Posted inଖେଳ

ତୃତୀୟ ଟି୨୦: ଅଗରଙ୍କୁ ୬ ଉଇକେଟ, ଅଷ୍ଟ୍ରେଲିଆ ବିଜୟୀ

ଓ୍ବେଲିଂଟନ,୪।୩(ଏପି): ଅଲରାଉଣ୍ଡର ଗ୍ଲେନ୍‌ ମ୍ୟାକ୍ସଓ୍ବେଲ, ଅଧିନାୟକ ଆରୋନ ଫିଞ୍ଚ୍‌ଙ୍କ ଦମ୍‌ଦାର ବ୍ୟାଟିଂ ଓ ପରେ ଆଷ୍ଟନ ଅଗରଙ୍କ ଘାତକ ବୋଲିଂ ବଳରେ ଅଷ୍ଟ୍ରେଲିଆ ତୃତୀୟ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ବୃହତ୍‌ ୬୪ ରନରେ ପରାସ୍ତ କରିଛି। ସ୍ଥାନୀୟ ଓ୍ବେଷ୍ଟପ୍ୟାକ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ ହାରି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୨୦୮ ରନ ସଂଗ୍ରହ କରିଥିଲା। ଜବାବରେ ନ୍ୟୁଜିଲାଣ୍ଡ ୧୭.୧ ଓଭରରେ ୧୪୪ ରନକରି ଅଲଆଉଟ ହେବା ସହ ପରାସ୍ତ ହୋଇଛି। ପରାଜୟ ସତ୍ତ୍ୱେ ନ୍ୟୁଜିଲାଣ୍ଡ ୫ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୨-୧ରେ ଅଗ୍ରଣୀ ବଜାୟ ରଖିଛି। ଫଳରେ ସିରିଜ ଜୀବନ୍ତ ରହିଛି। ୩୦ ରନ ବ୍ୟୟ କରି ମୂଲ୍ୟବାନ ୬ ଉଇକେଟ ଅକ୍ତିଆର କରି କ୍ୟାରିୟରର ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଅଷ୍ଟ୍ରେଲିଆ ସ୍ପିନର ଆଷ୍ଟନ ଅଗର ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୨୦୯ ରନ ଟାର୍ଗେଟର ପିଛା କରି ଘରୋଇ ଦଳ ନିୟମିତ ବ୍ୟବଧାନରେ ଉଇକେଟ ହରାଇ ଆତ୍ମସମର୍ପଣ କରିଥିଲା। ଦଳର ୬ ଜଣ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁପାରି ନ ଥିଲେ। ଅଭିଜ୍ଞ ଓପନର ମାର୍ଟିନ ଗୁପ୍ଟିଲ ୪୩, ଡେଭନ କନ୍‌ଓ୍ବେ ୩୮, ଗ୍ଲେନ ଫିଲିପ୍ସ ୧୩, ମାର୍କ ଚାପ୍‌ମ୍ୟାନ ୧୮, କାଏଲ ଜେମିଶନ ୧୧ ରନ ସଂଗ୍ରହ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ତରଫରୁ ଅଗରଙ୍କ ୬ ଉଇକେଟ ସଫଳତାକୁ ବାଦ୍‌ ଦେଲେ ରିଲେ ମେରେଡିଥ୍‌ ୨ ଓ ଅଭିଜ୍ଞ ସ୍ପିନର ଆଡାମ ଜାମ୍ପା ଓ କେନ୍‌ ରିଚାର୍ଡସନ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ମାଥ୍ୟୁ ଓ୍ବେଡଙ୍କୁ ହରାଇ ପ୍ରାରମ୍ଭିକ ଝଟ୍‌କା ଖାଇଥିଲା। ଓ୍ବେଡ୍‌ ୫ ରନକରି ଟ୍ରେଣ୍ଟ ବୋଲ୍ଟଙ୍କ ଦ୍ୱାରା ଆଉଟ ହୋଇଥିଲେ। ଅଧିନାୟକ ଫିଞ୍ଚ୍‌ ୪୪ ବଲରୁ ୮ ଚୌକା ଓ ୨ ଛକା ସହ ୬୯ ରନର ଦ୍ରୁତ ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ ହୋଇଥିଲେ। ସେହିପରି ଜୋଶ ଫିଲିପ୍‌ ୨୭ଟି ବଲର ସମ୍ମୁଖୀନ ହୋଇ ୩ ଚୌକା ଓ ୧ ଛକା ସହ ଦ୍ରୁତ ୪୩ ରନ ସଂଗ୍ରହ କରିଥିଲେ। ଫିଞ୍ଚ୍‌ ଓ ଫିଲିପ୍‌ ସ୍ପିନର ଇସ୍‌ ସୋଧିଙ୍କ ଦ୍ୱାରା ଆଉଟ ହୋଇଥିଲେ। ଏହାପରେ ମ୍ୟାକ୍ସଓ୍ବେଲ ମାତ୍ର ୩୧ଟି ବଲର ସମ୍ମୁଖୀନ ହୋଇ ୮ ଚୌକା ଓ ୫ ଛକା ସହ ଦ୍ରୁତ ୭୦ ରନ ସଂଗ୍ରହ କରି ଦଳକୁ ବୃହତ୍‌ ସ୍କୋର ପ୍ରଦାନ କରି ଟିମ୍‌ ସୌଦିଙ୍କ ଦ୍ୱାରା ଆଉଟ ହୋଇଥିଲେ। ମାର୍କସ ଷ୍ଟୋଇନିସ ୯ ଓ ମିଚେଲ ମାର୍ଶ ୬ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡର ସୋଧି ୨, ସୌଦି ଓ ବୋଲ୍ଟ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଅଷ୍ଟ୍ରେଲିଆ ୨୦ ଓଭରରେ ୨୦୮/୪
(ଫିଞ୍ଚ୍‌- ୬୯, ମ୍ୟାକ୍ସଓ୍ବେଲ- ୭୦, ଫିଲିପ- ୪୩, ସୋଧି- ୨/୩୨, ସୌଦି- ୧/୩୭, ବୋଲ୍ଟ- ୧/୩୯)।
ନ୍ୟୁଜିଲାଣ୍ଡ ୧୭.୧ ଓଭରରେ ୧୪୪ ଅଲ୍‌ଆଉଟ୍‌
(ଗୁପ୍ଟିଲ- ୪୩, କନ୍‌ଓ୍ବେ- ୩୮, ଅଗର- ୬/୩୦, ମେରେଡିଥ- ୨/୪୨, )


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri