Posted inଫୁରସତ

୬୧୦ରୁ ସିଧା ୬୩ କିଲୋ

୬୧୦ କିଗ୍ରା ଓଜନରୁ ସିଧା ୬୩ କିଗ୍ରା। ଆମେ କଥା ହେଉଛୁ ସାଉଦି ଆରବର ଖାଲିଦ ମୋହସିନ ଅଲ ଶାୟରୀଙ୍କ ବିଷୟରେ। ମୋଟାପଣକୁ ନେଇ ଅଧିକାଂଶ ଲୋକ ଚିନ୍ତାରେ ଥିବା ବେଳେ ସେ ଏବେ ଅନେକଙ୍କ ଲାଗି ଉଦାହରଣ ସାଜିଛନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ହେଁ କଥାଟି ସତ।

ମୂଳତଃ ଜରଜାନ୍‌ରେ ରୁହନ୍ତି ଖାଲିଦ। ୧୭ ବର୍ଷ ବୟସରେ ତାଙ୍କ ଓଜନ ୬୧୦ କିଲୋ ହୋଇଯାଇଥିଲା। ସେତେବେଳେ ଲୋକମାନେ ତାଙ୍କୁ ଦୁନିଆର ସବୁଠାରୁ ମୋଟା କିଶୋର ବୋଲି ଅବିହିତ କରିଥିଲେ। ଏହାକୁ ନେଇ ତାଙ୍କର ଚର୍ଚ୍ଚା ହୋଇଆସୁଥିଲା। ୨୦୧୩ରେ ଅସୁସ୍ଥତା କାରଣରୁ ତାଙ୍କୁ ଡାକ୍ତରଖାନା ନେବାକୁ ପଡ଼ିଥିଲା। ହେଲେ ସେ ଏତେ ମୋଟା ଥିଲେ ଯେ ଘରକୁ ଭାଙ୍ଗି ତାଙ୍କୁ ଅଣାଯାଇଥିଲା ବାହାରକୁ । କ୍ରେନ୍‌ ସାହାର୍ଯ୍ୟରେ ତାଙ୍କୁ ଆମ୍ବୁଲାନ୍ସକୁ ଅଣାଯାଇଥିଲା। ସେଠାରୁ ବିମାନଯୋଗେ ଡାକ୍ତରଖାନା ନିଆଯାଇଥିଲା।

୩୦ଜଣ ଡାକ୍ତରଙ୍କ ତତ୍ତ୍ୱାବଧାନରେ ତାଙ୍କୁ ରଖାଯାଇଥିଲା। ଧିରେ ଧିରେ ତାଙ୍କର ଚିକିତ୍ସା ଆରମ୍ଭ ହୋଇଥିଲା। ସର୍ଜରୀ ହେବା ପରେ ଥେରାପି ଜରିଆରେ ଖାଲିଦଙ୍କ ଚିକିତ୍ସା କରାଯାଇଥିଲା। ଏହାପରେ ଖାଲିଦ ଧିରେ ଧିରେ ଚାଲିବା ଆରମ୍ଭ କରିଥିଲେ। କିଛି ବର୍ଷରେ ତାଙ୍କର ନବକଳେବର ହୋଇ ମୋଟାପଣରୁ ମୁକ୍ତି ମିଳିଛି। ଏବେ ତାଙ୍କର ଏକ ଫଟୋ ଭାଇରାଲ ହେଉଛି। ଯାହାକୁ ଦେଖି ଲୋକେ ବିଶ୍ୱାସ କରିପାରୁନାହାନ୍ତି। ଅପରପକ୍ଷେ ସେ ଏବେ ଏକ ସୁସ୍ଥ ଜୀବନ ବିତାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri