ଓଜନ ବଢାଏ ଏହି ଖରାପ ଅଭ୍ୟାସ

ନିଶାଦ୍ରବ୍ୟ ସେବନ ଏଭଳି ଏକ ଖରାପ ଅଭ୍ୟାସ ଯାହା ଅଯଥାରେ ଅନେକ ପ୍ରକାର ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ। କେବଳ ସେତିକି ନୁହେଁ, ଏଥିପାଇଁ ଅକାଳ ମୃତ୍ୟୁର ସାମ୍‌ନା କରିବାକୁ ପଡ଼ିପାରେ। ତେଣୁ ଏଭଳି କୁଅଭ୍ୟାସକୁ ବର୍ଜନ କରିବା ଆବଶ୍ୟକ। ଏହା ସହ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଏଥିରୁ ସାମୟିକ ଆନନ୍ଦ ମିଳିପାରେ, ହେଲେ ସେମାନଙ୍କୁ ଏଭଳି ଏକ ଦୁନିଆକୁ ଏହା ଟାଣିନିଏ, ଯେଉଁଠୁ ଫେରି ଆସିବା ସହଜ ହୋଇ ନ ଥାଏ। ଏହାର ଅପକାରୀ ଗୁଣ ବିଷୟରେ ଅନେକ ଅଳ୍ପ ବହୁତ ଜାଣନ୍ତି। ଯଦି ଜଣେ ବ୍ୟକ୍ତି ନିୟମିତ ନିଶାଦ୍ରବ୍ୟ ସେବନ କରନ୍ତି, ତେବେ ପରବର୍ତ୍ତୀ ସମୟରେ ସେ ମେଦବହୁଳତା ବା ଓଜନ ବୃଦ୍ଧି ସମସ୍ୟାର ସମ୍ମୁଖୀନ ହେବାର ଯଥେଷ୍ଟ ଆଶଙ୍କା ରହିଛି। ଏ ନେଇ ନିକଟରେ ଓ୍ବାଶିଂଟନ୍‌ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ସତର୍କ କରାଇ ଦେଇଛନ୍ତି। ନିୟମିତ ଏଭଳି ଅଭ୍ୟାସ ସହ ଜଡିତ କେତେକ ବ୍ୟକ୍ତିଙ୍କର ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ଓଜନ ପରୀକ୍ଷା କରି ସେମାନେ ଏକ କଥା ଜାଣିପାରିଛନ୍ତି। ତେଣୁ ଓଜନକୁ ସନ୍ତୁଳିତ ରଖିବାକୁ ହେଲେ ନିଜର ଖାଦ୍ୟପେୟ ପ୍ରତି ଯଥେଷ୍ଟ ଧ୍ୟାନ ଦିଅନ୍ତୁ। ତା’ସହ ନିଜର ଦୈନନ୍ଦିନ ଜୀବନ ତାଲିକାରେ ବ୍ୟାୟାମକୁ ନିଶ୍ଚୟ ସାମିଲ କରନ୍ତୁ। ଏହାବ୍ୟତୀତ ନିଶାଦ୍ରଦ୍ୟ ସେବନ ଅଭ୍ୟାସକୁ ବର୍ଜନ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri