୩୨ ବର୍ଷ ବିତିଲା, ମିଳୁନି ଜମିପଟ୍ଟା

ବାରିପଦା ଅଫିସ,୨୨।୧୨ ମୟୂରଭଞ୍ଜ ଜିଲା ବୁଢ଼ାବଳଙ୍ଗ ତଟବର୍ତ୍ତୀ ମଧୁବନ ଅଞ୍ଚଳରେ ଗୃହ ଓ ସହରୀ ବିକାଶ ନିଗମ(ହୁଡକୋ) ପକ୍ଷରୁ ଗୃହ ଯୋଗାଇ ଦିଆଯାଇଥିବା ହିତାଧିକାରୀଙ୍କୁ ଜମିପଟ୍ଟା ଦେବାକୁ ବାରିପଦା ଟାଉନ କଂଗ୍ରେସ ପକ୍ଷରୁ ଦାବି ହୋଇଛି। ଏ ସଂକ୍ରାନ୍ତରେ ଟାଉନ କଂଗ୍ରେସ ସଭାପତି ଶାନ୍ତନୁ ପାଲଙ୍କ ନେତୃତ୍ୱରେ କର୍ମକର୍ତ୍ତାମାନେ ଉପଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ୭ନଂ ୱାର୍ଡରେ ବସବାସ କରୁଥିବା ହିତାଧିକାରୀଙ୍କୁ ବାରିପଦା ହୁଡକୋ ପକ୍ଷରୁ କଲୋନୀ ନିର୍ମାଣ କରି ଆବଶ୍ୟକ ଅର୍ଥ ନେଇ ଗୃହ ଯୋଗାଇ ଦିଆଯାଇଥିଲା। ତେବେ ଦୀର୍ଘ ୩୨ବର୍ଷ ଧରି ଉକ୍ତ ହିତାଧିକାରୀଙ୍କୁ ଉକ୍ତ ସ୍ଥାନର ଜମିପଟ୍ଟା ପ୍ରଦାନ କରାଯାଇ ନ ଥିବାରୁ ବିଭିନ୍ନ ସରକାରୀ ଯୋଜନାରୁ ସେମାନେ ବଞ୍ଚିତ ରହୁଛନ୍ତି। ତହସିଲରୁ ଆବଶ୍ୟକ ସାର୍ଟିଫିକେଟ ମଧ୍ୟ ପାଇପାରୁ ନାହାନ୍ତି। ଏ ସଂକ୍ରାନ୍ତରେ ହିତାଧିକାରୀମାନେ ଟାଉନ ପ୍ଲାନିଙ୍ଗ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିବା ପରେ ୨୦୧୨ରେ ଦେବୋତ୍ତର ବିଭାଗ ସମ୍ମତି ପ୍ରକାଶ କରି ଲିଜଧାରୀଙ୍କୁ ଆବଶ୍ୟକ ଦସ୍ତାବିଜ ଦାଖଲ କରିବାକୁ ଆଦେଶ ଦେଇଥିଲେ ା ଏ ନେଇ ଟାଉନ ପ୍ଳାନିଙ୍ଗ ପକ୍ଷରୁ ବାରିପଦା ଉପଜିଲାପାଳଙ୍କୁ ଚିଠିନଂ.୧୮୫୪/୨୪ସେପ୍ଟେମ୍ବର ୨୦୧୨ରେ ଅବଗତ କରାଯାଇଥିଲା। ମାତ୍ର ଅଦ୍ୟାବଧି ହିତାଧିକାରୀମାନେ ଜମିପଟ୍ଟା ପାଇବାରୁ ବଞ୍ଚିତ ରହିଛନ୍ତି। ଖୁବଶୀଘ୍ର ଲିଜଧାରୀଙ୍କୁ ପଟ୍ଟା ପ୍ରଦାନ କରା ନ ଗଲେ ଆନ୍ଦୋଳନ କରାଯିବା ବୋଲି ସେମାନେ କଡ଼ା ଚେତାବନୀ ଦେଇଛନ୍ତି ା ଅନ୍ୟମାନଙ୍କ ମଧ୍ୟରେ ଆଇନଜୀବୀ ବିଜନ ଦାସ, ରତନଲାଲ ଶର୍ମା, ଜିଲା ମହିଳା ସଭାନେତ୍ରୀ ସୁସ୍ମିତା ଘୋଷାଲ, ସ୍ବାଗନ ଦାସଙ୍କ ସମେତ ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri