ଟ୍ରେନ୍‌ ଧକ୍କାରେ ୩୧ ମଇଁଷି ମୃତ

ଢେଙ୍କାନାଳ ଅଫିସ, ୨୮।୧୧: ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ଯୋରନ୍ଦା ରୋଡ୍‌ ରେଳଷ୍ଟେଶନ ନିକଟରେ ଶୁକ୍ରବାର ଅପରାହ୍ନ ୩ଟା ୧୧ରେ ଛାତିଥରା ଦୁର୍ଘଟଣା ଘଟିଛି। ଭୁବନେଶ୍ୱର-ରାଉରକେଲା ଇଣ୍ଟରସିଟି ଧକ୍କାରେ ୩୧ ମଇଁଷିଙ୍କ ମୃତ୍ୟୁ ଘଟିଛି। ମଇଁଷିଙ୍କ ମୃତଦେହ ରେଳଧାରଣା ଉପରେ ପଡ଼ି ରହିବାରୁ ପ୍ରାୟ ୪୦ ମିନିଟ୍‌ ଧରି ଟ୍ରେନ୍‌ ଅଟକି ରହିଥିଲା। ରେଳ କର୍ମଚାରୀ ପହଞ୍ଚତ୍ ମୃତ ମଇଁଷିଙ୍କୁ ହଟାଇବା ପରେ ଟ୍ରେନ୍‌ ଚଳାଚଳ ସ୍ବାଭାବିକ ହୋଇଥିଲା।
ସୂଚନାଯୋଗ୍ୟ, ଗୋବିନ୍ଦପୁର ଗ୍ରାମର ସନ୍ତୋଷ ସ୍ବାଇଁ ନାମକ ଜଣେ ଚାଷୀ ଋଣ କରି ମଇଁଷି ପାଳିଥିଲେ। ସବୁଦିନ ଭଳି ଶୁକ୍ରବାର ସକାଳେ ସେ ମଇଁଷି ପଲକୁ ଚରାଇବାକୁ ଘର ନିକଟ ଜଙ୍ଗଲକୁ ନେଇଥିଲେ। ମଇଁଷିଙ୍କୁ ଚରାଇ ଘରକୁ ଆଣୁଥିବାବେଳେ ଏକ ଛୁଆ ମଇଁଷି ପଲରୁ ବାହାରି ଯୋରନ୍ଦାରୋଡ୍‌ ଷ୍ଟେଶନ ମନ୍ଦିର ନିକଟ ରେଳ ଧାରଣା ଉପରକୁ ପଳାଇ ଆସି ରଡ଼ି କରିଥିଲା। ଏହାକୁ ଦେଖି ମା’ ମଇଁଷି ମଧ୍ୟ ବୋବାଇଥିଲା। ଫଳରେ ପୂରା ପଲ ରେଳଧାରଣା ଉପରକୁ ଉଠି
ଆସିଥିଲା। ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ଇଣ୍ଟରସିଟି ସେମାନଙ୍କ ଉପରେ ମାଡ଼ିଯାଇଥିଲା। ଟ୍ରେନ୍‌ ଧକ୍କା ଏତେ ଜୋର୍‌ ଥିଲା ଯେ, ଧାରଣା ସମେତ ନିକଟବର୍ତ୍ତୀ ଅଞ୍ଚଳରେ ମଇଁଷିଗୁଡ଼ିକ ଛିଟିକି ପଡ଼ିଥିଲେ। ଫଳରେ ଘଟଣା ସ୍ଥଳରେ ହିଁ ସେମାନଙ୍କ ମୃତ୍ୟୁ ଘଟିଥିଲା। ଏହି ଦୁର୍ଘଟଣାରେ ସନ୍ତୋଷଙ୍କ ୨୯ ଏବଂ ସ୍ଥାନୀୟ ଅଞ୍ଚଳର ଅନ୍ୟ ଜଣେ ବ୍ୟକ୍ତିଙ୍କ ୨ଟି ମଇଁଷିଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନ୍ୟ ୨ଟି ଗୁରୁତର ହୋଇଛନ୍ତି।
ଗୋଠ ଖାଲି ହୋଇଗଲା
ପେଟପାଟଣା କଥା ବୁଝୁଥିଲେ ମଇଁଷି ପଲ। ହେଲେ ନିମିଷକ ମଧ୍ୟରେ ସବୁକିଛି ଛାରଖାର ହୋଇଯାଇଛି। ଟ୍ରେନ୍‌ ଦୁର୍ଘଟଣାରେ ଗୋଠ ଖାଲି ହୋଇଗଲା ବୋଲି କାନ୍ଦି କାନ୍ଦି କହିଛନ୍ତି ମଇଁଷି ପାଳିଥିବା ଚାଷୀ ସନ୍ତୋଷ ସ୍ବାଇଁ। ଦୁର୍ଘଟଣାରେ ମଇଁଷିଙ୍କ ମୃତ୍ୟୁରେ ପ୍ରାୟ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା କ୍ଷତି ହୋଇଛି। ୧୧ ମଇଁଷି ଗର୍ଭବତୀ ଥିଲେ। ଏଭଳି ଦୁଃଖ ଭଗବାନ୍‌ କାହାରିକୁ ନ ଦିଅନ୍ତୁ ବୋଲି ସନ୍ତୋଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri