Posted inଖେଳ

ତୃତୀୟ ଟି୨୦: ଅଗରଙ୍କୁ ୬ ଉଇକେଟ, ଅଷ୍ଟ୍ରେଲିଆ ବିଜୟୀ

ଓ୍ବେଲିଂଟନ,୪।୩(ଏପି): ଅଲରାଉଣ୍ଡର ଗ୍ଲେନ୍‌ ମ୍ୟାକ୍ସଓ୍ବେଲ, ଅଧିନାୟକ ଆରୋନ ଫିଞ୍ଚ୍‌ଙ୍କ ଦମ୍‌ଦାର ବ୍ୟାଟିଂ ଓ ପରେ ଆଷ୍ଟନ ଅଗରଙ୍କ ଘାତକ ବୋଲିଂ ବଳରେ ଅଷ୍ଟ୍ରେଲିଆ ତୃତୀୟ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ବୃହତ୍‌ ୬୪ ରନରେ ପରାସ୍ତ କରିଛି। ସ୍ଥାନୀୟ ଓ୍ବେଷ୍ଟପ୍ୟାକ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ ହାରି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୨୦୮ ରନ ସଂଗ୍ରହ କରିଥିଲା। ଜବାବରେ ନ୍ୟୁଜିଲାଣ୍ଡ ୧୭.୧ ଓଭରରେ ୧୪୪ ରନକରି ଅଲଆଉଟ ହେବା ସହ ପରାସ୍ତ ହୋଇଛି। ପରାଜୟ ସତ୍ତ୍ୱେ ନ୍ୟୁଜିଲାଣ୍ଡ ୫ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୨-୧ରେ ଅଗ୍ରଣୀ ବଜାୟ ରଖିଛି। ଫଳରେ ସିରିଜ ଜୀବନ୍ତ ରହିଛି। ୩୦ ରନ ବ୍ୟୟ କରି ମୂଲ୍ୟବାନ ୬ ଉଇକେଟ ଅକ୍ତିଆର କରି କ୍ୟାରିୟରର ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଅଷ୍ଟ୍ରେଲିଆ ସ୍ପିନର ଆଷ୍ଟନ ଅଗର ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୨୦୯ ରନ ଟାର୍ଗେଟର ପିଛା କରି ଘରୋଇ ଦଳ ନିୟମିତ ବ୍ୟବଧାନରେ ଉଇକେଟ ହରାଇ ଆତ୍ମସମର୍ପଣ କରିଥିଲା। ଦଳର ୬ ଜଣ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁପାରି ନ ଥିଲେ। ଅଭିଜ୍ଞ ଓପନର ମାର୍ଟିନ ଗୁପ୍ଟିଲ ୪୩, ଡେଭନ କନ୍‌ଓ୍ବେ ୩୮, ଗ୍ଲେନ ଫିଲିପ୍ସ ୧୩, ମାର୍କ ଚାପ୍‌ମ୍ୟାନ ୧୮, କାଏଲ ଜେମିଶନ ୧୧ ରନ ସଂଗ୍ରହ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ତରଫରୁ ଅଗରଙ୍କ ୬ ଉଇକେଟ ସଫଳତାକୁ ବାଦ୍‌ ଦେଲେ ରିଲେ ମେରେଡିଥ୍‌ ୨ ଓ ଅଭିଜ୍ଞ ସ୍ପିନର ଆଡାମ ଜାମ୍ପା ଓ କେନ୍‌ ରିଚାର୍ଡସନ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ମାଥ୍ୟୁ ଓ୍ବେଡଙ୍କୁ ହରାଇ ପ୍ରାରମ୍ଭିକ ଝଟ୍‌କା ଖାଇଥିଲା। ଓ୍ବେଡ୍‌ ୫ ରନକରି ଟ୍ରେଣ୍ଟ ବୋଲ୍ଟଙ୍କ ଦ୍ୱାରା ଆଉଟ ହୋଇଥିଲେ। ଅଧିନାୟକ ଫିଞ୍ଚ୍‌ ୪୪ ବଲରୁ ୮ ଚୌକା ଓ ୨ ଛକା ସହ ୬୯ ରନର ଦ୍ରୁତ ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ ହୋଇଥିଲେ। ସେହିପରି ଜୋଶ ଫିଲିପ୍‌ ୨୭ଟି ବଲର ସମ୍ମୁଖୀନ ହୋଇ ୩ ଚୌକା ଓ ୧ ଛକା ସହ ଦ୍ରୁତ ୪୩ ରନ ସଂଗ୍ରହ କରିଥିଲେ। ଫିଞ୍ଚ୍‌ ଓ ଫିଲିପ୍‌ ସ୍ପିନର ଇସ୍‌ ସୋଧିଙ୍କ ଦ୍ୱାରା ଆଉଟ ହୋଇଥିଲେ। ଏହାପରେ ମ୍ୟାକ୍ସଓ୍ବେଲ ମାତ୍ର ୩୧ଟି ବଲର ସମ୍ମୁଖୀନ ହୋଇ ୮ ଚୌକା ଓ ୫ ଛକା ସହ ଦ୍ରୁତ ୭୦ ରନ ସଂଗ୍ରହ କରି ଦଳକୁ ବୃହତ୍‌ ସ୍କୋର ପ୍ରଦାନ କରି ଟିମ୍‌ ସୌଦିଙ୍କ ଦ୍ୱାରା ଆଉଟ ହୋଇଥିଲେ। ମାର୍କସ ଷ୍ଟୋଇନିସ ୯ ଓ ମିଚେଲ ମାର୍ଶ ୬ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡର ସୋଧି ୨, ସୌଦି ଓ ବୋଲ୍ଟ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଅଷ୍ଟ୍ରେଲିଆ ୨୦ ଓଭରରେ ୨୦୮/୪
(ଫିଞ୍ଚ୍‌- ୬୯, ମ୍ୟାକ୍ସଓ୍ବେଲ- ୭୦, ଫିଲିପ- ୪୩, ସୋଧି- ୨/୩୨, ସୌଦି- ୧/୩୭, ବୋଲ୍ଟ- ୧/୩୯)।
ନ୍ୟୁଜିଲାଣ୍ଡ ୧୭.୧ ଓଭରରେ ୧୪୪ ଅଲ୍‌ଆଉଟ୍‌
(ଗୁପ୍ଟିଲ- ୪୩, କନ୍‌ଓ୍ବେ- ୩୮, ଅଗର- ୬/୩୦, ମେରେଡିଥ- ୨/୪୨, )


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri