ସମେଟିଭ୍‌ ପରୀକ୍ଷା ଦେଇପାରିଲେନି ୩୦ ଛାତ୍ରୀଛାତ୍ର

ଢେଙ୍କିକୋଟ, ୬।୧ (ଡି.ଏନ.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ ଥିବା ୨ ସରକାରୀ ଉଚ୍ଚ ବିଦ୍ୟାଳୟର ପରୀକ୍ଷା କେନ୍ଦ୍ରରେ ବୁଧବାର ଦଶମ ସମେଟିଭ-୧ ପରୀକ୍ଷା ଚାଲିଛି। ଦୁଇ କେନ୍ଦ୍ରରେ ୩୦୫ ଛାତ୍ରୀଛାତ୍ର ପରୀକ୍ଷା ଦେବାର ଥିବାବେଳେ ୩୦ ଜଣ ବଞ୍ଚିତ ହୋଇଛନ୍ତି। ଢେଙ୍କିକୋଟ ସତ୍ୟନାରାୟଣ ବିଦ୍ୟାପୀଠ ପରୀକ୍ଷା କେନ୍ଦ୍ରର ବାରହାଟିପୁରା ନୀଳକଣ୍ଠେଶ୍ୱର ହାଇସ୍କୁଲ ଏବଂ ଢେଙ୍କିକୋଟ ସରକାରୀ ବାଳିକା ହାଇସ୍କୁଲର ମୋଟ ୧୪୯ ଜଣଙ୍କ ମଧ୍ୟରୁ ୧୩ ଜଣ ପରୀକ୍ଷା ହଲ୍‌ରେ ଅନୁପସ୍ଥିତ ଥିବା ପ୍ରଧାନଶିକ୍ଷକ ଫକିର ଚରଣ ସାହୁ ପ୍ରକାଶ କରିଛନ୍ତି। ସେହିପରି ଢେଙ୍କିକୋଟ ସରକାରୀ ବାଳିକା ହାଇସ୍କୁଲରେ ଭୋଳବେଡ଼ା, କଟ୍ରାବେଡା, ପିପିଳିଆ ଏବଂ ଗୋବରାବେଡା ହାଇସ୍କୁଲର ମୋଟ ୧୫୬ ଛାତ୍ରୀଛାତ୍ର ପରୀକ୍ଷା ଦେବାର ଥିଲା। ସେମାନଙ୍କ ମଧ୍ୟରୁ ୧୭ଜଣ ଅନୁପସ୍ଥିତ ଥିବା ପ୍ରଧାନ ଶିକ୍ଷୟିତ୍ରୀ ସ୍ବର୍ଣ୍ଣମଞ୍ଜରୀ ସାହୁ କହିଛନ୍ତି। ତେବେ ବହୁ ଗରିବ ଛାତ୍ରୀଛାତ୍ର ଅର୍ଥ ଅଭାବରୁ ପରୀକ୍ଷା ଦେବାରୁ ବଞ୍ଚିତ ହେଉଥିବା ଚର୍ଚ୍ଚା ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ସୂଚନା ଅଧିକାରୀଙ୍କୁ ୨୫ ହଜାର ଟଙ୍କା ଜୋରିମନା

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ଓଡିଶା ସୂଚନା କମିଶନଙ୍କ ତରଫରୁ ଏକ ମାମଲା ବିଚାର କରି କମିଶନର ବି.କେ. ମହାପାତ୍ର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜନ ସୂଚନା...

ଅଙ୍ଗଦାନ କରିଥିବା ମହିଳାଙ୍କୁ ଦିଆଗଲା ଗାର୍ଡ ଅଫ ଅନର

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ବିଭିନ୍ନ ସମୟରେ ଅଙ୍ଗଦାନ କରୁଥିବା ବ୍ୟକ୍ତି ବିଶେଷ ଏକ ସ୍ବତନ୍ତ୍ର ଉଦାହରଣ ସୃଷ୍ଟି କରି ସମାଜକୁ ଏକ ନୂତନ ଦିଗଦର୍ଶନ ଦେଇଥାନ୍ତି, ଯାହାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri