Posted inଜାତୀୟ

ଅକ୍ଟୋବର ୨ରୁ ତୃତୀୟ ପର୍ଯ୍ୟାୟ ସ୍ବଚ୍ଛତା ଅଭିଯାନ

ନୂଆଦିଲ୍ଲୀ,୧୩।୯: କେନ୍ଦ୍ର ସରକାରଙ୍କ ସ୍ବଚ୍ଛତା ଅଭିଯାନର ତୃତୀୟ ସଂସ୍କରଣ ଅକ୍ଟୋବର ୨ରେ ଆରମ୍ଭ ହେବ। ଏଥିରୁ ସରକାର ୧ ହଜାର କୋଟି ଆୟ କରିବାକୁ ଲକ୍ଷ୍ୟ ରଖିଛନ୍ତି। ପ୍ରଶାସନିକ ସୁଧାର ଓ ସାଧାରଣ ଅଭିଯୋଗ (ଡିଏଆର୍‌ପିଜି) ବିଭାଗ ସଚିବ ଭି. ଶ୍ରୀନିବାସ କହିଛନ୍ତି, କେନ୍ଦ୍ର ସରକାରଙ୍କ ଅଧୀନ ବିଭାଗଗୁଡିକରେ ସ୍ବଚ୍ଛତା ବଜାୟ ପ୍ରତି ଧ୍ୟାନ ଦିଆଯାଉଛି। ଅକ୍ଟୋବର ୨ରୁ ୩୧ ପର୍ଯ୍ୟନ୍ତ ଏହି ଅଭିଯାନ ଚାଲିବ। ୨୦୨୨ ଅକ୍ଟୋବରରେ ସ୍ବଚ୍ଛତା ଅଭିଯାନର ଦ୍ୱିତୀୟ ସଂସ୍କରଣ ଅନୁଷ୍ଠିତ ହୋଇଥିଲା। ଏଥିରୁ ୫୨୦ କୋଟି ଟଙ୍କା ଆୟ ହୋଇଥିଲା। ସେହିପରି ପ୍ରାୟ ୫୦ଲକ୍ଷ ଫାଇଲ ହଟାଇ ଦିଆଯାଇଥିଲା। ଫଳରେ ବିଭିନ୍ନ କାର୍ଯ୍ୟାଳୟର ପ୍ରାୟ ୧୭୨ ଲକ୍ଷ ବର୍ଗପୁଟ ସ୍ଥାନ ଖାଲି ହୋଇଥିଲା। ଏହା ବ୍ୟତୀତ ୩୧.୩୫ ଲକ୍ଷ ସାଧାରଣ ଅଭିଯୋଗ ମାମଲାର ସମାଧାନ କରାଯାଇଥିଲା। ତେଣୁ ତୃତୀୟ ସଂସ୍କରଣରୁ ୧ହଜାର କୋଟି ଟଙ୍କା ଆୟ ହେବ ବୋଲି ଆଶା କରାଯାଉଛି। ଶ୍ରୀନିବାସ କହିଛନ୍ତି, ଏକ ମାସଧରି ଅନୁଷ୍ଠିତ ହେବାକୁ ଥିବା ସ୍ବଚ୍ଛତା ଅଭିଯାନର ତୃତୀୟ ସଂସ୍କରଣରେ ବିଭିନ୍ନ କାର୍ଯ୍ୟାଳୟର ୧୦୦ ଲକ୍ଷ ବର୍ଗଫୁଟ ସ୍ଥାନ ଖାଲି କରାଯିବାକୁ ଲକ୍ଷ୍ୟ ରଖାଯାଇଛି। କେନ୍ଦ୍ର ସରକାରଙ୍କ ଏହି ସ୍ବତନ୍ତ୍ର ଅଭିଯାନର ପ୍ରଥମ ସଂସ୍କରଣ ଅକ୍ଟୋବର ୨୦୨୧ରେ ଆରମ୍ଭ ହୋଇଥିଲା। ଏଥିରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ଅଟକି ରହିଥିବା କାମକୁ ଶେଷ କରିବା ଏବଂ ସ୍ବଚ୍ଛତାକୁ ଅଧିକ ଗୁରୁତ୍ୱ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri