ତୃତୀୟ ଲହର ଟାର୍ଗେଟରେ କରୋନା ଯୋଦ୍ଧା, ୧୦୦୦ରୁ ଅଧିକ ଡାକ୍ତର ଆକ୍ରାନ୍ତ…

ନୂଆଦିଲ୍ଲୀ, ୬।୧ : ଦେଶରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇଥିବାବେଳେ ଏହା ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ତୃତୀୟ ଲହର କରୋନା ଯୋଦ୍ଧାଙ୍କୁ ଟାର୍ଗେଟ କରିଛି। ଇତି ମଧ୍ୟରେ ଦେଶରେ ୧୦୦୦ରୁ ଅଧିକ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ଦିଲ୍ଲୀ, ମୁମ୍ବାଇ, ପାଟନା, ଲକ୍ଷ୍ନୌରେ ଅଧିକରୁ ଅଧିକ ଡାକ୍ତର ଏବଂ ମେଡ଼ିକାଲ ଷ୍ଟାଫ୍‌ କରୋନରେ ଆକ୍ରାନ୍ତ ହେବାରେ ଲାଗିଛନ୍ତି।

ମୁମ୍ବାଇରେ ଗତ ୩ ଦିନରେ ୨୬୦ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗୁରୁବାର ସିୟୋନ ହସ୍ପିଟାଲରେ ୩୦ ଜଣ ଡାକ୍ତରଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି।

ଚଣ୍ଡିଗଡ଼ରେ ୨ ଦିନରେ ୧୯୬ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ପିଜିଆରେ ୧୪୬ ମେଡ଼ିକାଲ ଷ୍ଟାଫ୍‌ କରୋନା ପଜିଟିଭ୍‌ ହୋଇଛନ୍ତି। ଅନ୍ୟ ହସ୍ପିଟାଲରେ ୫୦ ଜଣ କରୋନା ଆକ୍ରାନ୍ତ ରହିଛନ୍ତି।

ରାଞ୍ଚିରେ ୧୭୯ ଡାକ୍ତର ଏବଂ ମେଡ଼ିକାଲ ଷ୍ଟାଫ୍‌ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ଦିଲ୍ଲୀରେ ୧୨୦ ଡାକ୍ତର ଏବଂ ଅନ୍ୟ ହସ୍ପିଟାଲ କର୍ମଚାରୀଙ୍କ୍‌ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏମ୍ସ୍‌ର ୫୦ ଜଣ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଫଦରଜଙ୍ଗ ହସ୍ପିଟାଲରେ ୨୬ ଡାକ୍ତର, ରାମ ମନୋହର ଲୋହିଆ ହସ୍ପିଟାଲରେ ୩୮ ଜଣ ଡାକ୍ତରଙ୍କ ସହିତ ମୋଟ ୪୫ ଜଣ ଆକ୍ରାନ୍ତ ହୋଇଛନ୍ତି। ହିନ୍ଦୁ ରାଓ ହସ୍ପିଟାଲରେ ୨୦ ଏବଂ ଲୋକନାୟକ ହସ୍ପିଟାଲରେ ୭ ଡାକ୍ତରଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଛି।

ପାଟନାରେ ୨୦୦ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। କୋଲକାତାରେ ୭୦ ଜଣ ଡାକ୍ତରଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଲକ୍ଷ୍ନୌର ମେଦାନ୍ତ ହସ୍ପିଟାଲରେ ଜଣେ ଡାକ୍ତରଙ୍କ ସହିତ ୨୫ ଜଣ ହସ୍ପିଟାଲ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ପଟିଆଲା ମେଡିକାଲ କଲେଜର ୧୦୦ ଶିକ୍ଷାର୍ଥୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।
କରୋନାର ଦ୍ୱିତୀୟ ଲହରରେ ଲକ୍ଷେରୁ ଅଧିକ ଡାକ୍ତର ଏବଂ ମେଡ଼ିକାଲ ଷ୍ଟାଫ ଆକ୍ରାନ୍ତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୨୦୦୦ ଜଣଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଢ଼ିଲା ନବୀନ-ପାଣ୍ଡିଆନଙ୍କ ଅଡୁଆ, ହେଲିକପ୍ଟରରେ ବୁଲିଛନ୍ତି ଏତିକି ଥର, କୋର୍ଟଙ୍କ ସମନ ପରେ…

ଭୁବନେଶ୍ୱର,୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲା…

IND vs ENG 2nd T20I Playing-11: ସଞ୍ଜୁ ସାମସନଙ୍କ ଛୁଟି, ବୈଭବ ସୂର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ନିଶ୍ଚିତ, ଇଶାନ କିଶନଙ୍କୁ ମିଳିବ ଆଉ ଏକ ସୁଯୋଗ!

ନୂଆଦିଲ୍ଲୀ,୩।୭: ସମସ୍ତେ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଦୁଇଟି ମ୍ୟାଚରେ ତାଙ୍କୁ ସୁଯୋଗ ମିଳିନଥିଲା। ଇଂଲଣ୍ଡ ବିପକ୍ଷ ପ୍ରଥମ…

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri