ଓଡ଼ିଶାର ୧୩ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ୱର,୨୬।୧(ବ୍ୟୁରେ): ସାଧାରଣତନ୍ତ୍ର ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ ଓ ଉଲ୍ଲେଖନୀୟ ସେବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ବର୍ଗରେ ୯୪୬ ଜଣଙ୍କୁ ପୋଲିସ ପଦକ ଘୋଷଣା କରାଯାଇଛି। ଚଳିତବର୍ଷ ଓଡ଼ିଶାରୁ ମୋଟ ୧୩ ଜଣଙ୍କୁ ପୋଲିସ ପଦକ ମିଳିବ। ୨ଜଣଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ଓ ୧୧ ପୋଲିସ କର୍ମଚାରୀଙ୍କୁ ଉଲ୍ଲେଖନୀୟ ସେବା ନିମନ୍ତେ ପଦକ ପ୍ରଦାନ କରାଯିବ। ଗୋଇନ୍ଦା ନିର୍ଦ୍ଦେଶକ ଆର.କେ. ଶର୍ମା ଓ ବିଜୁ ପଟ୍ଟନାୟକ ଷ୍ଟେଟ୍‌ ପୋଲିସ ଏକାଡେମୀ (ବିପିଏସ୍‌ପିଏ)ର ଡେପୁଟି ସୁବେଦାର ବୁଦ୍ଧି ବାହାଦୁର ଥାପାଙ୍କୁ ରାଷ୍ଟ୍ରପତି ପୋଲିସ ପଦକରେ ସମ୍ମାନିତ କରାଯିବ। ଏହାସହ ଆଇଜି (ଆଇନ ଶୃଙ୍ଖଳା) ପ୍ରବୀଣ କୁମାର, ଏଏସ୍‌ପି ରବୀନ୍ଦ୍ର ଦାସ, ଏଏସ୍‌ପି ଭବାନୀ ଶଙ୍କର ମିଶ୍ର, ବିପିଏସ୍‌ପିଏ ଡେପୁଟି କମାଣ୍ଡାଣ୍ଟ ଅଶୋକ ଦେହୁରୀ, ଏସ୍‌ଓଜିର ଡେପୁଟି କମାଣ୍ଡାଣ୍ଟ ବୁଦ୍ଧ ତମଙ୍ଗ, ଏସିପି ପ୍ରକାଶ ପାଲ୍‌, ଏଏସ୍‌ଆଇ ମନୋରଞ୍ଜନ ଶତପଥୀ, ହାବିଲଦାର ସରୋଜ ଭୋଇ, ହାବିଲଦାର ସେକ୍‌ ନାଶିରୁଦ୍ଦିନ, କନ୍‌ଷ୍ଟେବଲ ଗୌତମ ପାତ୍ର ଓ ସୁବେଦାର ହେମନ୍ତ ବାହାଦୁର ଖାତ୍ରୀଛେତ୍ରୀଙ୍କୁ ପୋଲିସ ସେବା ପଦକ ପ୍ରଦାନ କରାଯିବ। ଏନେଇ ସୋମବାର ଡିଜିପି ଅଭୟ ଟୁଇଟ୍‌ ଜରିଆରେ ପୋଲିସ ପଦକୁ ପାଇବାକୁ ମନୋନୀତ ସମସ୍ତଙ୍କୁ ଅଭିନନ୍ଦନ ଜଣାଇବା ସହ ଓଡିଶା ପାଇଁ ଏହା ଗର୍ବର ବିଷୟ ବୋଲି କହିଛନ୍ତି। ସ୍ବାଧୀନତା ଦିବସରେ ଏହି ପଦକ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri