Posted inଖେଳ

ଇତିହାସ ରଚିଲେ ଏହି ବୋଲର୍‌

ଇଂଲଣ୍ଡର କିମ୍ବଦନ୍ତୀ ପେସର୍‌ ଜେମ୍ସ ଆଣ୍ଡରସନ ପ୍ରଥମ ଶ୍ରେଣୀ କ୍ୟାରିୟରରେ ୧୦୦୦ ଉଇକେଟ ନେଇ ନୂଆ କୀର୍ତ୍ତିମାନ ହାସଲ କରିଛନ୍ତି। ସେ ଲାନକାର୍ଶି ଖେଳିବାବେଳେ କେଣ୍ଟ ବିପକ୍ଷ ମ୍ୟାଚରେ ଏହି ସଫଳତା ହାସଲ କରିଥିଲେ। ଚଳିତ ମାସ ଶେଷରେ ତାଙ୍କର ୩୯ତମ ଜନ୍ମଦିନ ପାଳନ କରିବାକୁ ପ୍ରସ୍ତୁତ ହେଉଥିବା ଆଣ୍ଡରସନ ଏହି ନୂଆ ରେକର୍ଡ କରିଛନ୍ତି। ଓଲ୍ଡ ଟ୍ରାଫର୍ଡରେ ଆଣ୍ଡରସନ ଏହି ଚମତ୍କାର ପ୍ରଦର୍ଶନ କରିଥିଲେ ଏବଂ ୫୧ ତମ ଥର ପାଇଁ ଇନିଂସରେ ୫ ଉଇକେଟ ନେଇଥିଲେ। ମ୍ୟାଚର ପ୍ରଥମ ୭ ଓଭରରେ ସେ ୩ ରନ ପାଇଁ ୫ଟି ଉଇକେଟ ନେଇଥିଲେ। ଏବେ ଅନ୍ତର୍ଜାତୀୟ କ୍ରିକେଟରେ ତାଙ୍କର ୯୦୪ ଉଇକେଟ ରହିଛି। ସେ ଟେଷ୍ଟରେ ମୋଟ ୬୧୭ ଉଇକେଟ, ଦିନିକିଆରେ ୨୬୯ ଉଇକେଟ ଏବଂ ଟି -୨୦ ଅନ୍ତର୍ଜାତୀୟ କ୍ୟାରିୟରରେ ୧୮ଟି ଉଇକେଟ ନେଇଛନ୍ତି।
୨୦୦୨ ମସିହାରେ ଆନ୍ତର୍ଜାତିକ ପଦାର୍ପଣ କରିଥିବା ଆଣ୍ଡରସନ, କ୍ୟାରିୟରରେ ୧୦୦୦ ଉଇକେଟ ନେଇଥିବା ୧୪ତମ ଖେଳାଳି। ସେ ଆଣ୍ଡି କ୍ୟାଡିକ (୨୦୦୫), ମାର୍ଟିନ ବିକନେଲ (୨୦୦୪), ଡିଭନ ମଲକମ (୨୦୦୨) ଏବଂ ୱାସିମ ଆକ୍ରାମ (୨୦୦୧)ଙ୍କ ପରେ ଏହା କରିବାରେ ପଞ୍ଚମ ଦ୍ରୁତ ବୋଲର ଅଟନ୍ତି। ଟେଷ୍ଟ କ୍ରିକେଟରେ ଇଂଲଣ୍ଡ ପାଇଁ ୧୬୨ଟି ମ୍ୟାଚରେ ହାରାହାରି ୨୬.୬୭ ହାରରେ ୬୧୭ ଉଇକେଟ ନେଇ ବିଶ୍ୱର ସର୍ବୋତ୍ତମ ଦ୍ରୁତ ବୋଲର ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?