Odisha Elections 2024

ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀଙ୍କ ସମେତ ୧୩ ଦୋଷୀ ସାବ୍ୟସ୍ତ

ବ୍ରହ୍ମପୁର,୩୧ା୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଞ୍ଚଳରେ ଟାଟା ଜମି ଅଧଗ୍ରହଣ ସମୟରେ ପୋଲିସ ରିଜର୍ଭ ଇନ୍ସପେକ୍ଟରଙ୍କୁ ହତ୍ୟା ଏବଂ ଜିଲାପାଳ ଓ ଏସ୍‌ପିଙ୍କ ସିକ୍ୟୁରିଟି ଅଧିକାରୀଙ୍କୁ ହତ୍ୟା ଉଦ୍ୟମ ଘଟଣାର ୨୫ବର୍ଷ ପରେ ସୋମବାର ଚୂଡାନ୍ତ ରାୟ ପ୍ରକାଶ ପାଇଛି। ରାୟ ପ୍ରକାଶ ବେଳେ ଛତ୍ରପୁର ପୂର୍ବତନ ବିଧାୟକ ଏନ୍‌. ନାରାୟଣ ରେଡ୍ଡୀଙ୍କ ସମେତ ୧୩ଜଣ ଅଭିଯୁକ୍ତ କୋର୍ଟରେ ହାଜର ହୋଇଥିଲେ। ୬୫ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଏଡିଜେ -୩ ରଜ କିଶୋର ଦାସ ଛତ୍ରପୁର ପୂର୍ବତନ ବିଧାୟକ ଏନ. ନାରାୟଣ ରେଡ୍ଡୀ ସମେତ ୧୩ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ମାମଲାର ବିଚାରଣା ଚାଲିଥିବା ବେଳେ ୬ଜଣଙ୍କ ମୃତ୍ୟୁ ହୋଇଛି। ଆଉ ୩ଜଣ ରୋଗରେ ଶଯ୍ୟାଶାୟୀ ରହିଥିବାରୁ ସେମାନଙ୍କୁ ଏଥିରୁ ବାଦ୍‌ ଦିଆଯାଇଛି ବୋଲି ସ୍ବତନ୍ତ୍ର ପିପି ନିରଞ୍ଜନ ପାଢ଼ୀ ସୂଚନା ଦେଇଛନ୍ତି।

ପ୍ରକାଶ ଥାଉ କି, ୧୯୯୮ ଜୁନ୍‌ ୧୮ରେ ଟାଟା ଜମି ଅଧିଗ୍ରହଣ ସମୟରେ ପୋଲିସ-ଜନତା ମୁହାଁମୁହିଁ ହୋଇଥିଲେ। ଗଞ୍ଜାମ ପୋଲିସ ଜିଲାର କାର୍ଯ୍ୟରତ ତତ୍କାଳୀନ ରିଜର୍ଭ ଇନ୍ସପେକ୍ଟର ବିନୋବା ମେହେରଙ୍କୁ ଉକ୍ତ ବିସ୍ଥାପିତ ଲୋକମାନେ ହତ୍ୟା କରିଥିଲେ। ଏନେଇ ଅଭିଯୋଗ ପରେ ଛତ୍ରପୁର ଥାନାରେ ୧୧୫/୧୮୯୮ରେ ଦଫା ୩୦୨ ଅନୁସାରେ ମାମଲା ରୁଜୁ ହୋଇଥିଲା। ପୂର୍ବତନ ବିଧାୟକ ଏନ୍‌. ନାରାୟଣ ରେଡ୍ଡୀଙ୍କ ସହ ୨୨ଜଣଙ୍କ ନାମରେ ମାମଲା ରୁଜୁ କରିଥିଲା ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତି ଜାଣିନି, କେବଳ କାମ କରିବା ଜାଣିଛି: ପାଣ୍ଡିଆନ୍‌

ଭୁବନେଶ୍ୱର, ୧୭।୫ (ବନ୍ଦନା ସେଠୀ) – ମୁଖ୍ୟମନ୍ତ୍ରୀ ସାଲିଆସାହିବାସୀଙ୍କ ଭଲ ଚାହାନ୍ତି। ପ୍ରାକୃତିକ ବିପର୍ଯ୍ୟୟ ବେଳେ ସେମାନଙ୍କ କଥା ଆଗ ଚିନ୍ତା କରନ୍ତି। ଅନ୍ୟ ରାଜନୈତିକ...

ରାଜ୍ୟ ନେତାଙ୍କ ଲେଖାକୁ ଶୁଆ ଭଳି ଗାଇ ଦେଉଛନ୍ତି ଭାଜପାର ଟୁରିଷ୍ଟ ନେତା:ବିଜେଡି

ଭୁବନେଶ୍ୱର,୧୭।୫(ଶର୍ମିଷ୍ଠା ପାଣିଗ୍ରାହୀ)- ଭାଜପାର ମାଳ ମାଳ ଟୁରିଷ୍ଟ ନେତା ଏବେ ଓଡିଶାରେ। ଯେଉଁମାନେ ଓଡିଶା ବିଷୟରେ କିଛି ଜାଣିନାହାନ୍ତି। ରାଜ୍ୟ ନେତା ଯାହା ଲେଖା ଦେଉଛନ୍ତି,...

ବରଗଡ଼ରେ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖେଇ ଆସୁଛି, ଅନୁରୂପ ଭାବେ ପ୍ରାର୍ଥୀଙ୍କ ପ୍ରଚାର ମଧ୍ୟ ଜୋର୍‌ ଧରିବାରେ ଲାଗିଛି। ବରଗଡ଼...

ରୋଡ୍‌ ଶୋ’ ଅଧାରୁ ଚାଲିଗଲେ ହେମାମାଳିନୀ

କଟକ ସଦର, ୧୭ା୫(ସୁଶାନ୍ତ କୁମାର ଜେନା)- କଟକ ସଦର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କିଶୋରନଗରଠାରେ ଭାଜପା ପକ୍ଷରୁ ରୋଡ୍‌ ଶୋ’ ସହିତ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା।...

୨୦-୨୧ରେ ହିଟ୍‌ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)-ରାଜ୍ୟରେ ଗ୍ରୀଷ୍ମପ୍ରବାହ ଆହୁରି ଅସହ୍ୟ ହେବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସହ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)- ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ...

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର...

ଅନୁଭବଙ୍କ ବଡ଼ ବୟାନ, ମୁଣ୍ଡ ବିକିନି…

ଭୁବନେଶ୍ୱର,୧୭।୫: ଅନୁଭବ ମହାନ୍ତି କରିଛନ୍ତି ପ୍ରେସମିଟ । ଯେଉଁଠି ବିଜେଡି ଉପରେ ବର୍ଷିଛନ୍ତି ଅନୁଭବ ମହାନ୍ତି । ଆଗରୁ ଯେଉଁ ବିଜେଡି ଥିଲା ଆଉ ଏବେର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri