ଅଗଷ୍ଟରେ ତୃତୀୟ ଲହର, ଆଇଆଇଟି କାନପୁର ଦେଲା ଚେତାବନୀ…

ନୂଆଦିଲ୍ଲୀ,୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଧୀରେଧୀରେ ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ନେଇ ଚେତାବନୀ ଦେଇଛି ଆଇଆଇଟି କାନପୁର। ଦେଶରେ ଅଗଷ୍ଟରେ ତୃତୀୟ ଲହର ଆସିବାର ଆଶଙ୍କା ରହିଥିବା ଆଇଆଇଟି ପକ୍ଷରୁ କୁହାଯାଇଛି। ଦେଶରେ ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବୃଦ୍ଧି ପାଇଛି। ସତର୍କତା ଅବଲମ୍ବନ କଲେ ତୃତୀୟ ଲହରର ମୁକାବିଲା ସହଜ ହେବ ବୋଲିି ଆଇଆଇଟି ପକ୍ଷରୁ ପରାମର୍ଶ ଦିଆଯାଇଛି। ଦେଶରେ ଲଗାତାର ୬ ଦିନ ଧରି ଦୈନିକ ସଂକ୍ରମଣ ୫୦ ହଜାର ତଳେ ରହିଲେ ମଧ୍ୟ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩ରୁ ଅଧିକ ରାଜ୍ୟରେ ବଢୁଛି। ମହାରାଷ୍ଟ୍ରରେ ଅଧିକ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏବେ ହିମାଚଳପ୍ରଦେଶର ପାଲମପୁର ଅନ୍ତର୍ଗତ ଗୋପାଳପୁରରେ ଜଣେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। କରୋନା ମାର୍ଗଦର୍ଶିକା ପାଳନ କରିବା ସହିତ ସାମାଜିକ ଦୂରତା ବଜାୟ ରଖିବା, ମାସ୍କ୍‌ ପିନ୍ଧିବା, ନିୟମିତ ଅନ୍ତରରେ ହାତ ଧୋଇବା ଆଦି ପ୍ରତି ସତର୍କ ରହିଲେ ତୃତୀୟ ଲହର ସହ ଲଢ଼େଇ ସହଜ ହୋଇପାରିବ ବୋଲି ଆଇଆଇଟି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri