କରୋନାର ତୃତୀୟ ଲହର ଆସିବ ଅକ୍ଟୋବରରେ: ପୁଣି ଘନେଇଲା ବିପଦ…

ନୂଆଦିଲ୍ଲୀ,୧।୫: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ଏହା ତୀବ୍ର ବେଗରେ ବ୍ୟାପୁଥିବାରୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ତେବେ ପୁଣି ବିପଦ ଘନେଇବାରେ ଲାଗିଛି। କରୋନାର ତୃତୀୟ ଲହର ଚଳିତ ବର୍ଷ ଅକ୍ଟୋବରରେ ଆସିବ ବୋଲି କର୍ନାଟକର ଟେକ୍ନିକାଲ କମିଟି (ଟିଏସି) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଟିଏସିର ରିପୋର୍ଟରେ ଦର୍ଶାଯାଇଛି ଯେ, କର୍ନାଟକରେ ଅକ୍ଟୋବର-ନଭେମ୍ବରରେ ଏହି ଲହର ଆରମ୍ଭ ହେବ। ଏହା ଦ୍ୱାରା ଯୁବବର୍ଗ ଅଧିକ ସଂକ୍ରମିତ ହେବାର ଆଶଙ୍କା ରହିଥିବା ରିପୋର୍ଟରେ କୁହାଯାଇଛି। ରାଜ୍ୟରେ ବରିଷ୍ଠ ନାଗରିକଙ୍କୁ ଟିକାଦାନ କରାଯାଇ ସାରିଛି। ତେଣୁ ସେମାନେ ସୁରକ୍ଷିତ ରହିବେ। ତେବେ ଯୁବବର୍ଗଙ୍କ ଟିକାକାରଣ ଅକ୍ଟୋବର ବେଳକୁ ସମ୍ପୂର୍ଣ୍ଣ ଶେଷ ହୋଇ ନ ଥିବ । ତେଣୁ ସେମାନଙ୍କଠାରେ କରୋନା ସଂକ୍ରମଣ ଅଧିକ ହେବାର ଆଶଙ୍କା ରହିଥିବା ଟିଏସି ରିପୋର୍ଟରେ ପ୍ରକାଶ ପାଇଛି। ଏହା ସହିତ ଛୋଟପିଲାଙ୍କ ପ୍ରତି ମଧ୍ୟ ବିପଦ ରହିଥିବା ରିପୋର୍ଟରେ କୁହାଯାଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଟିଏସି ପକ୍ଷରୁ ମାସ୍କ୍‌ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଏବଂ ସାନିଟାଇଜର ବ୍ୟବହାର ଉପରେ ଗୁରୁତ୍ୱାରୋପ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri