Posted inଖେଳ

ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟ: ନଟରାଜନ, ଶାର୍ଦ୍ଦୁଳଙ୍କୁ ସୁଯୋଗ

ମେଲବୋର୍ନ, ୨।୧(ପି.ଟି.)-
ଚଳିତ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜର ଅବଶିଷ୍ଟ ୨ଟି ମ୍ୟାଚ ପାଇଁ ୟର୍କର ସ୍ପେଶାଲିଷ୍ଟ ଥଙ୍ଗାରାସୁ ନଟରାଜନ ଓ ଶାର୍ଦ୍ଦୁଳ ଠାକୁରଙ୍କୁ ସୁଯୋଗ ମିଳିଛି। ଆହତ ଉମେଶ ଯାଦବଙ୍କ ସ୍ଥାନ ନେଇଛନ୍ତି ନଟରାଜନ। ସେହିପରି ମହମ୍ମଦ ଶାମିଙ୍କ ସ୍ଥାନରେ ଶାର୍ଦ୍ଦୁଳଙ୍କୁ ସାମିଲ କରାଯାଇଛି। ମେଲବୋର୍ନରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟର ୩ୟ ଦିବସରେ ଉମେଶଙ୍କ ଗୋଡ଼ ପୁଟିଆ ମାଂସପେଶୀ ଟାଣି ଧରିଥିଲା। ଆଗାମୀ ୨ ଟେଷ୍ଟ ଅବଧି ମଧ୍ୟରେ ସେ ସମ୍ପୂର୍ଣ୍ଣ ସୁସ୍ଥ ହେବା ସମ୍ଭାବନା କମ୍‌ ରହିଛି। ତେଣୁ ସେ ସିରିଜରୁ ଓହରି ଯାଇଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହା ପ୍ରକାଶ କରିଛନ୍ତି। ତେଣୁ ଜାତୀୟ ସିନିୟର ଚୟନ କମିଟି ତାଙ୍କ ବଦଳ ଖେଳାଳିଭାବେ ନଟରାଜନଙ୍କୁ ବାଛିଛନ୍ତି। ସେହିପରି ଡାହାଣ ହାତ ଭାଙ୍ଗିଥିବାରୁ ଶାମି ଓହରି ଯାଇଥିବାରୁ ତାଙ୍କ ସ୍ଥାନରେ ଶାର୍ଦ୍ଦୁଳଙ୍କୁ ନିଆଯାଇଛି ବୋଲି ସେ କହିଛନ୍ତି। ଆହତ ଅବସ୍ଥାରୁ ମୁକୁଳିବାପାଇଁ ଉଭୟ ଉମେଶ ଓ ଶାମି ବେଙ୍ଗାଲୁରୁସ୍ଥିତ ଜାତୀୟ କ୍ରିକେଟ ଏକାଡେମୀରେ ଚିକିତ୍ସିତ ହେବେ।
୨୯ ବର୍ଷୀୟ ନଟରାଜନ ଜଣେ ନେଟ୍‌ ବୋଲରଭାବେ ଅଷ୍ଟ୍ରେଲିଆ ଗସ୍ତ କରିଥିଲେ। ପରେ ସେ ଦିନିକିଆ ଓ ଟି୨୦ ଦଳରେ ସାମିଲ ହେବାର ପରିସ୍ଥିତି ସୃଷ୍ଟି ହୋଇଥିଲା। ୨ଟି ଦିନିକିଆ ଓ ୩ଟି ଟି୨୦ ମ୍ୟାଚରେ ସେ ପ୍ରଭାବୀ ପ୍ରଦର୍ଶନ କରି ୮ଟି ଉଇକେଟ ନେଇଥିଲେ। ତାମିଲନାଡ଼ୁ ପକ୍ଷରୁ ୨୦ଟି ପ୍ରଥମଶ୍ରେଣୀ କ୍ରିକେଟ ମ୍ୟାଚ ଖେଳିଥିବା ନଟରାଜନ ଏବେ ଟେଷ୍ଟ ଦଳରେ ସାମିଲ ହେବାର ସୌଭାଗ୍ୟ ପାଇଛନ୍ତି। ରୋହିତ ଶର୍ମା କ୍ୱାରାଣ୍ଟାଇନ୍‌ ଅବଧି ଶେଷ କରିବାପରେ ଦଳରେ ଯୋଗ ଦେଇଛନ୍ତି। ସିରିଜ ୧-୧ ସ୍ଥିତିରେ ଥିବାବେଳେ ତୃତୀୟ ଟେଷ୍ଟ ଚଳିତମାସ ୭ ତାରିଖରେ ସିଡ୍‌ନୀରେ ଆରମ୍ଭ ହେବ।
ଭାରତୀୟ ଦଳ: ଅଜିଙ୍କ୍ୟ ରାହାନେ (ଅଧିନାୟକ), ରୋହିତ ଶର୍ମା, ମୟଙ୍କ ଅଗ୍ରଓ୍ବାଲ, ପୃଥ୍ବୀ ଶ’, ଲୋକେଶ ରାହୁଲ, ଚେତେଶ୍ୱର ପୂଜାରା, ହନୁମା ବିହାରୀ, ଶୁବମନ ଗିଲ୍‌, ରିଦ୍ଧିମାନ ଶାହା, ରିଷଭ ପନ୍ତ, ଯଶପ୍ରୀତ୍‌ ବୁମ୍‌ରା, ନଭଦୀପ ସଇନି, କୁଲଦୀପ ଯାଦବ, ରବୀନ୍ଦ୍ର ଜାଡେଜା, ରବିଚନ୍ଦ୍ରନ ଅଶ୍ୱିନ, ମହମ୍ମଦ ସିରାଜ, ଶାର୍ଦ୍ଦୁଳ ଠାକୁର, ଟି. ନଟରାଜନ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri