ନିଜଠୁ ୧୬ ବର୍ଷ ସାନ ଗର୍ଲଫ୍ରେଣ୍ଡଙ୍କୁ ଲୁଚିଛପି ବିବାହ କଲେ ଏହି ଅଭିନେତା

‘କ୍ୟାପଟେନ ଆମେରିକା’ ଅର୍ଥାତ୍‌ ଅଭିନେତା କ୍ରିସ ଇଭାନ୍ସ ଲୁଚିଛପି ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ହଠାତ୍‌ ବିବାହ କରି ସେ ତାଙ୍କ ପ୍ରଶଂସକଙ୍କୁ ଚକିତ କରିଦେଇଛନ୍ତି। କ୍ରିସ ତାଙ୍କଠାରୁ ୧୬ ବର୍ଷ ସାନ ତାଙ୍କ ଗର୍ଲଫ୍ରେଣ୍ଡ ଅଲବା ବାପ୍ଟିଷ୍ଟାଙ୍କୁ ବିବାହ କରିଛନ୍ତି। କ୍ରିସ ଇଭାନ୍ସଙ୍କୁ ୪୨ ବର୍ଷ ହୋଇଥିବାବେଳେ ତାଙ୍କ ଗର୍ଲଫ୍ରେଣ୍ଡ ଅଲବା ୨୬ ବର୍ଷ ବୟସ।
ଏହି ଦମ୍ପତି ସେପ୍ଟେମ୍ବର ୯ରେ ମାସାଚୁସେଟ୍ସର ବୋଷ୍ଟନ ସ୍ଥିତ ଏକ ଘରୋଇ ବାସଭବନରେ ବିବାହ କରିଥିଲେ। ସେମାନଙ୍କର ବିବାହ ସମାରୋହ ଅତ୍ୟନ୍ତ ବ୍ୟକ୍ତିଗତ ଥିଲା। କ୍ରିସ ଏବଂ ଅଲବାଙ୍କ ବିବାହରେ କେବଳ ଘନିଷ୍ଠ ବନ୍ଧୁ ଏବଂ ପରିବାର ସଦସ୍ୟ ଉପସ୍ଥିତ ଥିଲେ। ତେବେ ଏପର୍ଯ୍ୟନ୍ତ କ୍ରିସ ଏବଂ ଅଲବାଙ୍କ ବିବାହ ସମ୍ପର୍କରେ କୌଣସି ନିଶ୍ଚିତତା ହୋଇନାହିଁ।
୨୦୨୨ରେ ପ୍ରଥମ ଥର ପାଇଁ ସେମାନଙ୍କର ଡେଟିଂ ଖବର ସାମ୍ନାକୁ ଆସିଥିଲା। ଏହି ଦମ୍ପତି ନ୍ୟୁୟର୍କରେ ଏକାଠି ବୁଲୁଥିବାର ନଜର ଆସିଥିଲେ। ଚଳିତ ବର୍ଷ ଆରମ୍ଭରେ ଦୁହେଁ ନିଜ ସମ୍ପର୍କକୁ ଅଫିସିଆଲ କରିଥିଲେ।
୨୬ ବର୍ଷୀୟା ଅଲବା ଜଣେ ପର୍ତ୍ତୁଗୀଜ ଅଭିନେତ୍ରୀ। ସେ ୨୦୧୪ରେ ଧାରାବାହିକ ‘ଜାର୍ଡିନ୍ସ ପ୍ରୋବିଡୋସ’ରୁ ନିଜର ଅଭିନୟ ଜୀବନ ଆରମ୍ଭ କରିଥିଲେ। ଏହା ପରେ ସେ ‘ଏ ଇମ୍ପୋଷ୍ଟୋରା’, ‘ଫିଲ୍ହା ଡା ଲେଇ’ ଭଳି ଅନେକ ଚଳଚ୍ଚିତ୍ରରେ ତାଙ୍କର ଅଭିନୟ ସହିତ ଲୋକଙ୍କ ହୃଦୟ ଜିତିଥିଲେ। କ୍ରିସ ଏବଂ ଅଲବା ପ୍ରଥମ ଥର ପାଇଁ ‘ୱାରିଅର୍‌ ନନ’ରେ ଏକାଠି କାମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ…

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri