ଗେଦେ ବଂଶର ତୃତୀୟତମ ସମ୍ମିଳନୀ, ନିଜ ବଂଶଧର ଲୋକଙ୍କୁ ଚିହ୍ନିବା ପାଇଁ….

ଦାରିଙ୍ଗବାଡି,୧୧।୬(ଅରୁଣ ସାହୁ): ନିଜ ବଂଶଧର ଲୋକଙ୍କ ସହ ଯୋଡି ହେବା ସେମାନଙ୍କୁ ଚିହ୍ନିବା ଓ ଜାଣିବା ପାଇଁ ଏକ ପ୍ରୟାସ କରୁଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବସବାସ କରୁଥିବା ଗେଦେ ବଂଶ । ଏଥିପାଇଁ ଚଳିତ ବର୍ଷ ତୃତୀୟତମ ସମ୍ମିଳନୀ ବୁଧବାର ଉକ୍ତ ବ୍ଲକ ପେନାପୁସୀ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି । ଗେଦେ ବଂଶର ସଭାପତି ନକୁଳ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏହି ସମ୍ମିଳନୀ ଅନୁଷ୍ଠିତ ହୋଇଥିବା ବେଳେ ଏହାର ମୂଳ ଲକ୍ଷ ଅନୁସୂଚିତ ଜନଜାତି ଅଧ୍ୟୁଷିତ କନ୍ଧମାଳ ଜିଲାରେ କେଉଁ ସବୁ ଅଞ୍ଚଳରେ ଗେଦେ ବଂଶଧାରୀ ଲୋକମାନେ ବସବାସ କରୁଛନ୍ତି ସମସ୍ତଙ୍କ ରକ୍ତ ସମ୍ପର୍କରେ କିଏ କାହାକୁ କ’ଣ ସମ୍ବୋଧିତ କରିବେ ସେନେଇ ଆଲୋଚନା ହୋଇଥିଲା । ସେହିପରି ଅନେକ ଯୁବତୀଯୁବକ ଦାଦନ ଖଟିବାକୁ ଯାଇ ପ୍ରେମ ବିବାହ କରୁଛନ୍ତି ତେବେ ଗୋଟିଏ ବଂଶ ବା ରକ୍ତ ସମ୍ପର୍କରେ ଯେଉଁଭଳି ବିବାହ ରୋକାଯାଇପାରିବ ସେନେଇ ଏହି ସସମ୍ମିଳନୀ ର ମୂଳଲକ୍ଷ୍ୟ ବୋଲି କୁହାଯାଇଛି ।

ସେହିପରି ଗତ ୩ ବର୍ଷ ଧରି ଏହି ସମ୍ମିଳନୀରେ ଗେଦେ ବଂଶ ନାମରେ ୨୫ଟି ବୃକ୍ଷ ରୋପଣ ସହ ଅସହାୟ ବୃଦ୍ଧା, ବୃଦ୍ଧ, ବିଧବା, ଦିବ୍ୟାଙ୍ଗ, ଅନାଥଙ୍କୁ ପୋଷାକ, ଶୀତ ବସ୍ତ୍ର ପ୍ରଦାନ କରାଯାଉଛି । ସେହିପରି ଜୈବିକ ଚାଷ, ଜୈବିକ ଖତ ବ୍ୟବହାରକୁ ଗୁରୁତ୍ୱ ଦିଆଯିବା ସହ କୁଇ ସଂସ୍କୃତି ପରମ୍ପରାକୁ ସୁଦୃଢ଼ କରିବା ଓ ତାକୁ ମାନି ଚଳିବାକୁ ପରାମର୍ଶ ଦିଆଯାଇଛି । ସେହିପରି ଏହି ବଂଶର ସମସ୍ତ ପରିବାର ଏକତା ଓ ପ୍ରେମରେ ଓ ପରସ୍ପର ମଧ୍ୟରେ ବିଶ୍ୱାସ ଓ ଭାଇଚାରା, ଶାନ୍ତି ସଦଭାବନାରେ ଚଳିବାକୁ ପରାମର୍ଶ ଦିଆଯାଇଥିଲା । ଏହି ସମ୍ମିଳନୀରେ ଉକ୍ତ ବଂଶର ପ୍ରାୟ ୫ ଶହରୁ ଉର୍ଦ୍ଧ୍ବ ଲୋକ ଉପସ୍ଥିତ ରହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସମ୍ପାଦକ ତ୍ରିଲୋଚନ ପ୍ରଧାନ, ପରାମର୍ଶଦାତା ଗଙ୍ଗାଧର ପ୍ରଧାନ, ହେରଦ ପ୍ରଧାନ, ମନୋଜ ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?