Posted inଖେଳ

ତୃତୀୟ ଟି୨୦: ଦକ୍ଷିଣ ଆଫ୍ରିକାର ରୋମାଞ୍ଚକ ବିଜୟ

ସେଣ୍ଟ ଜର୍ଜେଶ(ଗ୍ରେନେଡା), ୧।୭: ସ୍ଥାନୀୟ ନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ରୋମାଞ୍ଚମ ଢଙ୍ଗରେ ମାତ୍ର ୧ ରନରେ ବିଜୟ ହାସଲ କରିଛି। ଟସ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଦକ୍ଷିଣ ଆଫ୍ରିକା ୮ ଉଇକେଟ ହରାଇ ୧୬୭ ରନ ସଂଗ୍ରହ କରିଥିଲା। ଜବାବରେ ଓ୍ବେଷ୍ଟଇଣ୍ଡିଜ ୭ ଉଇକେଟ ହରାଇ ୧୬୬ ରନରେ ସୀମିତ ରହିବା ସହ ବିଜୟଠାରୁ ମାତ୍ର ୨ ରନ ଦୂରରେ ରହିଯାଇଥିଲା। ଏହି ବିଜୟ ସହ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜରେ ଦକ୍ଷିଣ ଆଫ୍ରିକା ୨-୧ରେ ଅଗ୍ରଣୀ ହାସଲ କରିଛି। ଗୁରୁବାର ଚତୁର୍ଥ ଟି୨୦ ଖେଳାଯିବ। ୧୩ ରନ ଦେଇ ମୂଲ୍ୟବାନ ୨ ଉଇକେଟ ନେଇଥିବା ଦକ୍ଷିଣ ଆଫ୍ରିକା ବୋଲର ତାବରେଜ ସାମ୍‌ସି ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୧୬୮ ରନ ଟାର୍ଗେଟର ପିଛା କରି ଓ୍ବେଷ୍ଟଇଣ୍ଡିଜ ନିୟମିତ ଅନ୍ତରରେ ଉଇକେଟ ହରାଇଥିଲା। ଓପନର ଏଭିନ ଲୁଇସ ସର୍ବାଧିକ ୨୭, ନିକୋଲାସ ପୁରନ ୨୬, ଆନ୍ଦ୍ରେ ରସେଲ ୨୫, ଲିଣ୍ଡେଲ ସିମନ୍ସ ୨୨, ଜାସନ ହୋଲ୍ଡର ୧୬, ଶିମରନ ହେଟମେର ୧୭ ରନକରି ଆଉଟ ହୋଇଥିବା ବେଳେ ଫାବିଆନ ଆଲେନ ୧୪ ରନକରି ଅପରାଜିତ ରହିଥିଲେ। ଦକ୍ଷିଣ ଆଫ୍ରିକାର ଅନରିଚ୍‌ ନୋର୍ଜ ଓ ତାବରେଜ ସାମ୍‌ସି ଦୁଇଟି ଲେଖାଏ, ଜର୍ଜ ଲିଣ୍ଡେ, ଲୁନ୍‌ଗି ଏନ୍‌ଗିଡି ଓ କାଗିସୋ ରାବାଡା ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ତରଫରୁ ଓପନର କ୍ୱିଣ୍ଟନ ଡିକକ୍‌ ସର୍ବାଧିକ ୭୨ (୫୧ ବଲ, ୫ ଚୌକା, ୨ ଛକା), ରସି ଭାନ ଡେର ଡୁସେନ ୩୨, ଏଡେନ ମାରକ୍ରାମ ୨୩, ରିଜା ହେଣ୍ଡ୍ରିକ୍ସ ୧୭ ରନ ସଂଗ୍ରହ କରିଥିଲେ। ବୋଲିଂରେ ଓ୍ବେଷ୍ଟଇଣ୍ଡିଜ ତରଫରୁ ଓବେଡ ମ୍ୟାକ୍‌କଏ ୪ ଓ ଡ୍ବେନ ବ୍ରାଭୋ ୩ଟି ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୧୬୭/୮
(ଡିକକ- ୭୨, ଡୁସେନ- ୩୨, ମାରକ୍ରାମ- ୨୩, ମ୍ୟାକକଏ- ୪/ ୨୨, ବ୍ରାଭୋ- ୩/୨୫)।
ଓ୍ବେଷ୍ଟଇଣ୍ଡିଜ ୨୦ ଓଭରରେ ୧୬୬/୭
(ଲୁଇସ- ୨୭, ପୁରନ- ୨୬, ରସେଲ- ୨୫, ସିମନ୍ସ-୨୨, ନୋର୍ଜ-୨/୨୯, ସାମସି- ୨/୧୩)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri