ଶେଷ ମୁହାଁ ତୃତୀୟ ଲହର…

ନୂଆଦିଲ୍ଲୀ, ୧୦।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୪ ହଜାର ୧୮୪ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୧୦୪ ରହିଛି।

ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ତୃତୀୟ ଲହର ଥମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୫୦ ହଜାର ତଳେ ପହଞ୍ଚିଛି। ଏହା ୪୪ ହଜାର ୪୮୮ ରହିଛି। ସେହିପରି ୨୪ ଘଣ୍ଟାରେ ୬ ହଜାର ୫୫୪ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୫ ହଜାର ୪୫୯ ଛୁଇଁଛି।

ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୯ ଲକ୍ଷ ୮୦ ହଜାର ୬୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୨୦ ହଜାର ୧୨୦ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୯ କୋଟି ୫୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୧୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୭ କୋଟି ୫୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୧,୪୨୧ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ସେହିପରି ମିଜୋରାମରେ ୪୭୪ ଏବଂ ମହାରାଷ୍ଟ୍ରରେ ୩୫୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri