ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ ଏହାର ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଚାଲିବ। ଏହି ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଓ ଭୁବନେଶ୍ୱର ଲୋକ ସଭା କ୍ଷେତ୍ର ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଆସନ୍ତା ୬ ତାରିଖ ହେଉଛି ନାମାଙ୍କନ ଦାଖଲର ଶେଷ ସମୟ। ଏହି ପର୍ଯ୍ୟାୟରେ ମୋଟ୍‌ ୪୮ ଲକ୍ଷ ୨୬ ହଜାର ୩୭୫ ଜଣ ପୁରୁଷ ଏବଂ ୪୬ ଲକ୍ଷ ୧୪ ହଜାର ୧୩୪ ଜଣ ମହିଳା ଭୋଟର ଭୋଟ ଦେବେ। ଆସନ୍ତା ୭ ତାରିଖରେ ପ୍ରାର୍ଥତ୍ପତ୍ର ଯାଞ୍ଚ, ୯ ତାରିଖ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାରର ଶେଷ ସମୟ ରହିଛି। ସେହିପରି ଏହି ପର୍ଯ୍ୟାୟ ଲାଗି ଆସନ୍ତା ମେ ୨୫ ତାରିଖରେ ଭୋଟ ହେବାକୁ ଥିବାବେଳେ ଜୁନ ୪ ତାରିଖରେ ଭୋଟ୍‌ ଗଣତି ପାଇଁ ସମୟ ଧାର୍ଯ୍ୟ କରାଯାଇଛି।
ତେବେ ତୃତୀୟ ପର୍ଯ୍ୟାୟ ଭୋଟ ଲାଗି ସୋମବାରଠାରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଉଥିବା ବେଳେ ଏଯାଏ ୩ ଦଳ କିଛି ଆସନରେ ପ୍ରାର୍ଥୀ ଦେଇନାହାନ୍ତି। ୩ୟ ପର୍ଯ୍ୟାରେ ହେବାକୁ ଥିବା ପାଲଲହଡା ଏବଂ ବାରବାଟୀ-କଟକ ବିଧାନସଭା ଆସନରେ କଂଗ୍ରେସ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହିଁ। ସେହିପରି ଭାଜପା ସର୍ବାଧିକ ୩ଟି ଆସନ ଘସିପୁରା, ବେଗୁନିଆ ଏବଂ ବାରବାଟୀ-କଟକ ବିଧାନସଭା ଆସନ ଯେଉଁଠି ୩ୟ ପର୍ଯ୍ୟାୟରେ ଭୋଟ୍‌ ହେବାକୁ ଯାଉଛି ସେଠାରେ ଏଯାଏ ପ୍ରାର୍ଥୀ କାହାକୁ କରିବ ସେନେଇ ଘୋଷଣା କରିପାରୁ ନାହିଁ। ପ୍ରାର୍ଥୀ ଘୋଷଣାରେ ସବୁଠାରୁ ଆଗରେ ଥିବା ବିଜେଡି ଏହି ପର୍ଯ୍ୟାୟରେ ହେବାକୁ ଥିବା ଗୋଟିଏ ଆସନ ଖଣ୍ଡପଡା ପାଇଁ ପ୍ରାର୍ଥୀ ଘୋଷଣା କରିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri