ଅକ୍ଟୋବର-ନଭେମ୍ବରରେ ଶୀର୍ଷରେ ପହଞ୍ଚିବ ତୃତୀୟ ଲହର, ମାର୍ଗଦର୍ଶିକା ପାଳନ ଅପରିହାର୍ଯ୍ୟ…

ନୂଆଦିଲ୍ଲୀ,୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଧୀରେଧୀରେ ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ନେଇ ଡିପାର୍ଟମେଣ୍ଟ୍‌ ଅଫ୍‌ ସାଇନ୍ସ୍‌ ଆଣ୍ଡ୍‌ ଟେକ୍ନୋଲୋଜି ପକ୍ଷରୁ ଚେତାବନୀ ଦିଆଯାଇଛି। ଗାଣିତିକ ମଡେଲ ଆଧାରରେ ଏନେଇ ପ୍ରକାଶିତ ଏକ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। କରୋନା ମାର୍ଗଦର୍ଶିକା ପାଳନ ନ କଲେ ଅକ୍ଟୋବର-ନଭେମ୍ବରରେ ତୃତୀୟ ଲହର ଶୀର୍ଷରେ ପହଞ୍ଚିବ। ମାସ୍କ୍‌ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଅପରିହାର୍ଯ୍ୟ ବୋଲି ରିପୋର୍ଟରେ ଦର୍ଶାଯାଇଛି। ଡିପାର୍ଟମେଣ୍ଟ୍‌ ଅଫ୍‌ ସାଇନ୍ସ୍‌ ଆଣ୍ଡ୍‌ ଟେକ୍ନୋଲୋଜି ଦ୍ୱାରା ଗଠିତ ହୋଇଥିବା ପ୍ୟାନେଲ ସଦସ୍ୟ ମନିନ୍ଦ୍ର ଅଗ୍ରଓ୍ବାଲଙ୍କ ଅନୁସାରେ ନୂଆ ଭାରିଆଣ୍ଟ୍‌ ଯୋଗୁ ଦେଶରେ ତୃତୀୟ ଳହର ଆସିବାର ଆଶଙ୍କା ରହିଛି। ତେବେ ଲୋକଙ୍କୁ ଭାକ୍ସିନ୍‌ ପ୍ରଦାନ କରାଯାଇଥିବାରୁ ତୃତୀୟ ଲହର ତୀବ୍ର ବେଗରେ ଲୋକଙ୍କୁ ଆକ୍ରାନ୍ତ କଲେ ମଧ୍ୟ ହସ୍ପିଟାଲରେ ଭର୍ତ୍ତି ହେବା ସଂଖ୍ୟା କମିବ। ତୃତୀୟ ଲହରରେ ଦୈନିକ ସଂକ୍ରମଣ ସଂଖ୍ୟା ୧.୫ ଲକ୍ଷରୁ ୨ ଲକ୍ଷ ମଧ୍ୟରେ ହେବାର ଆଶଙ୍କା ରହିଛି। ମାତ୍ର ଦ୍ୱିତୀୟ ଲହରରେ ମେ’ ମାସରେ ଦେଅନିକ ସଂକ୍ରମଣ ୪.୧୪ ଲକ୍ଷ ଛୁଇଁଥିଲା। ତୃତୀୟ ଲହର ଦୈନିକ ସଂକ୍ରମଣ ସଂଖ୍ୟା ଦ୍ୱିତୀୟ ଲହର ସଂକ୍ରମଣର ଅଧାରେ ପହଞ୍ଚିବ ବୋଲି ପ୍ରକାଶିତ ରିପୋର୍ଟରେ ସୂଚିତ କରାଯାଇଛି। ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ଦ୍ୱିତୀୟ ଲହର କମିବାରେ ଲାଗିବ। ଏହାପରେ ଅଗଷ୍ଟ ଶେଷ ଏବଂ ସେପ୍ଟମ୍ବର ପ୍ରଥମ ସପ୍ତାହ ମଧ୍ୟରେ ଦେଶରେ ତୃତୀୟ ଲହର ଆସିବାର ଆଶଙ୍କା ରହିଛି ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି

ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

କେମିକାଲ କାରଖାନାରେ ଭୟଙ୍କର ବିସ୍ଫୋରଣ, ୮ ଜୀବନ୍ତ ଦଗ୍ଧ

ଜୟପୁର,୧୬ା୨:  ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଏକ ବଡ଼ ବିସ୍ଫୋରଣ ଘଟି ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ସୂଚନା ପାଇ ଅଧ ଡଜନ ଦମକଳ ଗାଡ଼ି…

କଟକଣା ହଟିଲେ ସାଲିସ ପାଇଁ ଇରାନ୍‌ ରାଜି

ତେହରାନ୍‌,୧୬ା୨:ଇରାନ ନିଜର ଆଣବିକ କାର୍ଯ୍ୟକ୍ରମକୁ ନେଇ ଆମେରିକା ସହ ସାଲିସ କରିବାକୁ ପ୍ରସ୍ତୁତ ରହିଛି। କିନ୍ତୁ ଏଥିପାଇଁ ନିର୍ଦ୍ଦିଷ୍ଟ ସର୍ତ୍ତ ରଖିଛି। ଯଦି ଆମେରିକା କଟକଣା ହଟାଇବ…

ରହମାନଙ୍କ ଶପଥ ଉତ୍ସବରେ ଯୋଗ ଦେବେନି ମୋଦି: ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୬ା୨:ବାଂଲାଦେଶ ନିର୍ବାଚନରେ ବିଏନ୍‌ପି ବିପୁଳ ବିଜୟ ହାସଲ କରିବା ପରେ ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଆସନ୍ତା ୧୭ ତାରିଖରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri