Posted inଖେଳ

‘ରାଜଧାନୀ ଏକ୍ସପ୍ରେସ୍‌’ଠାରୁ ବି ଫାଷ୍ଟ୍‌ ଏହି ବୋଲର୍‌ଙ୍କ ସ୍ପିଡ୍‌: ଡେବ୍ୟୁ ମ୍ୟାଚ୍‌ରେ ରଚିଲେ ଇତିହାସ

ନୂଆଦିଲ୍ଲୀ,୧୩।୧୧: ନଭେମ୍ବର ୧୧ରେ କ୍ରିକେଟରେ ଏକ ସ୍ବତନ୍ତ୍ର ରେକର୍ଡ ହୋଇଛି। ୨୨ ବର୍ଷ ବୟସ୍କ ନାହିଦ ରାଣା ବାଂଲାଦେଶୀ କ୍ରିକେଟର ନିଜ ଦେଶ ପାଇଁ ସବୁଠାରୁ ଦ୍ରୁତତମ ବୋଲିଂ କରିଥିଲେ। ଶାରଜା କ୍ରିକେଟ ଷ୍ଟାଡିୟମରେ ବାଂଲାଦେଶ ଏବଂ ଆଫଗାନିସ୍ତାନ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚରେ ଏହି କୀର୍ତ୍ତିମାନ ହୋଇଛି। ଏହି ମ୍ୟାଚ ନାହିଦ ରାଣାଙ୍କ ଦିନିକିଆ ଡେବ୍ୟୁ ମ୍ୟାଚ ଥିଲା।

ଟେଷ୍ଟ କ୍ରିକେଟରେ ନିଜର ଚମତ୍କାର ପ୍ରଦର୍ଶନ ମାଧ୍ୟମରେ ନାହିଦ ରାଣା ବାବର ଆଜମ, ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଭଳି ଶୀର୍ଷ ବ୍ୟାଟ୍ସମ୍ୟାନଙ୍କୁ ଚ୍ୟାଲେଞ୍ଜ କରିଛନ୍ତି। ଏବେ ସେ ଦିନିକିଆରେ ଏକ ବଡ଼ ଡେବ୍ୟୁ କରିଛନ୍ତି। ବାଂଲାଦେଶ କ୍ରିକେଟ ଦଳର ବଢୁଥିବା ଦ୍ରୁତ ବୋଲର ନାହିଦ ରାଣା ନିଜ ଦିନିକିଆ ଡେବ୍ୟୁରେ ଇତିହାସ ସୃଷ୍ଟି କରିଛନ୍ତି। ସେ ବାଂଲାଦେଶର ଦ୍ରୁତତମ ବୋଲର ହେବାର ଆଖ୍ୟା ଅର୍ଜନ କରିଥିଲେ। ଶାରଜାଠାରେ ଆଫଗାନିସ୍ତାନ ବିପକ୍ଷରେ ଖେଳାଯାଇଥିବା ତୃତୀୟ ଦିନିକିଆରେ ନାହିଦ ରାଣା ଘଣ୍ଟା ପ୍ରତି ୧୫୦.୯ କିଲୋମିଟର ବେଗରେ ବୋଲିଂ କରିଥିଲେ, ଯାହାକି କୌଣସି ବାଂଲାଦେଶୀ ବୋଲରଙ୍କ ଦ୍ୱାରା ଦ୍ରୁତତମ ବଲ ଅଟେ।

୨୨ ମାର୍ଚ୍ଚ ୨୦୨୪ରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଥିବା ନାହିଦ ରାଣା ବର୍ତ୍ତମାନ ପର୍ଯ୍ୟନ୍ତ ବାଂଲାଦେଶ ପାଇଁ ୫ଟି ଟେଷ୍ଟ ମ୍ୟାଚ ଖେଳିଛନ୍ତି। ଏହି ୫ଟି ଟେଷ୍ଟ ମ୍ୟାଚରେ ସେ ୪.୭୯ ଆଭ୍‌ରେଜ୍‌ରେ ୧୪ ଉଇକେଟ ନେଇଛନ୍ତି। ତାଙ୍କର ପ୍ରଥମ ଦିନିକିଆ ମ୍ୟାଚରେ ନାହିଦ ୪ ଆଭ୍‌ରେଜ୍‌ରେ ସହ ୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri