୍ୟାଟିଂ କରି ୪୭.୩ ଓଭରରେ ୧୦ ଓ୍ବିକେଟ ହରାଇ ୨୧୯ କରିଛି। ନ୍ୟୁଜିଲାଣ୍ଡ ସମ୍ମୁଖରେ ବିଜୟ ଲକ୍ଷ୍ୟ ୨୨୦ ରନ ରହିଥିଲା।

ଅଧିନାୟକ ଶିଖର ଧାୱନ କେବଳ ୨୮ ରନ୍‌, ଗିଲ ୧୩ ରନ, ପନ୍ତ ୧୦ ରନ ଏବଂ ଆୟର ୪୯ ରନ କରିଥିଲେ। ଏଥି ସହିତ, ୱାଶିଂଟନ ସୁନ୍ଦର ୫୧ ରନ କରିଥିଲେ। ଏହାର ଜବାବରେ ନ୍ୟୁଜିଲାଣ୍ଡ ୧୮ ଓଭରରେ ୧ ୱିକେଟ ହରାଇ ୧୦୪ ରନ କରିଥିଲା। କିନ୍ତୁ ବର୍ଷା ଯୋଗୁ ପରବର୍ତ୍ତୀ ମ୍ୟାଚ ଖେଳାଯାଇ ପାରିଲା ନାହିଁ। ଭୂମି ଓଦା ହେବା ଯୋଗୁ ଅମ୍ପାୟାରମାନେ ମ୍ୟାଚ ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲେ। ଡକୱର୍ଥ-ଲୁଇସ ନିୟମ ପ୍ରୟୋଗ ହୋଇପାରିଲା ନାହିଁ। ଏହି କାରଣରୁ ମ୍ୟାଚକୁ ବାତିଲ କରାଯାଇଥିଲା।

ନ୍ୟୁଜିଲାଣ୍ଡ ପାଇଁ ଆଡାମ ମିଲନେ ଏବଂ ଡାରିଲ ମିଚେଲ ପ୍ରତ୍ୟେକ ତିନୋଟି ୱିକେଟ ନେଇଥିଲେ। ଏଥି ସହିତ ବ୍ୟାଟିଂରେ ଫିନ ଆଲେନ ନ୍ୟୁଜିଲାଣ୍ଡ ପାଇଁ ୫୭ ରନ କରିଥିଲେ ଏବଂ ଡିଭନ କନୱେ ୩୮ରନ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?