Posted inଜାତୀୟ

କଏଦୀଙ୍କ ଢେଲା ମାଡ଼ରେ ଜେଲରଙ୍କ ସମେତ ୩୦ ପୋଲିସ ଆହତ…

ଫତେଗଡ଼,୭।୧୧: ଉତ୍ତରପ୍ରଦେଶର ଫତେହଗଡ ଜିଲା ଜେଲରେ କଏଦୀମାନଙ୍କ ଢେଲା ମାଡ଼ରେ ଜେଳରଙ୍କ ସମେତ ୩-ୟ୦ ପୋଲିସ ଆହତ ହୋଇଛନ୍ତି। କଏଦୀ ଆକ୍ରମଣ, ଫାୟାରିଂ ଏବଂ ଅଗ୍ନିକାଣ୍ଡ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଏକ ସୁରକ୍ଷାକମୀଙ୍କ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଜିଲାପାଳ ସଞ୍ଜୟ ସିଂ ଜିଲା ଜେଲରେ ପହଞ୍ଚିଛନ୍ତି। କଏଦୀମାନଙ୍କୁ କାବୁ କରିବା ପାଇଁ ପୋଲିସ ଲୁହବୁହା ଗ୍ୟାସ ପ୍ରୟୋଗ କରିଛି।

ପୋଲିସ ଅଧୀକ୍ଷକ ଅଶୋକ କୁମାର ମୀନା କହିଛନ୍ତି ଯେ ଜିଲା ଜେଲରେ ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି। ସକାଳ ୭ଟା ୪୫ରେ ଜେଲରେ କଏଦୀମାନଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ଜେଲର କଏଦୀ ସନ୍ଦୀପ ଯାଦବଙ୍କୁ ଡେଙ୍ଗୁ ହୋଇଥିଲା। ତାଙ୍କୁ ଚିକିତ୍ସା ପାଇଁ ସୈଫାଇ ହସ୍ପିଟାଲକୁ ପଠାଯାଇଥିଲା। ଶନିବାର ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏସୂଚନା ମିଳିବା ପରେ ଜେଲରେ ରବିବାର ସକାଳେ ବ୍ୟାରେକ ନମ୍ବର ୯ ଏବଂ ୨ ରେ କଏଦୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥିତିକୁ ନିୟନ୍ତ୍ରଣ କରାଯିବା ପରେ କଏଦୀମାନଙ୍କୁ ଖାଦ୍ୟ ଦିଆଯାଇଛି।

ଡେପୁଟି ଜେଲର ଶୈଲେଶଙ୍କ ସମେତ ୩୦ ଜଣ ପୋଲିସ ଏହି ଘଟଣାରେ ଆହତ ହୋଇଛନ୍ତି। ଘଟଣାରେ ଜଣେ କଏଦୀ ଶିବମ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଜେଲ୍‌ରେ ଏଭଳି ଉତ୍ତେଜନା ସୃଷ୍ଟି କରିଥିବା କଏଦୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ଏକ ମାମଲା ପଞ୍ଜିକୃତ କରାଯିବ। ଏ ସମ୍ପର୍କରେ ତଦନ୍ତ କରାଯାଉଛି। ପୋଲିସ ଅଧୀକ୍ଷକ ଜେଲରେ ଗୁଳି ଚାଇନା ହୋଇଥିବା ଖବରକୁ ଖଣ୍ଡନ କରିଛନ୍ତି। ଆହତ କଏଦୀ ଶିବମ ଗୁଳି ଚଳାଇଥିବା କରିଛନ୍ତି କି ବୋଲି ପଚରାଯିବାରୁ ସେ ମନା କରିଦେଇଥିଲେ। ଏହା ଏକ ଅନୁସନ୍ଧାନର ବିଷୟ ବୋଲି କହିଛନ୍ତି। ଆସୁଥିବା ଡାକ୍ତରୀ ରିପୋର୍ଟ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ କଏଦୀମାନେ ଜେଲରେ ଅଗ୍ନିକାଣ୍ଡ ଓ ଭଙ୍ଗାରୁଜା କରିଥିବା ପୋଲିସ ଅଧୀକ୍ଷକ ସ୍ବୀକାର କରିଛନ୍ତି। ଉତ୍ତେଜିତ କଏଦୀମାନେ ଜେଲର ମୁଖ୍ୟ ଫାଟକ ପର୍ଯ୍ୟନ୍ତ ଆସିଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri