୫ ଲକ୍ଷ ଟଙ୍କାରେ ବନ୍ଧାପଡିଛନ୍ତି ୧୩ ଦାଦନ ଶ୍ରମିକ

ଭବାନୀପାଟଣା,୩।୨: କଳାହାଣ୍ଡି ଜିଲାରେ ପୁଣି ଦାଦନଙ୍କ ଦୁଃଖ ସାମ୍ନାକୁ ଆସିଛି। ୫ ଲକ୍ଷ ଟଙ୍କା ପାଇଁ ଆନ୍ଦ୍ରପ୍ରଦେଶରେ ବନ୍ଧାପଡିଛନ୍ତି ୧୩ ଦାଦନ ଶ୍ରମିକ। ଧର୍ମଗଡ଼ ଥାନା ଡୁମେରଗୁଡା ପଞ୍ଚାୟତ ମୁଖିଗୁଡ଼ା ଗାଁର ଶ୍ରମିକମାନଙ୍କୁ ଏହି ଗ୍ରାମର ଜଣେ ଶ୍ରମିକ ଦଲାଲ ୫ ଲକ୍ଷ ଟଙ୍କାରେ ବିକ୍ରି କରି ଦେଇଥିବା ଅଭିଯୋଗ ହୋଇଛି। ଶ୍ରମିକମାନେ ଆନ୍ଧ୍ରପ୍ରଦେଶର ଚିନ୍ତାମୋନୋପାଲି ଜିଲା କମାରେଡି ବ୍ଲକ୍‌ ଅଧୀନ ଦୋମୋକୋଣ୍ଡାରେ ଥିବା ଜଣାପଡିଛି। ଶ୍ରମିକ ଦଲାଲ ଗତ ଡିସେମ୍ବରରେ ଶ୍ରମିକମାନଙ୍କୁ ଆନ୍ଦ୍ରପ୍ରଦେଶ ନେଇ ଯାଇଥିଲେ। ସେଠାରେ ଜଣେ ମାଲିକଙ୍କ ପାଖରେ ବନ୍ଧକପକାଇ ଚାଳିଆସିଥିଲେ। ସମ୍ପୃକ୍ତ ମାଲିକ ଜଣକ ଶ୍ରମିକମାନଙ୍କୁ କଠିନ କାମରେ ନିୟୋଜିତ କରିବା ସହ ରାତିରେ ତାଲା ପକାଇ ରଖୁଛନ୍ତି। ଏପରି ନିର୍ଯାତନା ଦେଉଥିବା ଶ୍ରମିକମାନେ ଏକ ଭିଡିଓ ମାଧ୍ୟମରେ ସୂଚନା ଦେଇଛନ୍ତି। ରାତି ୩ରୁ ସକାଳ ୧୧ଟା ପର୍ଯ୍ୟନ୍ତ କାମ କରାଇବା ସହ ପୂର୍ବାହ୍ନ ୨ଟାରୁ ରାତି ୧୧ଟା ପର୍ଯ୍ୟନ୍ତ କାମ କରିବାକୁ ବାଧ୍ୟ କରାଯାଉଥିବା ଶ୍ରମିକମାନେ ଭିଡିଓରେ ଅଭିଯୋଗ କରିଛନ୍ତି। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେଇ ତୁରନ୍ତ ଶ୍ରମିକମାନଙ୍କୁ ଉଦ୍ଧାର କରି ଦଲାଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶ୍ରମିକମାନେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଚର୍ଚ୍ଚାରେ କଳାହାଣ୍ଡିର ଅଧ୍ୟାପକ, ଭିଏତନାମରେ କଲେ….

ଭବାନୀପାଟଣା,୪।୧୦( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂଲିଶ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?