ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀଙ୍କ ସମେତ ୧୩ ଦୋଷୀ ସାବ୍ୟସ୍ତ

ବ୍ରହ୍ମପୁର,୩୧ା୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଞ୍ଚଳରେ ଟାଟା ଜମି ଅଧଗ୍ରହଣ ସମୟରେ ପୋଲିସ ରିଜର୍ଭ ଇନ୍ସପେକ୍ଟରଙ୍କୁ ହତ୍ୟା ଏବଂ ଜିଲାପାଳ ଓ ଏସ୍‌ପିଙ୍କ ସିକ୍ୟୁରିଟି ଅଧିକାରୀଙ୍କୁ ହତ୍ୟା ଉଦ୍ୟମ ଘଟଣାର ୨୫ବର୍ଷ ପରେ ସୋମବାର ଚୂଡାନ୍ତ ରାୟ ପ୍ରକାଶ ପାଇଛି। ରାୟ ପ୍ରକାଶ ବେଳେ ଛତ୍ରପୁର ପୂର୍ବତନ ବିଧାୟକ ଏନ୍‌. ନାରାୟଣ ରେଡ୍ଡୀଙ୍କ ସମେତ ୧୩ଜଣ ଅଭିଯୁକ୍ତ କୋର୍ଟରେ ହାଜର ହୋଇଥିଲେ। ୬୫ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଏଡିଜେ -୩ ରଜ କିଶୋର ଦାସ ଛତ୍ରପୁର ପୂର୍ବତନ ବିଧାୟକ ଏନ. ନାରାୟଣ ରେଡ୍ଡୀ ସମେତ ୧୩ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ମାମଲାର ବିଚାରଣା ଚାଲିଥିବା ବେଳେ ୬ଜଣଙ୍କ ମୃତ୍ୟୁ ହୋଇଛି। ଆଉ ୩ଜଣ ରୋଗରେ ଶଯ୍ୟାଶାୟୀ ରହିଥିବାରୁ ସେମାନଙ୍କୁ ଏଥିରୁ ବାଦ୍‌ ଦିଆଯାଇଛି ବୋଲି ସ୍ବତନ୍ତ୍ର ପିପି ନିରଞ୍ଜନ ପାଢ଼ୀ ସୂଚନା ଦେଇଛନ୍ତି।

ପ୍ରକାଶ ଥାଉ କି, ୧୯୯୮ ଜୁନ୍‌ ୧୮ରେ ଟାଟା ଜମି ଅଧିଗ୍ରହଣ ସମୟରେ ପୋଲିସ-ଜନତା ମୁହାଁମୁହିଁ ହୋଇଥିଲେ। ଗଞ୍ଜାମ ପୋଲିସ ଜିଲାର କାର୍ଯ୍ୟରତ ତତ୍କାଳୀନ ରିଜର୍ଭ ଇନ୍ସପେକ୍ଟର ବିନୋବା ମେହେରଙ୍କୁ ଉକ୍ତ ବିସ୍ଥାପିତ ଲୋକମାନେ ହତ୍ୟା କରିଥିଲେ। ଏନେଇ ଅଭିଯୋଗ ପରେ ଛତ୍ରପୁର ଥାନାରେ ୧୧୫/୧୮୯୮ରେ ଦଫା ୩୦୨ ଅନୁସାରେ ମାମଲା ରୁଜୁ ହୋଇଥିଲା। ପୂର୍ବତନ ବିଧାୟକ ଏନ୍‌. ନାରାୟଣ ରେଡ୍ଡୀଙ୍କ ସହ ୨୨ଜଣଙ୍କ ନାମରେ ମାମଲା ରୁଜୁ କରିଥିଲା ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର…

କେତନଙ୍କ ହତ୍ୟା ପରେ ସିୟାଙ୍କ କଥା ବଖାଣିଲେ ସିକ୍ୟୁରିଟି ଗାର୍ଡ, ଦେଲେ ବିସ୍ଫୋରକ ବୟାନ

ପୁଣେ, ୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁ ପରର ଘଟଣା ବର୍ଣ୍ଣନା କରିଛନ୍ତି ସିକ୍ୟୁରିଟି ଗାର୍ଡ ଧୀରଜ ଯାଦବ। ସେ କହିଛନ୍ତି…

ସ୍ବାଭାବିକ ହେଲା ହର୍ମୁଜ, ଦିନକରେ ଜାହାଜ ଚଳାଚଳ ଦ୍ୱିଗୁଣିତ

ତହରାନ୍‌,୨୬।୬: ଇରାନ ଓ ଆମେରିକା ମଧ୍ୟରେ ବୁଝାମଣା ପରେ ଇନ୍ଧନ ପରିବହନ ନେଇ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ଜଳପଥ ହର୍ମୁଜ୍‌ ଷ୍ଟ୍ରେଟ୍‌ ସ୍ବାଭାବିକ ହୋଇଛି। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri