Posted inଖେଳ

‘ରାଜଧାନୀ ଏକ୍ସପ୍ରେସ୍‌’ଠାରୁ ବି ଫାଷ୍ଟ୍‌ ଏହି ବୋଲର୍‌ଙ୍କ ସ୍ପିଡ୍‌: ଡେବ୍ୟୁ ମ୍ୟାଚ୍‌ରେ ରଚିଲେ ଇତିହାସ

ନୂଆଦିଲ୍ଲୀ,୧୩।୧୧: ନଭେମ୍ବର ୧୧ରେ କ୍ରିକେଟରେ ଏକ ସ୍ବତନ୍ତ୍ର ରେକର୍ଡ ହୋଇଛି। ୨୨ ବର୍ଷ ବୟସ୍କ ନାହିଦ ରାଣା ବାଂଲାଦେଶୀ କ୍ରିକେଟର ନିଜ ଦେଶ ପାଇଁ ସବୁଠାରୁ ଦ୍ରୁତତମ ବୋଲିଂ କରିଥିଲେ। ଶାରଜା କ୍ରିକେଟ ଷ୍ଟାଡିୟମରେ ବାଂଲାଦେଶ ଏବଂ ଆଫଗାନିସ୍ତାନ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚରେ ଏହି କୀର୍ତ୍ତିମାନ ହୋଇଛି। ଏହି ମ୍ୟାଚ ନାହିଦ ରାଣାଙ୍କ ଦିନିକିଆ ଡେବ୍ୟୁ ମ୍ୟାଚ ଥିଲା।

ଟେଷ୍ଟ କ୍ରିକେଟରେ ନିଜର ଚମତ୍କାର ପ୍ରଦର୍ଶନ ମାଧ୍ୟମରେ ନାହିଦ ରାଣା ବାବର ଆଜମ, ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଭଳି ଶୀର୍ଷ ବ୍ୟାଟ୍ସମ୍ୟାନଙ୍କୁ ଚ୍ୟାଲେଞ୍ଜ କରିଛନ୍ତି। ଏବେ ସେ ଦିନିକିଆରେ ଏକ ବଡ଼ ଡେବ୍ୟୁ କରିଛନ୍ତି। ବାଂଲାଦେଶ କ୍ରିକେଟ ଦଳର ବଢୁଥିବା ଦ୍ରୁତ ବୋଲର ନାହିଦ ରାଣା ନିଜ ଦିନିକିଆ ଡେବ୍ୟୁରେ ଇତିହାସ ସୃଷ୍ଟି କରିଛନ୍ତି। ସେ ବାଂଲାଦେଶର ଦ୍ରୁତତମ ବୋଲର ହେବାର ଆଖ୍ୟା ଅର୍ଜନ କରିଥିଲେ। ଶାରଜାଠାରେ ଆଫଗାନିସ୍ତାନ ବିପକ୍ଷରେ ଖେଳାଯାଇଥିବା ତୃତୀୟ ଦିନିକିଆରେ ନାହିଦ ରାଣା ଘଣ୍ଟା ପ୍ରତି ୧୫୦.୯ କିଲୋମିଟର ବେଗରେ ବୋଲିଂ କରିଥିଲେ, ଯାହାକି କୌଣସି ବାଂଲାଦେଶୀ ବୋଲରଙ୍କ ଦ୍ୱାରା ଦ୍ରୁତତମ ବଲ ଅଟେ।

୨୨ ମାର୍ଚ୍ଚ ୨୦୨୪ରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଥିବା ନାହିଦ ରାଣା ବର୍ତ୍ତମାନ ପର୍ଯ୍ୟନ୍ତ ବାଂଲାଦେଶ ପାଇଁ ୫ଟି ଟେଷ୍ଟ ମ୍ୟାଚ ଖେଳିଛନ୍ତି। ଏହି ୫ଟି ଟେଷ୍ଟ ମ୍ୟାଚରେ ସେ ୪.୭୯ ଆଭ୍‌ରେଜ୍‌ରେ ୧୪ ଉଇକେଟ ନେଇଛନ୍ତି। ତାଙ୍କର ପ୍ରଥମ ଦିନିକିଆ ମ୍ୟାଚରେ ନାହିଦ ୪ ଆଭ୍‌ରେଜ୍‌ରେ ସହ ୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ଝୁଲୁଛି କଲରା ପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରା ପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri