୩୦ ପରିବାରକୁ ମିଳିଲା ବିଜୁଳି

ବଇଣ୍ଡା, ୧୭ା୭(ଡି.ଏନ.ଏ.)
ଅନୁଗୋଳ ଜିଲା କିଶୋରନଗର ବ୍ଲକ ବିଲେଇନାଳୀ ପଞ୍ଚାୟତ ଜାମୁଖୋଳ ଗ୍ରାମରେ ବୁଧବାର ୩୦ ପରିବାରକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ଏହାକୁ ନେଇ ସମ୍ପୃକ୍ତ ପରିବାର ଲୋକେ ଖୁସି ବ୍ୟକ୍ତି କରିଛନ୍ତି।
ସୂଚନାଯୋଗ୍ୟ ଯେ, ସୌଭାଗ୍ୟ ଯୋଜନାରେ ସାମିଲ ହୋଇ ମଧ୍ୟ ସମ୍ପୃକ୍ତ ୩୦ ପରିବାର ଆଜି ପର୍ଯ୍ୟନ୍ତ ବିଦ୍ୟୁତ୍‌ରୁ ବଞ୍ଚିତ ଥିଲେ। ଏ ନେଇ ଗତ ୧୨ ତାରିଖରେ ‘ଧରିତ୍ରୀ’ରେ ‘ଖୁଣ୍ଟରେ ଝୁଲୁଛି ସୌଭାଗ୍ୟ’ ଶୀର୍ଷକ ରିପୋର୍ଟ ପ୍ରକାଶ ପାଇଥିଲା। ଏ ନେଇ ଆଠମଲ୍ଲିକର ସାମାଜିକକର୍ମୀ ପ୍ରତାପ ମେହେର ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କରିଥିଲେ। ଏହା ପରେ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିଲା। ଏପରିକି ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ମଧ୍ୟ ଉକ୍ତ ଗ୍ରାମକୁ ବିଦ୍ୟୁତ୍‌ ଯୋଗାଇବାକୁ ସେସୁ ଓ ଠିକାସଂସ୍ଥାକୁ ନିର୍ଦ୍ଦେଶ ଦେଇଥିଲେ। ସେସୁ ଏସ୍‌ଡିଓ ସିପକ ଦାସ, କନିଷ୍ଠ ଯନ୍ତ୍ରୀ ଉମାକାନ୍ତ ମାଝିଙ୍କ ସହ ଠିକା ସଂସ୍ଥା କର୍ମଚାରୀ ସମସ୍ତଙ୍କ ଘରେ ମିଟର ଲଗାଇ ଟ୍ରାନ୍ସଫର୍ମରରୁ ବିଦ୍ୟୁତ୍‌ ସଂଯୋଗ ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଜାତୀୟ ରାଜନୀତିରେ ହଲଚଲ: ଆଜି ରାତି ୮ଟାରେ ବଡ଼ ଘୋଷଣା କରିବେ ସରକାର…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ପରେ କକରୋଚ ଜନତା ପାର୍ଟି (CJP) ର ପ୍ରତିବାଦ ଏବଂ ଜେନ୍-ଜି (Gen-Z) ଙ୍କ ଆନ୍ଦୋଳନ ପରେ କେନ୍ଦ୍ର ସରକାର ଆଲର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri