ପାଣିଘେରରେ ୩୦ ଗ୍ରାମବାସୀ

ନିମାପଡ଼ା,୩୧ା୮(ଡି.ଏନ୍‌.ଏ.): ଧନୁଆଁ ନଦୀରେ ବନ୍ୟାଜଳ ପ୍ରବାହିତ ହେବା ଫଳରେ ନିମାପଡ଼ା ବ୍ଲକର ଧନୁଆଁ, ରେଞ୍ଚ, ଶଗଡ଼ା, ବଡ଼ମାଛପୁର, ଅଲଣ୍ଡା, ଶାଇଁସଶାସନ ପଞ୍ଚାୟତର ୩୦ଗ୍ରାମ ପାଣିଘେରରେ ରହିଛି। ଦେଖେତା, ବଉଳପଦା, ଭୁଆଁ, ଶୁନୁଗୋରଡି, ବରିହାପଡ଼ା, ରଡବଜାର, ଖଜାପୁରୁ, ଆଙ୍କୁଶୁପୁର, କେରେଣ୍ଡିଆବିନ୍ଧା, ଚିଙ୍ଗୁଡ଼ିଆକଣ୍ଟା, ବଢେଇସାହି ସମେତ ୩୦ଗ୍ରାମର ୬ହଜାରରୁ ଊର୍ଦ୍ଧ୍ୱ ଲୋକ ଜଳବନ୍ଦୀ ହୋଇ ରହିଛନ୍ତି। ଧନୁଆଁ ପଞ୍ଚାୟତର ଦେଖେତା-ଶୁନୁଗୋରଡ଼ି ରାସ୍ତା, ଭୁଆଁପୁରଠାରୁ ଦେଖେତା ରାସ୍ତା, ବଉଳପଦା-ଇଚ୍ଛାପୁର ରାସ୍ତା, ଡିହସାହି-ବଣିଆସାହି ରାସ୍ତା, ଅଲଣ୍ଡା ପଞ୍ଚାୟତର ଦୁଆଁଲୋ-ପୋରକଣା ରାସ୍ତା, ଚିଙ୍ଗୁଡ଼ିଆକଣ୍ଟା-କଅଁରପୁର ରାସ୍ତା, ଶଗଡ଼ ପଞ୍ଚାୟତର ଏକମୋକୋଣାଠାରୁ ଶଗଡ଼ାଦେଉଳି ରାସ୍ତା, ଶାଇଁସଶାସନ ପଞ୍ଚାୟତର ଭଗବତୀପୁର-ତୋରିଆବନ୍ଧ ରାସ୍ତା, ବଡ଼ମାଛପୁର ପଞ୍ଚାୟତର ବଡ଼ମାଛପୁର-କେରେଣ୍ଡିଆ ବନ୍ଧ ରାସ୍ତାରେ ୩ଫୁଟ ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ଯାତାୟାତ ବିଚ୍ଛିନ୍ନ ହୋଇପଡ଼ିଛି। ଏହି ୬ପଞ୍ଚାୟତର ପ୍ରାୟ ୧୦ହଜାର ହେକ୍ଟର ଚାଷ ଜମି ପାଣିରେ ବୁଡ଼ି ରହିଛି। ପ୍ରଶାସନ ପକ୍ଷରୁ ଜଳବନ୍ଦୀ ଥିବା ଲୋକଙ୍କୁ ଖାଦ୍ୟସାମଗ୍ରୀ ଯୋଗାଇଦେବା ସହ ଉଚ୍ଚସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ସରପଞ୍ଚ ପ୍ରତାପସେନ ସ୍ବାଇଁ, ସମିତିସଭ୍ୟା ପ୍ରମିଳା ଦାସ, ରବି ଦାସ, ଗୋକୁଳାନନ୍ଦ ପରିଡ଼ା, ମମତା ପରିଡା, ସମିତିସଭ୍ୟା କଳ୍ପନା କାଣ୍ଡି, ସରପଞ୍ଚ ସଶ୍ମିତା ନାୟକ, ରଶ୍ମିତା ପ୍ରଧାନ, ପ୍ରକାଶ ପ୍ରଧାନ, ଭାଗ୍ୟଧର ଖଟୋଇ ପ୍ରମୁଖ ଦାବି କରିଛନ୍ତି। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରବିବାର ନିମାପଡ଼ା ବ୍ଲକର ହରିପୁର, ବଳଙ୍ଗା, ଶାଇଁସଶାସନ, ନୂଆସନ୍ଥ ପଞ୍ଚାୟତର ବନ୍ୟାଞ୍ଚଳ ବୁଲି ଦେଖିବା ସହ ସମୀକ୍ଷା କରିଛନ୍ତି।

ର,(.): ର ଗାଁ ଗାଁ


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ…

‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ

ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri