ରାଜ୍ୟରେ ଆରମ୍ଭ ହେଲାଣି ତୃତୀୟ ଲହର, ମୁଖ୍ୟମନ୍ତ୍ରୀଙ୍କ ସତର୍କ ସୂଚନା…

ପାଟନା, ୨୯।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ ସଂକ୍ରମଣ ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସମଗ୍ର ଦେଶରେ ଏହା ଦ୍ରୁତ ଗତିରେ ବୃଦ୍ଧି ପାଉଛି । ବିଶେଷଜ୍ଞଙ୍କମାନଙ୍କ ଅନୁସାରେ ଏହା ତୃତୀୟ ଲହର ସୃଷ୍ଟି କରିବ ।

ଏପରିସ୍ଥଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ରାଜ୍ୟରେ କରୋନାର ତୃତୀୟ ଲହର ଆରମ୍ଭ ହୋଇଛି। ତାଙ୍କ ବିବୃତ୍ତି ଏପରି ଏକ ସମୟରେ ଆସିଛି ଯେତେବେଳେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ଲୋକଙ୍କୁ ରକ୍ଷା କରିବା ପାଇଁ ଆବଶ୍ୟକୀୟ ବ୍ୟବସ୍ଥା କରାଯାଉଛି। ମେଡିକାଲ କର୍ମଚାରୀମାନେ ଏ ସମ୍ପର୍କରେ ବିଭିନ୍ନ ପ୍ରସ୍ତୁତି କରିଛନ୍ତି। ପ୍ରଥମ ଏବଂ ଦ୍ୱିତୀୟ ଲହରରେ ଡାକ୍ତରଙ୍କ ଅବଦାନ ପ୍ରଶଂସନୀୟ ଥିଲା ବୋଲି କହି ନୀତିଶ ସେମାନଙ୍କୁ ଅଭିନନ୍ଦନ ଜଣାଉଛନ୍ତି।

ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଡିସେମ୍ବର ୩୧ ରୁ ଜାନୁୟାରୀ ୨ ପର୍ଯ୍ୟନ୍ତ ସମସ୍ତ ସର୍ବସାଧାରଣ ସ୍ଥଳକୁ ସମ୍ପୂର୍ଣ୍ଣ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଗୃହ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଓମିକ୍ରନ ସଂକ୍ରମଣକୁ ରୋକିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି।

ଏପର୍ଯ୍ୟନ୍ତ, ବିହାରରେ ଓମିକ୍ରନ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇ ନାହିଁ। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଜିନୋମ ସିକ୍ୱେନ୍ସିଂ ଲାଗି ସଂଗୃହୀତ ନମୁନାଗୁଡ଼ିକୁ ପଠାଯାଉଛି। ଡାକ୍ତରମାନେ ନୂତନ ମାମଲାଗୁଡ଼ିକୁ ଡେଲଟା ଏବଂ ଡେଲଟା ପ୍ଲସ ଭାରିଆଣ୍ଟସ ଭାବରେ ଚିହ୍ନଟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରୁ ପ୍ରଚାର କରିବେ ଆଜମ ଖାଁ? ଷ୍ଟାର ପ୍ରଚାରକ ଲିଷ୍ଟରେ ରହିଛି ନାମ

ଲକ୍ଷ୍ନୌ,୨୮।୩: ଲୋକସଭା ନିର୍ବାଚନ ୨୦୨୪ ପାଇଁ ବିଗୁଲ ବାଜି ସାରିଛି ଏବଂ ଉତ୍ତରପ୍ରଦେଶର ୮୦ଟି ଆସନରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ୟୁପିରେ ପ୍ରଥମ...

ମୁଖତାର ଅନସାରି ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୮।୩: ବାହୁବଳୀ ନେତା ମୁଖତାର ଅନସାରି ଗୁରୁତର ହୋଇପଡିଛନ୍ତି। ବାନ୍ଦା ଜେଲରେ ଥିବା ବେଳେ ତାଙ୍କର ସ୍ବାସ୍ଥ୍ୟ ବିଗିଡି ଯାଇଛି। ଏହା ପରେ ତାଙ୍କୁ ବାନ୍ଦା...

କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଆମେରିକା ଦେଇଥିବା ମନ୍ତବ୍ୟ ଉପରେ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୨୮।୩ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀ ଏବଂ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣା ଉପରେ ଆମେରିକାର ମନ୍ତବ୍ୟ ଅବାଞ୍ଛିତ ବୋଲି...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର...

ଇଡି ମୋ ସ୍ବାମୀଙ୍କୁ ହଇରାଣ କରୁଛନ୍ତି, ସେ ବହୁତ ଅସୁସ୍ଥ ଅଛନ୍ତି:ସୁନୀତା

ନୂଆଦିଲ୍ଲୀ,୨୮।୩: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୁରୁବାର କୋର୍ଟରୁ ଆଶ୍ୱସ୍ତି ପାଇନାହାଁନ୍ତି ଏବଂ ତାଙ୍କୁ ଏପ୍ରିଲ ୧ ପର୍ଯ୍ୟନ୍ତ ଇଡି ରିମାଣ୍ଡରେ...

ଅନ୍ୟକୁ ଡରାଇବା ଧମକାଇବା କଂଗ୍ରେସର ସଂସ୍କୃତି…ଓକିଲଙ୍କ ଚିଠିକୁ ନେଇ ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଅନ୍ୟମାନଙ୍କୁ ଭୟଭୀତ କରିବା ହେଉଛି କଂଗ୍ରେସର ପୁରୁଣା ସଂସ୍କୃତି। ମାତ୍ର ୫ଦଶନ୍ଧି ପୂର୍ବରୁ ସେ ଏକ ‘ପ୍ରତିବଦ୍ଧ...

ଭାଜପାରେ ମିଶିଲେ ଭାରତର ସବୁଠାରୁ ଧନୀ ମହିଳା ସାବିତ୍ରୀ ଜିନ୍ଦଲ

ନୂଆଦିଲ୍ଲୀ,୨୮।୩: ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ଭାରତର ସବୁଠାରୁ ଧନୀ ମହିଳା ତଥା ହରିୟାଣାର ପୂର୍ବ ମନ୍ତ୍ରୀ ସାବିତ୍ରୀ ଜିନ୍ଦଲ(୮୪) ଭାଜପାରେ ସାମିଲ ହୋଇଛନ୍ତି। କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri