Posted inଖେଳ

ତୃତୀୟ ଟି୨୦: ଦକ୍ଷିଣ ଆଫ୍ରିକାର ରୋମାଞ୍ଚକ ବିଜୟ

ସେଣ୍ଟ ଜର୍ଜେଶ(ଗ୍ରେନେଡା), ୧।୭: ସ୍ଥାନୀୟ ନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ରୋମାଞ୍ଚମ ଢଙ୍ଗରେ ମାତ୍ର ୧ ରନରେ ବିଜୟ ହାସଲ କରିଛି। ଟସ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଦକ୍ଷିଣ ଆଫ୍ରିକା ୮ ଉଇକେଟ ହରାଇ ୧୬୭ ରନ ସଂଗ୍ରହ କରିଥିଲା। ଜବାବରେ ଓ୍ବେଷ୍ଟଇଣ୍ଡିଜ ୭ ଉଇକେଟ ହରାଇ ୧୬୬ ରନରେ ସୀମିତ ରହିବା ସହ ବିଜୟଠାରୁ ମାତ୍ର ୨ ରନ ଦୂରରେ ରହିଯାଇଥିଲା। ଏହି ବିଜୟ ସହ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜରେ ଦକ୍ଷିଣ ଆଫ୍ରିକା ୨-୧ରେ ଅଗ୍ରଣୀ ହାସଲ କରିଛି। ଗୁରୁବାର ଚତୁର୍ଥ ଟି୨୦ ଖେଳାଯିବ। ୧୩ ରନ ଦେଇ ମୂଲ୍ୟବାନ ୨ ଉଇକେଟ ନେଇଥିବା ଦକ୍ଷିଣ ଆଫ୍ରିକା ବୋଲର ତାବରେଜ ସାମ୍‌ସି ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୧୬୮ ରନ ଟାର୍ଗେଟର ପିଛା କରି ଓ୍ବେଷ୍ଟଇଣ୍ଡିଜ ନିୟମିତ ଅନ୍ତରରେ ଉଇକେଟ ହରାଇଥିଲା। ଓପନର ଏଭିନ ଲୁଇସ ସର୍ବାଧିକ ୨୭, ନିକୋଲାସ ପୁରନ ୨୬, ଆନ୍ଦ୍ରେ ରସେଲ ୨୫, ଲିଣ୍ଡେଲ ସିମନ୍ସ ୨୨, ଜାସନ ହୋଲ୍ଡର ୧୬, ଶିମରନ ହେଟମେର ୧୭ ରନକରି ଆଉଟ ହୋଇଥିବା ବେଳେ ଫାବିଆନ ଆଲେନ ୧୪ ରନକରି ଅପରାଜିତ ରହିଥିଲେ। ଦକ୍ଷିଣ ଆଫ୍ରିକାର ଅନରିଚ୍‌ ନୋର୍ଜ ଓ ତାବରେଜ ସାମ୍‌ସି ଦୁଇଟି ଲେଖାଏ, ଜର୍ଜ ଲିଣ୍ଡେ, ଲୁନ୍‌ଗି ଏନ୍‌ଗିଡି ଓ କାଗିସୋ ରାବାଡା ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ତରଫରୁ ଓପନର କ୍ୱିଣ୍ଟନ ଡିକକ୍‌ ସର୍ବାଧିକ ୭୨ (୫୧ ବଲ, ୫ ଚୌକା, ୨ ଛକା), ରସି ଭାନ ଡେର ଡୁସେନ ୩୨, ଏଡେନ ମାରକ୍ରାମ ୨୩, ରିଜା ହେଣ୍ଡ୍ରିକ୍ସ ୧୭ ରନ ସଂଗ୍ରହ କରିଥିଲେ। ବୋଲିଂରେ ଓ୍ବେଷ୍ଟଇଣ୍ଡିଜ ତରଫରୁ ଓବେଡ ମ୍ୟାକ୍‌କଏ ୪ ଓ ଡ୍ବେନ ବ୍ରାଭୋ ୩ଟି ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୧୬୭/୮
(ଡିକକ- ୭୨, ଡୁସେନ- ୩୨, ମାରକ୍ରାମ- ୨୩, ମ୍ୟାକକଏ- ୪/ ୨୨, ବ୍ରାଭୋ- ୩/୨୫)।
ଓ୍ବେଷ୍ଟଇଣ୍ଡିଜ ୨୦ ଓଭରରେ ୧୬୬/୭
(ଲୁଇସ- ୨୭, ପୁରନ- ୨୬, ରସେଲ- ୨୫, ସିମନ୍ସ-୨୨, ନୋର୍ଜ-୨/୨୯, ସାମସି- ୨/୧୩)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri