Posted inଖେଳ

ଅଶ୍ୱିନଙ୍କୁ ଭୟ କରୁଛନ୍ତି ଏହି ଅଷ୍ଟ୍ରେଲୀୟ କ୍ରିକେଟର୍‌

ସିଡନୀ,୨୬।୧:ଅଷ୍ଟ୍ରେଲୀୟ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ମ୍ୟାଟ ରେନଶ ଭାରତ ଗସ୍ତ ପୂର୍ବରୁ ଭୟଭୀତ ହୋଇପଡିଛନ୍ତି। ସେ କହିଛନ୍ତି, ଭାରତ ଗସ୍ତରେ ଆର ଅଶ୍ୱିନ ଏକ କଠିନ ଚ୍ୟାଲେଞ୍ଜ ଉପସ୍ଥାପନ କରିବେ। ଭାରତୀୟ ପରିସ୍ଥିତିରେ ଆର ଅଶ୍ୱିନଙ୍କ ପରି ଜଣେ ଅଫ ସ୍ପିନର ତାଙ୍କ ଭଳି ବାମହାତୀ ବ୍ୟାଟ୍ସମ୍ୟାନଙ୍କ ପାଇଁ ବିପଜ୍ଜନକ ପ୍ରମାଣିତ ହୋଇପାରନ୍ତି। ମ୍ୟାଟ ରେନ୍ସା ଟେଷ୍ଟ କ୍ରିକେଟକୁ ଫେରିଛନ୍ତି। ଅଷ୍ଟ୍ରେଲୀୟ ଅଲରାଉଣ୍ଡର କ୍ୟାମେରନ ଗ୍ରୀନ ଆହତ ହେବା ପରେ ସେ ଦକ୍ଷିଣ ଆଫ୍ରିକା ବିପକ୍ଷ ଏକାଦଶରେ ସ୍ଥାନ ପାଇଥିଲେ। ସେ ଭାରତ ଗସ୍ତ ପାଇଁ ଅଷ୍ଟ୍ରେଲିୟ ଦଳର ଏକ ଅଂଶ ମଧ୍ୟ ଅଛନ୍ତି। ସେ ୨୦୧୭ରେ ମଧ୍ୟ ଭାରତ ଗସ୍ତ କରିଥିଲେ।
ମ୍ୟାଟ ରେନ୍ସା କହିଛନ୍ତି, ଅଶ୍ୱିନଙ୍କୁ ସାମ୍ନା କରିବା କଷ୍ଟକର। ସେ ଜଣେ ସ୍ମାର୍ଟ ବୋଲର। ସେ ତାଙ୍କ ବୋଲିଂରେ ଅନେକ ପରିବର୍ତ୍ତନ କରନ୍ତ। କିଛି ସମୟ ଅଶ୍ୱିନଙ୍କୁ ସାମ୍ନା କଲେ, ତେବେ ତାଙ୍କୁ ସହଜରେ ଖେଳିପାରିବେ।
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଫେବୃଆରୀ ୯ରୁ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ପହଞ୍ଚିବା ଦୃଷ୍ଟିରୁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସିରିଜ। ଏଭଳି ପରିସ୍ଥିତିରେ ଉଭୟ ଦଳର ଧ୍ୟାନ ଏହି ସିରିଜରେ ସେମାନଙ୍କର ସର୍ବଶ୍ରେଷ୍ଠ ପ୍ରଦର୍ଶନ ଉପରେ ରହିବ। ବର୍ତ୍ତମାନ ଅଷ୍ଟ୍ରେଲିଆ ଦଳ ଟେଷ୍ଟରେ ବହୁତ ଶକ୍ତିଶାଳୀ। ଏଥି ସହିତ ଘରୋଇ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତୀୟ ଦଳର ରେକର୍ଡ ଜବରଦସ୍ତ ରହିଛି। ଗତ ୧୮ ବର୍ଷ ମଧ୍ୟରେ ଭାରତୀୟ ଦଳ ନିଜ ମାଟିରେ ଅଷ୍ଟ୍ରେଲିଆଠାରୁ ପରାସ୍ତ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ପୁଣି ହର୍ମୁଜ ପ୍ରଣାଳୀ ବନ୍ଦ କଲା ଇରାନ, ଆମରିକା ଉପରେ ଲଗାଇଲା ସାଂଘାତିକ ଅଭିଯୋଗ

ତେହରାନ,୧୮।୪: ଇରାନ ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବାର ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର କରିଛି। ଏହି ପଦକ୍ଷେପ ଦ୍ୱାରା ଏହାର ଅବରୋଧ ହଟିବ ନାହିଁ ବୋଲି ଆମେରିକା କହିବା…

ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ନ ହେବା ପରେ କାହିଁକି ଦେଶକୁ ସମ୍ବୋଧିତ କରିବେ ମୋଦି? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୮।୪: ଦେଶରେ ମହିଳା ସଂରକ୍ଷଣ ବିଲକୁ ନେଇ ତୀବ୍ର ରାଜନୈତିକ ଉତ୍ତେଜନା ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତି ୮ଟା ୩୦ରେ ଦେଶକୁ ସମ୍ବୋଧିତ କରିବାକୁ…

ହଟିବେ ହେଡ କୋଚ?କେଭିନ ପିଟରସନଙ୍କ ବଡ଼ ଦାବି, ମ୍ୟାକକୁଲମ ହେବେ KKRର ପ୍ରଶିକ୍ଷକ

ନୂଆଦିଲ୍ଲୀ,୧୮।୪: କୋଲକାତା ନାଇଟ ରାଇଡର୍ସ (କେକେଆର) ୨୦୨୬ ଆଇପିଏଲ ସିଜିନରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ସଙ୍କଟର ସମ୍ମୁଖୀନ ହେଉଛି। ୧୭ ଏପ୍ରିଲ ଶୁକ୍ରବାର, ଦଳ ଗୁଜୁରାଟ ଟାଇଟାନ୍ସ…

ହଠାତ୍‌ ନୀତିଶଙ୍କ ପୁଅଙ୍କୁ ମିଳିଲା ଉପମୁଖ୍ୟମନ୍ତ୍ରୀଙ୍କ ଭଳି ‘Z’ ସୁରକ୍ଷା, ବିହାର ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୧୮।୪: ବିହାରରେ ସୁରକ୍ଷା ବ୍ୟବସ୍ଥାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ପୂର୍ୱତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପୁଅ ନିଶାନ୍ତ ଏବଂ ପୂର୍ୱତନ ମନ୍ତ୍ରୀ ଶ୍ରବଣ କୁମାରଙ୍କ ସୁରକ୍ଷାକୁ ଆହୁରି…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri