୧୩ ବଖରା ଭସ୍ମୀଭୂତ

ନୂଆଗାଁ,୨୧।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମରେ ଶନିବାର ନିଆଁ ଲାଗି ୧୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିବିପନ୍ନମାନେ ପିନ୍ଧା ଲୁଗା ବ୍ୟତୀତ ଅନ୍ୟ କୌଣସି ସାମଗ୍ରୀ ଉଦ୍ଧାର କରି ପାରିନାହାନ୍ତି। ଗ୍ରାମବାସୀଙ୍କ ସହିତ ଅଗ୍ନିଶମ କର୍ମଚାରୀମାନେ ନିଆଁକୁ ଆୟତ କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମରେ ଶନିବାର ଅପରାହ୍ନ ୩ଟା ସମୟରେ କୌଣସି କାରଣରୁ ଜଣେ ଗ୍ରାମବାସୀଙ୍କ ଚାଳରେ ନିଆଁ ଲାଗି ଯାଇଥିଲା। ପ୍ରବଳ ଖରା ଯୋଗୁ ଚାଳର ନିଆଁକୁ ଆୟତ କରିବା କଷ୍ଟକର ହୋଇଥିଲା। ଖବର ପାଇ ନୂଆଁଗାଁ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚ ନିଆଁକୁ ଆୟତ କରିବାକୁ ଚେଷ୍ଠା କରିଥିଲେ। ଏହି ଘଟଣାରେ ଶିଖରଗୋଛା ଗ୍ରାମର ବାବାଜୀ ମହାକୁଡଙ୍କ ଗୁହାଳ, ଉଚ୍ଛବ ବେହେରାଙ୍କ ଘର ଓ ଗୁହାଳ, ମନୋରଞ୍ଜନ ବେହେରାଙ୍କ ଘର ଓ ଗୁହାଳ, ମାନସ ବେହେରା, ମାହାଲି ବେହେରା, ଦୈତାରୀ ବେହେରା, ଜଗନ୍ନାଥ ବେହେରା, ଭଗବାନ ବେହେରା, ବାମଦେବ ବେହେରା, କାଳିଆ ବେହେରା ଓ ଦୁଃଖୀଶ୍ୟାମ ବେହେରାଙ୍କ ମୋଟ ୧୩ ବଖରା ଘର ପୋଡ଼ିଯିବା ସହ ଅନେକ ସାମଗ୍ରୀ ଜଳି ପାଉଁଶ ହୋଇଛି। ବୃଦ୍ଧା ମାହାଲି ବେହେରା ପାଇଥିବା ଭତ୍ତା ଟଙ୍କାକୁ ଖର୍ଚ୍ଚ ନ କରି ସାଇତି ଥିବା ବେଳେ ବାକ୍ସରେ ଥିବା ୧୦ ହଜାର ଟଙ୍କା ପୋଡି ଯାଇଛି । ସେହିପରି ଉଚ୍ଛବ ବେହେରାଙ୍କ ପ୍ରାୟ ୩୦ ହଜାର ଟଙ୍କା ପୋଡ଼ି ଯାଇଥିବା କହିଛନ୍ତି। ମନୋରଞନ ବେହେରାଙ୍କ ଗୁହାଳରେ ଥିବା ଶଗଡ଼, ଗୋଖାଦ୍ୟ ଆଦି ପୋଡିଯିବା ସହ ଘରେ ଥିବା ଅନେକ ସାମଗ୍ରୀ ପୋଡ଼ି ଯାଇଛି। ମହିତମା ରାଜସ୍ବ ନିରୀକ୍ଷକ ଓ କର୍ମଚାରୀ ପହଞ୍ଚତ୍ ତଦନ୍ତ କରିବା ସହ ଯଥାଶୀଘ୍ର ଜରିପାଲ ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରିବେ ବୋଲି କହିଛନ୍ତି ା ତେବେ ନିଆଁ ଲାଗିବାର କାରଣ ଜଣାପଡି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?