ଓଡ଼ିଶାର ୧୩ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ୱର,୨୬।୧(ବ୍ୟୁରେ): ସାଧାରଣତନ୍ତ୍ର ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ ଓ ଉଲ୍ଲେଖନୀୟ ସେବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ବର୍ଗରେ ୯୪୬ ଜଣଙ୍କୁ ପୋଲିସ ପଦକ ଘୋଷଣା କରାଯାଇଛି। ଚଳିତବର୍ଷ ଓଡ଼ିଶାରୁ ମୋଟ ୧୩ ଜଣଙ୍କୁ ପୋଲିସ ପଦକ ମିଳିବ। ୨ଜଣଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ଓ ୧୧ ପୋଲିସ କର୍ମଚାରୀଙ୍କୁ ଉଲ୍ଲେଖନୀୟ ସେବା ନିମନ୍ତେ ପଦକ ପ୍ରଦାନ କରାଯିବ। ଗୋଇନ୍ଦା ନିର୍ଦ୍ଦେଶକ ଆର.କେ. ଶର୍ମା ଓ ବିଜୁ ପଟ୍ଟନାୟକ ଷ୍ଟେଟ୍‌ ପୋଲିସ ଏକାଡେମୀ (ବିପିଏସ୍‌ପିଏ)ର ଡେପୁଟି ସୁବେଦାର ବୁଦ୍ଧି ବାହାଦୁର ଥାପାଙ୍କୁ ରାଷ୍ଟ୍ରପତି ପୋଲିସ ପଦକରେ ସମ୍ମାନିତ କରାଯିବ। ଏହାସହ ଆଇଜି (ଆଇନ ଶୃଙ୍ଖଳା) ପ୍ରବୀଣ କୁମାର, ଏଏସ୍‌ପି ରବୀନ୍ଦ୍ର ଦାସ, ଏଏସ୍‌ପି ଭବାନୀ ଶଙ୍କର ମିଶ୍ର, ବିପିଏସ୍‌ପିଏ ଡେପୁଟି କମାଣ୍ଡାଣ୍ଟ ଅଶୋକ ଦେହୁରୀ, ଏସ୍‌ଓଜିର ଡେପୁଟି କମାଣ୍ଡାଣ୍ଟ ବୁଦ୍ଧ ତମଙ୍ଗ, ଏସିପି ପ୍ରକାଶ ପାଲ୍‌, ଏଏସ୍‌ଆଇ ମନୋରଞ୍ଜନ ଶତପଥୀ, ହାବିଲଦାର ସରୋଜ ଭୋଇ, ହାବିଲଦାର ସେକ୍‌ ନାଶିରୁଦ୍ଦିନ, କନ୍‌ଷ୍ଟେବଲ ଗୌତମ ପାତ୍ର ଓ ସୁବେଦାର ହେମନ୍ତ ବାହାଦୁର ଖାତ୍ରୀଛେତ୍ରୀଙ୍କୁ ପୋଲିସ ସେବା ପଦକ ପ୍ରଦାନ କରାଯିବ। ଏନେଇ ସୋମବାର ଡିଜିପି ଅଭୟ ଟୁଇଟ୍‌ ଜରିଆରେ ପୋଲିସ ପଦକୁ ପାଇବାକୁ ମନୋନୀତ ସମସ୍ତଙ୍କୁ ଅଭିନନ୍ଦନ ଜଣାଇବା ସହ ଓଡିଶା ପାଇଁ ଏହା ଗର୍ବର ବିଷୟ ବୋଲି କହିଛନ୍ତି। ସ୍ବାଧୀନତା ଦିବସରେ ଏହି ପଦକ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri