ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ ଜଳଭଣ୍ଡାରର ପୂର୍ବରୁ ଖୋଲାଥିବା ୧୫ଟି ସ୍ଲୁଇସ୍‌ ଗେଟ୍‌ ମଧ୍ୟରୁ ଗୁରୁବାର ସକାଳେ ୩ ପର୍ଯ୍ୟାୟରେ ୧୩ଟି ସ୍ଲୁଇସ୍‌ ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ମୋଟ୍‌ ୨ଟି ସ୍ଲୁଇସ ଗେଟ୍‌ ଜରିଆରେ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି।

ଗୁରୁବାର ପୂର୍ବାହ୍ନ ସାଢ଼େ ୯ଟାରେ ପ୍ରାପ୍ତ ସୂଚନା ଅନୁସାରେ ଜଳଭଣ୍ଡାରର ଜଳସ୍ତର ୬୨୯.୬୫ ଫୁଟ ରହିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୧ ଲକ୍ଷ ୭୭ ହଜାର ୫୯୭ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ମୋଟ୍‌ ହାରାହାରି ୬୬ ହଜାର ୦୦୩ ଘନଫୁଟ ବନ୍ୟାଜଳ ନିଷ୍କାସିତ ହେଉଛି। ସେଥିମଧ୍ୟରୁ ଉଭୟ ବାମ ଓ ଦକ୍ଷିଣ ପାର୍ଶ୍ୱର ଗୋଟିଏ ଲେଖାଏ ମିଶି ମୋଟ୍‌ ୨ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ ୩୨ ହଜାର ୮୨୨ ଘନଫୁଟ, ପାଓ୍ବାର ଚ୍ୟାନେଲରେ ୨୮,୨୮୨ ଘନଫୁଟ, ବରଗଡ଼ କେନାଲରେ ୩,୬୬୧ ଘନଫୁଟ, ଶାସନ କେନାଲରେ ୫୦୦ ତଥା ସମ୍ବଲପୁଲ କେନାଲରେ ୧୦୫ ଘନଫୁଟ ଏବଂ ଶିଳ୍ପଭିଭିକ ବ୍ୟବହାର ପାଇଁ ୨୨୧ ଘନଫୁଟ ଜଳ ନିଷ୍କାସନ ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?