ବାପାଙ୍କ ଟାଙ୍ଗିଆ ଚୋଟରେ ୧୩ ବର୍ଷ ଝିଅର ମୃତ୍ୟୁ

ବୌଦ୍ଧ/ବାଉଁଶୁଣୀ,୧।୩(ସ୍ବ.ପ୍ର./ଡି.ଏନ.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ଥାନାର ଗୋଛାପଡା ଗ୍ରାମରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ବ୍ୟକ୍ତିଙ୍କ ଟାଙ୍ଗିଆ ଆକ୍ରମଣରେ ତାଙ୍କର ୧୩ ବର୍ଷର ଝିଅର ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଓ ଶାଳକ ଗୁରୁତର ହୋଇଛନ୍ତି ।
ପ୍ରକାଶ ଯେ, ଗୋଛାପଡା ଗ୍ରାମର ରାଜକୁମାର ମେହେର ନିଜ ପରିବାର ସହ ରହି ଆସୁଥିଲେ । ଘଟଣାଦିନ ରାତିରେ ପାରିବାରିକ କଳହରୁ ହଠାତ୍‌ ଉତ୍ତ୍ୟକ୍ତ ହୋଇ ଏକ ଟାଙ୍ଗିଆରେ ସ୍ତ୍ରୀ ଡୁଲେଶ୍ୱରୀ, ଝିଅ ଶ୍ରାବଣୀ ଓ ଶାଳକଙ୍କୁ ଆକ୍ରମଣ କରିଥିଲେ ।
ଫଳରେ ତିନି ଜଣ ଯାକ ଗୁରୁତର ହୋଇ ପଡିଥିଲେ । ସମସ୍ତଙ୍କୁ ସୋନପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ଝିଅ ଶ୍ରାବଣୀଙ୍କ ମୃତ୍ୟୁ ଘଟିଥିଲା ।
ଡୁଲେଶ୍ୱରୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି  ।ବାଉଁଶୁଣୀ ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଏହି ଘଟଣାରେ ଅଭିଯୁକ୍ତ ରାଜକୁମାର ଓ ତାଙ୍କ ବାପାଙ୍କୁ ପୋଲିସ ଥାନାରେ ଅଟକ ରଖି ପଚରାଉଚରା ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri