ତୃତୀୟ ଲହର ମୁକାବିଲା ନେଇ ଚର୍ଚ୍ଚା, ହସ୍ପିଟାଲର କ୍ଷମତା ବୃଦ୍ଧି ଉପରେ ଗୁରୁତ୍ୱ…

ନୂଆଦିଲ୍ଲୀ,୧।୯: ଦେଶରେ କରୋନା ମହାମାରୀ ପୁଣି ସଙ୍କଟ ସୃଷ୍ଟି କରିବାକୁ ଯାଉଛି। କେରଳ ଏବଂ ଦେଶର ଅନ୍ୟ କେତେକ ରାଜ୍ୟରେ କରୋନା ସ୍ଥିତି ଚିନ୍ତାଜନକ ରହିଛି। ଏହାକୁ କେତେକ ବିଶେଷଜ୍ଞ କରୋନାର ତୃତୀୟ ଲହର ଭାବେ ଦେଖୁଛନ୍ତି। ଏଭଳି ପରିସ୍ଥିତିରେ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ମଜବୁତ କରିବା ପାଇଁ ସରକାରଙ୍କ ପକ୍ଷରୁ ଉଦ୍ୟମ କରାଯାଉଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ ତୃତୀୟ ଲହର ମୁକାବିଲା ଲାଗି ଯୋଜନାବଦ୍ଧ ଭାବେ ରଣନୀତି ଗ୍ରହଣ କରାଯିବାର ଆବଶ୍ୟକତା ରହିଛି। ତୃତୀୟ ଲହର ପ୍ରଭାବ ହ୍ରାସ କରିବା ପାଇଁ ସରକାର ଯଥାସମ୍ଭବ ଉଦ୍ୟମ କରୁଛନ୍ତି। ଟିକାକରଣ ଅଭିଯାନ ବିଷୟରେ ଉଲ୍ଲେଖ କରି ଅର୍ଥମନ୍ତ୍ରୀ କହିଛନ୍ତି ଯେ କ୍ରମାଗତ ଭାବେ ଏହାର ବୃଦ୍ଧି ଲାଗି ଉଦ୍ୟମ କରାଯାଉଛି। କରୋନାକୁ ଦୃଷ୍ଟିରେ ରଖି ଦେଶର ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ମଜବୁତ କରିବାର ଆବଶ୍ୟକତା ରହିଛି ବୋଲିି ସୀତାରମଣ କହିଛନ୍ତି। ଦେଶରେ ତାଲିମପ୍ରାପ୍ତ ଡାକ୍ତର ଏବଂ ନର୍ସଙ୍କ ସଂଖ୍ୟା ବୃଦ୍ଧି ସହିତ ନମୁନା ପରୀକ୍ଷା ଅଧିକ ହେବା ଆବଶ୍ୟକ। ଏଥି ସହିତ ଛୋଟ ଏବଂ ମଧ୍ୟମ ସହରର ହସ୍ପିଟାଲଗୁଡ଼ିକର କ୍ଷମତା ବୃଦ୍ଧି କରିବାକୁ ସେ ଆହ୍ବାନ ଦେଇଛନ୍ତି। କରୋନା ଦ୍ୱାରା ପ୍ରଭାବିତ ଅର୍ଥନୀତିକୁ ଫେରାଇ ଆଣିବା ପାଇଁ ସ୍ବାସ୍ଥ୍ୟ କ୍ଷେତ୍ରକୁ ମଜବୁତ କରିବା ସମ୍ପର୍କରେ ଅର୍ଥମନ୍ତ୍ରୀ ଏକ ୱେବନାରରେ ଏଭଳି କହିଛନ୍ତି।

ଏହି ଅବସରରେ ନୀତି ଆୟୋଗର ସଦସ୍ୟ ତଥା କରୋନା ସହ ଜଡିତ ଟାସ୍କଫୋର୍ସର ଅଧ୍ୟକ୍ଷ ଡ .ଭି.କେ ପାଲ ହସ୍ପିଟାଲରେ ରୋଗୀମାନଙ୍କ ପାଇଁ ଶଯ୍ୟା ସଂଖ୍ୟା କମ ଥିବା କହିଛନ୍ତି। ଏକ ତୁଳନାତ୍ମକ ଚିତ୍ର ପ୍ରଦାନ କରି ଡ.ପାଲ କହିଛନ୍ତି ଯେ ବର୍ତ୍ତମାନ ଦେଶରେ ୧୦୦୦ ଜଣ ବ୍ୟକ୍ତିଙ୍କ ପାଇଁ କେବଳ ଗୋଟିଏ ଶଯ୍ୟା ଉପଲବ୍ଧ ଯାହାକି ଚିନ୍ତାର ବିଷୟ। ସେ କହିଛନ୍ତି ଯେ ଏହା ହଜାରେ ଲୋକଙ୍କ ପାଇଁ ଅତି କମରେ ଦୁଇଟି ଶଯ୍ୟା କରିବା ଆବଶ୍ୟକ। ଭି.କେ ପାଲ କହିଛନ୍ତି ଯେ ବର୍ତ୍ତମାନର ଶଯ୍ୟା ସଂଖ୍ୟାକୁ ପ୍ରାୟ ୧୨ ଲକ୍ଷରୁ ୨୪-୨୫ ଲକ୍ଷକୁ ବୃଦ୍ଧି କରିବାର ଆବଶ୍ୟକତା ରହିଛି। ଶଯ୍ୟା ଅଭାବ ଯୋଗୁ କରୋନା ପରି ମହାମାରୀର ମୁକାବିଲା କରିବାରେ ପ୍ରତିବନ୍ଧକ ସୃଷ୍ଟି ହେଉଥିବା ସେ କହିଛନ୍ତି।

ୱେବନରରେ ଯୋଗ ଦେଇ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୁଷଣ କହିଛନ୍ତି ଯେ କରୋନା ଆରମ୍ଭରୁ ସରକାର ନିରନ୍ତର ସ୍ବାସ୍ଥ୍ୟ ସେବା ବ୍ୟବସ୍ଥା ବୃଦ୍ଧି କରିବାକୁ ଚେଷ୍ଟା କରୁଛନ୍ତି। ସ୍ବାଧୀନତାର ସାତ ଦଶନ୍ଧି ମଧ୍ୟରେ ସାରା ଦେଶରେ ସରକାରୀ ହସ୍ପିଟାଲରେ ପ୍ରାୟ ୧୬୦୦୦ ଭେଣ୍ଟିଲେଟର ଥିବାବେଳେ ଗତ ଦେଢ଼ ବର୍ଷ ମଧ୍ୟରେ ଏହାକୁ ୬୦,୦୦୦ରୁ ଅଧିକରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri