Posted inଖେଳ

ଟି-୨୦ରେ ବିଶ୍ୱରେକର୍ଡ କଲେ ଏହି ବୋଲର୍‌

ତ୍ରିନିଦାଦ,୧୮ା୬: ଲୋକି ଫର୍ଗୁସନଙ୍କ ବିଶ୍ୱ ରେକର୍ଡ ସହିତ ଅନ୍ତିମ ଗ୍ରୁପ୍‌ ମ୍ୟାଚରେ ପପୁଆ ନ୍ୟୁ ଗିନି(ପିଏନ୍‌ଜି)କୁ ୭ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ପିଏନ୍‌ଜି ୧୯.୪ ଓଭରରେ ୭୮ ରନ୍‌ କରି ଅଲଆଉଟ ହୋଇଥିଲା। ଜବାବରେ ନ୍ୟୁଜିଲାଣ୍ଡ ୧୨.୨ ଓଭରରେ ୩ ଉଇକେଟ ବିନିମୟରେ ୭୯ ରନ୍‌ କରି ଜିତି ନେଇଥିଲା। ପିଏନ୍‌ଜି ପକ୍ଷରୁ ଚାଲର୍‌ସ ଅମିନି ୧୭, ନର୍ମାନ ଭନୁଆ ୧୪ ଓ ସେସେ ବାଉ ୧୨ ରନ୍‌ କରିଥିଲେ। ନ୍ୟୁଜିଲାଣ୍ଡ ପକ୍ଷରୁ ଲୋକି ଫର୍ଗୁସନ ୩, ଟ୍ରେଣ୍ଟ ବୋଲ୍ଟ, ଟିମ୍‌ ସାଉଦି ଓ ଇଶ ସୋଧୀ ୨ଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ନ୍ୟୁଜିଲାଣ୍ଡ ପକ୍ଷରୁ ଡେଭନ୍‌ କନ୍‌ଓ୍ବେ ୩୫, କେନ୍‌ ଓ୍ବିଲିୟମସନ୍‌ ୧୮* ଓ ଡାରିଲ୍‌ ମିଚେଲ୍‌ ୧୯* ରନ୍‌ କରିଥିଲେ। ପିଏନ୍‌ଜି ପକ୍ଷରୁ କାବୁଆ ମୋରେଆ ୨, ସେମୋ କାମେୟା ୧ ଉଇକେଟ ନେଇଥିଲେ।
ଫର୍ଗୁସନଙ୍କ ବିଶ୍ୱ ରେକର୍ଡ: ଟି୨୦ ବିଶ୍ୱକପରେ ମିତବ୍ୟୟୀ ବୋଲିଂ କରିବାର ରେକର୍ଡ କରିଛନ୍ତି ନ୍ୟୁଜିଲାଣ୍ଡର ଲୋକି ଫର୍ଗୁସନ୍‌। ସେ ବୋଲିଂ କରିଥିବା ସମସ୍ତ ୪ଓଭର ମେଡେନ୍‌ ରହିଥିଲା। ବିଶ୍ୱର ଦଶମ ଖେଳାଳି ଭାବରେ ସେ ଏଭଳି କାରନାମା କରିଛନ୍ତି। ତେବେ କାନାଡା ଅଧିନାୟକ ସାଦ୍‌ ବିନ୍‌ ଜାଫର ଓ ଫର୍ଗୁସନ୍‌ ୪ ଓଭର କୋଟା ସମ୍ପୂର୍ଣ୍ଣ କରିଛନ୍ତି। ସାଦ୍‌ ବିନ୍‌ ଜାଫର ୨୦୨୧ରେ ପାନାମା ବିପକ୍ଷରେ କୌଣସି ରନ୍‌ ବ୍ୟୟ ନ କରି ୨ ଉଇକେଟ ନେଇଥିଲେ। ତେବେ ଏକ ବିଶ୍ୱକପ ମ୍ୟାଚ୍‌ରେ ଏଭଳି କୃତୀତ୍ୱ ହାସଲ କରିବାରେ ଲୋକି ଫର୍ଗୁସନ୍‌ ପ୍ରଥମ ଖେଳାଳି ପାଲଟିଛନ୍ତି। ସେ ନିଜ ୪ ଓଭର କୋଟାରେ ସେ ଅସଦ ଭାଲା, ଚାଲର୍‌ସ ଆମିନି ଓ ଚାଦ ସୋପରଙ୍କୁ ଆଉଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?