ସନାତନ, ଅରବିନ୍ଦଙ୍କ ପରେ ପୁଣି ନିଲମ୍ବନ ହେଲେ ବିଜେଡିର ଏହି ନେତ୍ରୀ: ଚର୍ଚ୍ଚାରେ…

ଧର୍ମଶାଳା,୧୬।୧(ଶିବ ପ୍ରସାଦ ମହାନ୍ତି): ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ କରାଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ନଳୀନି ପ୍ରଭା ଜେନାଙ୍କୁ ନିଲମ୍ବନ କରିଛନ୍ତି ଖୋଦ୍‌ ସୁପ୍ରିମୋ ନବୀନ ପଟ୍ଟନାୟକ। ଦଳ ବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି।
ନିକଟରେ ଦଳ ବିରୋଧି କାର୍ଯ୍ୟ ଲାଗି ବିଜେଡିରୁ ୨ ବିଧାୟକ ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ କରାଯାଇଛି। ଭଲ ଭାବେ ଅନୁଧ୍ୟାନ ସହ ନୀତି ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ଦଳ ପକ୍ଷରୁ କୁହାଯାଇଥିବା ବେଳେ ପ୍ରତିକ୍ରିୟା ରଖିଛନ୍ତି ଦୁହେଁ।
ଅରବିନ୍ଦ କହିଛନ୍ତି ଯେ, ମୁଁ ଜାଣିନି କାହିଁକି ମୋ’ ଉପରେ ଆକ୍ସନ ନିଆଯାଇଛି। କାହା ସହ ମୋର ମନ୍ତାନ୍ତର ନ ଥିଲା। ମୁଁ କୌଣସି ଦଳ ବିରୋଧୀ କାମ କରିନି। ମୁଁ ଦଳକୁ ଅସୁବିଧାରେ ପକାଇବା ଭଳି ବୟାନ ମଧ୍ୟ ଦେଇ ନାହିଁ। ମୋ’ ବାପା ସ୍ବତନ୍ତ୍ର, ସେ ଜଣେ ପରିଚିତ ନେତା। ସେ ମୋ’ କାମରେ ମୁଣ୍ଡ ପୁରାନ୍ତି ନାହିଁ।  ସେ ଯାହା କରିବେ ତାଙ୍କ ବ୍ୟାପାର। କାର୍ଯ୍ୟାନୁଷ୍ଠାନ କ’ଣ ପାଇଁ ନିଆଯାଇଛି ସେ ବିଷୟରେ ଜାଣିବା ପରେ ବିସ୍ତୁତ ପ୍ରତିକ୍ରିୟା ଗଣମାଧ୍ୟମରେ ରଖିବି ବୋଲି ସେ କହିଛନ୍ତି।

ସେହିଭଳି ସନାତନ କହିଛନ୍ତି ଯେ, ମୁଁ କୌଣସି ଦଳ ବିରୋଧୀ କାର୍ଯ୍ୟ କରି ନାହିଁ। ୧୩ ତାରିଖ ମିଟିଂରେ ମୁଁ ନବୀନଙ୍କ ନାଁ ନେଇନି, ବିରୋଧରେ ମଧ୍ୟ କିଛି କହିନି। ବିଜେଡି ସମୟରେ କେନ୍ଦୁଝର ବିକାଶ ହୋଇନି କହିଥିଲି। ଯଦି ଏତିକିରେ ସସପେଣ୍ଡ କରିବେ ତାହେଲେ ମୁଁ କିଛି କହିପାରିବିନି। ସସପେଣ୍ଡ କରିବା ପୂର୍ବରୁ ଡାକିଥିଲେ ନିଶ୍ଚିତ ଯାଇଥାନ୍ତି। ସସପେଣ୍ଡ କରିବା ପରେ ସଭାପତିଙ୍କୁ ଦେଖା କରିବା ଠିକ ହେବନି ବୋଲି ସେ ପ୍ରତିକ୍ରିୟା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri